Posted inଜାତୀୟ

ନନ୍ଦୋତ୍ସବରେ ବଡ଼ ଅଘଟଣ, ଦହି ହାଣ୍ଡି ଭାଙ୍ଗିବା ବେଳେ ୩୨ ବର୍ଷିୟ ‘ଗୋବିନ୍ଦ’ଙ୍କ ମୃତ୍ୟୁ, ୩୦ ଆହତ

ମୁମ୍ବାଇ,୧୬୧।୮: ମୁମ୍ବାଇରେ ଦହି ହାଣ୍ଡି ମହୋତ୍ସବ ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ମାନଖୁର୍ଦ ଅଞ୍ଚଳର ମହାରାଷ୍ଟ୍ର ନଗରରେ ରଶି ବାନ୍ଧୁଥିବା ସମୟରେ, ୩୨ ବର୍ଷୀୟ ଗୋବିନ୍ଦ ଜଗମୋହନ ଶିବକିରଣ ଚୌଧୁରୀ ତଳେ ପଡ଼ଯାଇଥିଲେ। ଏହାପରେ ତାଙ୍କୁ ଶତାବ୍ଦୀ ହସ୍ପିଟାଲକୁ ପଠାଯାଇଥିଲା, ଯେଉଁଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଜଗମୋହନ ବାଲ ଗୋବିନ୍ଦ ପାଠକଙ୍କ ସହିତ ଜଡିତ ଥିଲେ। ତାଙ୍କ ମୃତ୍ୟୁ ଯୋଗୁ ଉତ୍ସବର ପରିବେଶ ଶୋକରେ ପରିଣତ ହୋଇଥିଲା। ବିଏମସି ରିପୋର୍ଟ ଅନୁଯାୟୀ, ଶନିବାର ଅପରାହ୍ନ ୩ଟା ପର୍ଯ୍ୟନ୍ତ ମୁମ୍ବାଇରେ ଦହି ହାଣ୍ଡି ସମ୍ପର୍କିତ ଦୁର୍ଘଟଣାରେ ୩୦ ଜଣ ଆହତ ହୋଇଛନ୍ତି।
ସୂଚନାଯୋଗ୍ୟ, ପ୍ରତିବର୍ଷ ଦହି ହାଣ୍ଡି ମହୋତ୍ସବ ସମୟରେ ଅନେକ ଗୋବିନ୍ଦ ଆହତ ହେଉଥିବା ସୂଚନା ମିଳିଥାଏ। ଏହାକୁ ଦୃଷ୍ଟିରେ ରଖି, ବିଏମସି ଏଥର ଏକ ସ୍ବତନ୍ତ୍ର ପଦକ୍ଷେପ ନେଇଛି। ଆହତ ଗୋବିନ୍ଦମାନଙ୍କୁ ମାଗଣା ଚିକିତ୍ସା ଯୋଗାଇବା ପାଇଁ ବିଏମସି କମିଶନର ଭୂଷଣ ଗଗରାନି ସମସ୍ତ ମ୍ୟୁନିସିପାଲ ହସ୍ପିଟାଲଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି।
ଏହା ବ୍ୟତୀତ, ପରିସ୍ଥିତି ଉପରେ ନଜର ରଖିବା ପାଇଁ ହସ୍ପିଟାଲଗୁଡ଼ିକୁ ପ୍ରତି ତିନି ଘଣ୍ଟାରେ ଆହତଙ୍କ ରିପୋର୍ଟ ଜରୁରୀକାଳୀନ ନିୟନ୍ତ୍ରଣ କକ୍ଷକୁ ପଠାଇବାକୁ ପଡିବ। ବଡ଼ ଦହି ହାଣ୍ଡି ସ୍ଥାନରେ ମଧ୍ୟ ଟିମ୍‌ ନିୟୋଜିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri