Posted inଜାତୀୟ

ନନ୍ଦୋତ୍ସବରେ ବଡ଼ ଅଘଟଣ, ଦହି ହାଣ୍ଡି ଭାଙ୍ଗିବା ବେଳେ ୩୨ ବର୍ଷିୟ ‘ଗୋବିନ୍ଦ’ଙ୍କ ମୃତ୍ୟୁ, ୩୦ ଆହତ

ମୁମ୍ବାଇ,୧୬୧।୮: ମୁମ୍ବାଇରେ ଦହି ହାଣ୍ଡି ମହୋତ୍ସବ ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ମାନଖୁର୍ଦ ଅଞ୍ଚଳର ମହାରାଷ୍ଟ୍ର ନଗରରେ ରଶି ବାନ୍ଧୁଥିବା ସମୟରେ, ୩୨ ବର୍ଷୀୟ ଗୋବିନ୍ଦ ଜଗମୋହନ ଶିବକିରଣ ଚୌଧୁରୀ ତଳେ ପଡ଼ଯାଇଥିଲେ। ଏହାପରେ ତାଙ୍କୁ ଶତାବ୍ଦୀ ହସ୍ପିଟାଲକୁ ପଠାଯାଇଥିଲା, ଯେଉଁଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଜଗମୋହନ ବାଲ ଗୋବିନ୍ଦ ପାଠକଙ୍କ ସହିତ ଜଡିତ ଥିଲେ। ତାଙ୍କ ମୃତ୍ୟୁ ଯୋଗୁ ଉତ୍ସବର ପରିବେଶ ଶୋକରେ ପରିଣତ ହୋଇଥିଲା। ବିଏମସି ରିପୋର୍ଟ ଅନୁଯାୟୀ, ଶନିବାର ଅପରାହ୍ନ ୩ଟା ପର୍ଯ୍ୟନ୍ତ ମୁମ୍ବାଇରେ ଦହି ହାଣ୍ଡି ସମ୍ପର୍କିତ ଦୁର୍ଘଟଣାରେ ୩୦ ଜଣ ଆହତ ହୋଇଛନ୍ତି।
ସୂଚନାଯୋଗ୍ୟ, ପ୍ରତିବର୍ଷ ଦହି ହାଣ୍ଡି ମହୋତ୍ସବ ସମୟରେ ଅନେକ ଗୋବିନ୍ଦ ଆହତ ହେଉଥିବା ସୂଚନା ମିଳିଥାଏ। ଏହାକୁ ଦୃଷ୍ଟିରେ ରଖି, ବିଏମସି ଏଥର ଏକ ସ୍ବତନ୍ତ୍ର ପଦକ୍ଷେପ ନେଇଛି। ଆହତ ଗୋବିନ୍ଦମାନଙ୍କୁ ମାଗଣା ଚିକିତ୍ସା ଯୋଗାଇବା ପାଇଁ ବିଏମସି କମିଶନର ଭୂଷଣ ଗଗରାନି ସମସ୍ତ ମ୍ୟୁନିସିପାଲ ହସ୍ପିଟାଲଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି।
ଏହା ବ୍ୟତୀତ, ପରିସ୍ଥିତି ଉପରେ ନଜର ରଖିବା ପାଇଁ ହସ୍ପିଟାଲଗୁଡ଼ିକୁ ପ୍ରତି ତିନି ଘଣ୍ଟାରେ ଆହତଙ୍କ ରିପୋର୍ଟ ଜରୁରୀକାଳୀନ ନିୟନ୍ତ୍ରଣ କକ୍ଷକୁ ପଠାଇବାକୁ ପଡିବ। ବଡ଼ ଦହି ହାଣ୍ଡି ସ୍ଥାନରେ ମଧ୍ୟ ଟିମ୍‌ ନିୟୋଜିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri