Posted inଖେଳ

ସାଇକେଲ ରେସ୍‌ ବେଳେ ବଡ଼ ଅଘଟଣ

ଆଉଚ୍‌(ଫ୍ରାନ୍ସ),୧୭ା୭: ୧୯ ବର୍ଷୀୟ ଇଟାଲିଆନ ସାଇକ୍ଲିଷ୍ଟ ସାମୁଏଲ ପ୍ରିଭିଟେରା ଟୁର ଅଫ୍‌ ଦି ଆଓଷ୍ଟେ ଭ୍ୟାଲି-ମଣ୍ଟ ବ୍ଲାଙ୍କ ବେଳେ ସାଇକେଲରୁ ଖସି ପ୍ରାଣ ହରାଇଛନ୍ତି। ଏ ନେଇ ଇଟାଲିଆନ ସାଇକ୍ଲିଂ ଫେଡେରେଶନ ପକ୍ଷରୁ ଗୁରୁବାର କୁହାଯାଇଛି।

ଅନୁଷ୍ଠିତ ରେସ୍‌ର ପ୍ରଥମ ପର୍ଯ୍ୟାୟ ବେଳେ ଉତ୍ତର-ପଶ୍ଚିମ ଇଟାଲୀରେ ଫ୍ରାନ୍ସ ଓ ସୁଇଜରଲାଣ୍ଡ ସୀମା ନିକଟରେ ଏହି ଦୁର୍ଘଟଣା ଘଟିଥିଲା। ପ୍ରିଭିଟେରା ହାଗେନ୍ସ ବର୍ତ୍ତମାନ ଜାୟକୋ ଦଳ ଲାଗି ରାଇଡ୍‌ କରୁଥିଲେ। ରେସ୍‌ ଆୟୋଜକଙ୍କ ପକ୍ଷରୁ କୁହାଯାଇଛି ଯେ, କେଉଁଭଳି ପରିସ୍ଥିତିରେ ଦୁର୍ଘଟଣା ଘଟିଲା, ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ପବ୍ଲିକ ସେଫ୍ଟି ଅଥରିଟି ଘଟଣାର ତଦନ୍ତ କରୁଛନ୍ତି।

ତେବେ ଏକ ଇଟାଲିଆନ ରିପୋର୍ଟ ମୁତାବକ, ପ୍ରିଭିଟେରା ଫିନିଶ୍‌ ଲାଇନଠାରୁ ପାଖାପାଖି ୩୫ କିମି ଦୂରରେ ପାହାଡରୁ ଖସିବା ବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ଦୁର୍ଘଟଣା ବେଳେ ତାଙ୍କର ବେଗ ଘଣ୍ଟା ପ୍ରତି ୭୦ କିମି ଥିଲା। ଦୁର୍ଘଟଣା ବେଳେ ତାଙ୍କ ପାଖରେ ହେଲମେଟ ନ ଥିଲା ବୋଲି ଏଥିରେ ଦର୍ଶାଯାଇଛି। ତାଙ୍କୁ ତୁରନ୍ତ ହସ୍ପିଟାଲ ନିଆଯାଇଥିଲା, ଯେଉଁଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହି ଦୁଃଖଦ ଘଟଣା ଯୋଗୁ ଆୟୋଜକଙ୍କ ପକ୍ଷରୁ ଟୁର ଅଫ୍‌ ଭ୍ୟାଲି ଡି’ଆଓଷ୍ଟାର ଦ୍ୱିତୀୟ ପର୍ଯ୍ୟାୟକୁ ବାତିଲ କରି ଦିଆଯାଇଥିଲା ଏବଂ ଶୁକ୍ରବାର ତୃତୀୟ ପର୍ଯ୍ୟାୟ ପ୍ରି ସେଣ୍ଟ ଡିଡିଅରରୁ କୋଲ ଡୁ ଗ୍ରାନ ସାନ ବର୍ନାଡୋ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

ସସପେନ୍ସ ଶେଷ! ୨୦୨୭ ବିଶ୍ୱକପ ଖେଳିବେ କି ବିରାଟ କୋହଲି, କୋଚ କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲି ବିଜୟ ହଜାରେ ଟ୍ରଫିରେ ଏକ ଚମିତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ଆନ୍ଧ୍ର ବିପକ୍ଷରେ ୧୩୧ ରନର ଏକ...

‘ସେ ତେନ୍ଦୁଲକର ଥିଲେ…’ Vaibhav Suryavanshiଙ୍କୁ ଭାରତୀୟ ଟିମରେ ସ୍ଥାନ ଦିଆଯାଉ, BCCI ନିକଟରେ ବଡ଼ ଦାବି କଲେ ଥରୁର

ନୂଆଦିଲ୍ଲୀ,୨୫।୧୨: କଂଗ୍ରେସ ଏମପି ଶଶି ଥରୁର ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିଭାକୁ କିମ୍ବଦନ୍ତୀ ବ୍ୟାଟସମ୍ୟାନ ସଚିନ ତେନ୍ଦୁଲକରଙ୍କ ସହ ତୁଳନା କରିଛନ୍ତି। ଥରୁର BCCIକୁ ୧୪ ବର୍ଷୀୟ...

RCB ଖେଳାଳିଙ୍କ ବିରୋଧରେ ବୟସ ଜାଲିଆତି ଅଭିଯୋଗ, ସୂଚନା ପାଇଲା ବିସିସିଆଇ ଦୁର୍ନୀତି ନିବାରଣ ୟୁନିଟ

ନୂଆଦିଲ୍ଲୀ,୨୫।୧୨: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମ ଥର ପାଇଁ IPL ୨୦୨୫ରେ ଚାମ୍ପିଅନ ହୋଇଥିଲା। ଏବେ, ଫ୍ରାଞ୍ଚାଇଜ IPL ୨୦୨୬ପାଇଁ ପ୍ରସ୍ତୁତ ହେଉଛି। ଡିସେମ୍ବର ୧୬ରେ...

IPL 2026 ପ୍ଲେଅଫରେ ପହଞ୍ଚିବ କେଉଁ ୪ଟି ଟିମ୍‌? ବଡ଼ ଭବିଷ୍ୟବାଣୀ କଲେ ପୂର୍ବତନ କ୍ରିକେଟର!

ନୂଆଦିଲ୍ଲୀ,୨୫।୧୨: IPL 2026 ଖେଳାଳିଙ୍କ ମିନି-ନିଲାମ ନିକଟରେ ଶେଷ ହୋଇଛି। ଡିସେମ୍ବର ୧୬ରେ ଆବୁଧାବିରେ IPL ମିନି-ନିଲାମ ହୋଇଥିଲା, ଯେଉଁଥିରେ ୨୯ ବିଦେଶୀ ଖେଳାଳିଙ୍କ ସମେତ...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri