ଜଳିଗଲା ୪୨ମହଲା ବିଲ୍ଡିଂ: ଉଦ୍ଧାର କାର୍ଯ୍ୟ ଜାରି

ବେଜିଂ,୧୬।୯: ଚାଇନାର ଦକ୍ଷିଣ ପ୍ରାନ୍ତ ହୁନାନର ରାଜଧାନୀ ଚାଙ୍ଗସା ସହରର ଏକ ୪୨ବିଶିଷ୍ଟ ଟେଲିକମ୍‌ ବିଲ୍ଡିଂରେ ଶୁକ୍ରବାର ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାରେ କେତେକ ଆହତ ହୋଇଛନ୍ତି ଆଉ କେତେକ ଫସିରହିଛନ୍ତି ତାହା ସ୍ପଷ୍ଟ ହୋଇନାହିଁ। ସୂଚନାଯୋଗ୍ୟ, ଶୁକ୍ରବାର ଅପରାହ୍ନ ସାଢ଼େ ୪ଟାରେ ଉକ୍ତ ବିଲ୍ଡିଂରେ ନିଆଁ ଲାଗିଯାଇଥିଲା। ଏହି ନିଆଁ ଏତେ ଜୋରରେ ବ୍ୟାପିଥିଲା ଯେ, ଚାହୁଁ ଚାହୁଁ ଅନ୍ୟ ମହଲାରେ ବି ନିଆଁ ଲାଗିଯାଇଥିଲା। ବିଲ୍ଡିଂରେ ଲାଗିଥିବା ନିଆଁ ଯୋଗୁ ଆକାଶ ସାରା ଧୂଆଁମୟ ହୋଇଯାଇଥିଲା। ଅନ୍ୟପଟେ ଖବରପାଇ ଅଗ୍ନିଶମ ବିଭାଗର କର୍ମଚାରୀମାନେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଚଳାଇଛନ୍ତି। ଏଥିସହ ଉଦ୍ଧାର କାର୍ଯ୍ୟ ମଧ୍ୟ ଜାରି ରହିଛି। ନିଆଁକୁ ନିୟନ୍ତ୍ରଣ କରିବା ପାଇଁ ଘଟଣାସ୍ଥଳରେ ୩୬ଟି ଦମକଳ ଗାଡ଼ି ଏବଂ ୨୮୦ ଅଗ୍ନିଶମ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ସୂଚନା ମୁତାବକ, ଉକ୍ତ ବିଲ୍ଡିଂରେ ରାଷ୍ଟ୍ରାୟତ୍ତ ଟେଲିକମ କମ୍ପାନୀ ଚାଇନା ଟେଲିକମ କାର୍ଯ୍ୟାଳୟ ମଧ୍ୟ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ ଇରାନର ଭୟଙ୍କର ଚେତାବନୀ: ଯଦି ବନ୍ଦରଗୁଡ଼ିକ ପ୍ରତି ବିପଦ ସୃଷ୍ଟି ହୁଏ, ତା’ହେଲେ…

ଓ୍ବାଶିଂଟନ୍‌,୧୩।୪: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ଏକ ନୂତନ ଏବଂ ଗମ୍ଭୀର ମୋଡ଼ ନେଇଛି। ଆମେରିକା ଇରାନର ଉପସାଗରୀୟ ବନ୍ଦରଗୁଡ଼ିକର ନୌସେନା ଅବରୋଧ ଘୋଷଣା…

ବିଶ୍ୱଯୁଦ୍ଧ ଆରମ୍ଭ! ନେତାନ୍ୟାହୁଙ୍କ ବଡ଼ ଘୋଷଣା: ଶେଷ ହୋଇପାରେ…ସାରା ବିଶ୍ୱରେ ଭୟଙ୍କର ବାତାବରଣ

ଓ୍ବାଶିଂଟନ୍‌,୧୩।୪: ଇରାନ ଏବଂ ଆମେରିକା ମଧ୍ୟରେ ଇସଲାମାବାଦ ଆଲୋଚନା ବିଫଳ ହେବା ପରେ, ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବାକୁ ଧମକ ଦେଇଛନ୍ତି। ଆମେରିକା ନୌସେନା…

ପଞ୍ଚଭୂତରେ ବିଲୀନ ହେଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ; ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ, ପୁଅ ଦେଲେ ମୁଖାଗ୍ନି

ମୁମ୍ବାଇ,୧୩।୪: ବଲିଉଡରେ ଶୋକର ଲହରୀ ଖେଳିଯାଇଛି । ସିନେମା ଏବଂ ସଙ୍ଗୀତ ଜଗତ ଜଣେ କିମ୍ବଦନ୍ତୀ ଗାୟିକାଙ୍କୁ ହରାଇଛି । ଆଶା ଭୋସଲେ ଦଶନ୍ଧି ଧରି ଚଳଚ୍ଚିତ୍ର…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

ପ୍ରଥମେ ୫୦% ଟାରିଫ୍‌ ଧମକ, ଆଉ ଏବେ… ଇରାନ ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ନୂଆ ରଣନୀତି

ଓ୍ବାଶିଂଟନ୍‌,୧୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବର୍ତ୍ତମାନ ବୃଦ୍ଧି ପାଉଥିବାବେଳେ, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନ୍ୟ ଏକ କ୍ଷେତ୍ରରେ ଚାଇନା ସହିତ ଏକ ନୂତନ…

ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….

ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ…

ସୋସିଆଲ ମିଡିଆରେ ବିବାଦୀୟ ଫଟୋ ପୋଷ୍ଟ କଲେ ଟ୍ରମ୍ପ, ଯୀଶୁ ଖ୍ରୀଷ୍ଟଙ୍କ ରୂପରେ ଆସିଲେ ନଜର

ଓ୍ବାଶିଂଟନ,୧୩ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟାଥୋଲିକ ଚର୍ଚ୍ଚ ପ୍ରତି ତାଙ୍କର ସମାଲୋଚନାକୁ ଏକ ନୂତନ ସ୍ତରକୁ ନେଇଯାଇଛନ୍ତି । ପୋପ୍ ଲିଓଙ୍କୁ ସମାଲୋଚନା କରିବାର କିଛି…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri