Posted inଜାତୀୟ

ପରଫ୍ୟୁମ ଫ୍ୟାକ୍ଟ୍ରିରେ ଭୟଙ୍କର ଅଗ୍ନିକାଣ୍ଡ, ୧୫-୨୯ ଶ୍ରମିକ ଫସି ରହିଥିବା ଆଶଙ୍କା

ବଦ୍ଦି,୨।୨: ହିମାଚଳ ପ୍ରଦେଶର ସୋଲାନ ଜିଲାର ଏକ ପ୍ରସାଧନ କାରଖାନାରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛିି। ୧୫-୨୦ ଶ୍ରମିକ ଏଠାରେ କାରଖାନାରେ ଫସି ରହିଥିବା କୁହାଯାଉଛି। ନିଆଁ ଲାଗିବା ପରେ ଭିଡିଓ ସାମ୍ନାକୁ ଆସିଛି ଯେଉଁଥିରେ ଜଣେ ମହିଳା ଛାତ ଉପରେ ଫସି ରହିଥିବାର ନଜର ଆସିଛନ୍ତି।
ସୂଚନାନୁସାରେ, ଏହି ଘଟଣା ରାଜ୍ୟର ଏକ ଶିଳ୍ପାଞ୍ଚଳରେ ଥିବା ଏକ ପ୍ରସାଧନ ସାମଗ୍ରୀ ଉତ୍ପାଦନ କରୁଥିବା କାରଖାନାରେ ବଡ଼ ଧରଣର ନିଆଁ ଲାଗିଛି। ଏଥିରେ ବହୁ ସଂଖ୍ୟକ ଶ୍ରମିକ ଫସି ରହିଛନ୍ତି। ଅଗ୍ନିକାଣ୍ଡର କାରଣ ଜଣା ପଡିନାହିଁ। ଅଗ୍ନିଶମ ବିଭାଗ ବଦ୍ଦି ଏବଂ ନାଲାଗଡର ପ୍ରାୟ ଅଧା ଡଜନ ଗାଡି ନିଆଁ ଲିଭାଇବା ପାଇଁ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ରିଲିଫ ଏବଂ ଉଦ୍ଧାର ପାଇଁ ଏନଡିଆରଏଫ ଟିମ ଘଟଣାସ୍ଥଳରେ ପହଞ୍ଚିଛି।
ନିଆଁ ଲାଗିବା ପରେ ଘଟଣାର କିଛି ଭିଡିଓ ମଧ୍ୟ ସାମ୍ନାକୁ ଆସିଛି ଯେଉଁଥିରେ ଲୋକମାନେ କାରଖାନା ବାହାରେ ଦୌଡୁଥିବାର ନଜର ଆସିଛନ୍ତି। ଏକ ଭିଡିଓରେ କାରଖାନାର ଛାତ ଉପରେ ଜଣେ ମହିଳା ମଧ୍ୟ ନଜର ଆସିଛନ୍ତି। ଏହି ମହିଳା ଧୂଆଁରେ ଫସି ରହିଛନ୍ତି। ସେହିଭଳି ଆଉ ଏକ ଭିଡିଓରେ ଜଣେ ବ୍ୟକ୍ତି କହୁଛନ୍ତି ଯେ କାରଖାନାରେ ୧୫-୨୦ ଲୋକ ଫସି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

ଯୁଦ୍ଧ ରୋକିବା ପାଇଁ ଭାରତ ଉପରେ କାହିଁକି ନିର୍ଭର କରୁଛି ଇରାନ? ଜାଣନ୍ତୁ ୫ କାରଣ

ନୂଆଦିଲ୍ଲୀ,୨୬।୩: ଗତକାଲି ନୂଆଦିଲ୍ଲୀରେ ଦେଇଥିବା ବିବୃତ୍ତିରେ, ଇରାନ ରାଷ୍ଟ୍ରଦୂତ ମହମ୍ମଦ ଫଥାଲି ଇରାନ-ଇସ୍ରାଏଲ ବିବାଦରେ ଭାରତକୁ ଏକ ନିର୍ଭରଯୋଗ୍ୟ ମଧ୍ୟସ୍ଥି ଭାବରେ ବର୍ଣ୍ଣନା କରିଥିଲେ, ଯାହା ମଧ୍ୟପ୍ରାଚ୍ୟରେ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri