Posted inଖେଳ

ସାଇକେଲ ରେସ୍‌ ବେଳେ ବଡ଼ ଅଘଟଣ

ଆଉଚ୍‌(ଫ୍ରାନ୍ସ),୧୭ା୭: ୧୯ ବର୍ଷୀୟ ଇଟାଲିଆନ ସାଇକ୍ଲିଷ୍ଟ ସାମୁଏଲ ପ୍ରିଭିଟେରା ଟୁର ଅଫ୍‌ ଦି ଆଓଷ୍ଟେ ଭ୍ୟାଲି-ମଣ୍ଟ ବ୍ଲାଙ୍କ ବେଳେ ସାଇକେଲରୁ ଖସି ପ୍ରାଣ ହରାଇଛନ୍ତି। ଏ ନେଇ ଇଟାଲିଆନ ସାଇକ୍ଲିଂ ଫେଡେରେଶନ ପକ୍ଷରୁ ଗୁରୁବାର କୁହାଯାଇଛି।

ଅନୁଷ୍ଠିତ ରେସ୍‌ର ପ୍ରଥମ ପର୍ଯ୍ୟାୟ ବେଳେ ଉତ୍ତର-ପଶ୍ଚିମ ଇଟାଲୀରେ ଫ୍ରାନ୍ସ ଓ ସୁଇଜରଲାଣ୍ଡ ସୀମା ନିକଟରେ ଏହି ଦୁର୍ଘଟଣା ଘଟିଥିଲା। ପ୍ରିଭିଟେରା ହାଗେନ୍ସ ବର୍ତ୍ତମାନ ଜାୟକୋ ଦଳ ଲାଗି ରାଇଡ୍‌ କରୁଥିଲେ। ରେସ୍‌ ଆୟୋଜକଙ୍କ ପକ୍ଷରୁ କୁହାଯାଇଛି ଯେ, କେଉଁଭଳି ପରିସ୍ଥିତିରେ ଦୁର୍ଘଟଣା ଘଟିଲା, ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ପବ୍ଲିକ ସେଫ୍ଟି ଅଥରିଟି ଘଟଣାର ତଦନ୍ତ କରୁଛନ୍ତି।

ତେବେ ଏକ ଇଟାଲିଆନ ରିପୋର୍ଟ ମୁତାବକ, ପ୍ରିଭିଟେରା ଫିନିଶ୍‌ ଲାଇନଠାରୁ ପାଖାପାଖି ୩୫ କିମି ଦୂରରେ ପାହାଡରୁ ଖସିବା ବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ଦୁର୍ଘଟଣା ବେଳେ ତାଙ୍କର ବେଗ ଘଣ୍ଟା ପ୍ରତି ୭୦ କିମି ଥିଲା। ଦୁର୍ଘଟଣା ବେଳେ ତାଙ୍କ ପାଖରେ ହେଲମେଟ ନ ଥିଲା ବୋଲି ଏଥିରେ ଦର୍ଶାଯାଇଛି। ତାଙ୍କୁ ତୁରନ୍ତ ହସ୍ପିଟାଲ ନିଆଯାଇଥିଲା, ଯେଉଁଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହି ଦୁଃଖଦ ଘଟଣା ଯୋଗୁ ଆୟୋଜକଙ୍କ ପକ୍ଷରୁ ଟୁର ଅଫ୍‌ ଭ୍ୟାଲି ଡି’ଆଓଷ୍ଟାର ଦ୍ୱିତୀୟ ପର୍ଯ୍ୟାୟକୁ ବାତିଲ କରି ଦିଆଯାଇଥିଲା ଏବଂ ଶୁକ୍ରବାର ତୃତୀୟ ପର୍ଯ୍ୟାୟ ପ୍ରି ସେଣ୍ଟ ଡିଡିଅରରୁ କୋଲ ଡୁ ଗ୍ରାନ ସାନ ବର୍ନାଡୋ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରଥମଥର ପାଇଁ ବୈଭବଙ୍କ ସହ ଘଟିଲା ଏମିତି…୨୫୧ ଦିନ ଧରି ଯାହା ହୋଇନଥିଲା, ଏବେ ହେଲା!

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ଫାଇନାଲରେ ସାଉଥ ଜୋନର ପ୍ରଥମ ଇନିଂସ୍‌କୁ ୩୩୬ ରନରେ ସୀମିତ କରିବା ପରେ ଇଷ୍ଟ ଜୋନ ଦ୍ୱିତୀୟ ଇନିଂସ ଖେଳିବାକୁ ମଇଦାନକୁ ଓହ୍ଲାଇଛି।…

୭୦୦ ରନ୍‌ କରିଲେ ବି ହାରିଯିବ ତିଳକ ବର୍ମାଙ୍କ ଦଳ! ବୈଭବଙ୍କ ଦଳ ହେବ ଚାମ୍ପିଅନ, ଜାଣନ୍ତୁ ରୋଚକ ନିୟମ

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଖେଳାଯାଉଛି। ସେପ୍ଟେମ୍ବର ୬ରୁ ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଆରମ୍ଭ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଟେନସନ୍‌ରେ ପଡ଼ିଲେ ଗୌତମ ଗମ୍ଭୀର! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପୂର୍ବରୁ ଭାରତୀୟ ଦଳ ସାମ୍ନାରେ ଏକ ବଡ଼ ପ୍ରଶ୍ନ ଠିଆ ହୋଇଛି। ଅଭିଷେକ ଶର୍ମାଙ୍କ ସହ ଇନିଂସ ଓପନ କରିବେ…

ଏସିଆ କପ୍‌ ଚାଲିଥିବାବେଳେ ସ୍ମୃତି ମନ୍ଧାନାଙ୍କୁ ମିଳିଲା ବଡ଼ ଖୁସିଖବର

ନୂଆଦିଲ୍ଲୀ,୯।୯: ମହିଳା ଏସିଆ କପରେ ହଂକଂ ବିପକ୍ଷରେ ଏକ ଚମତ୍କାର ଶତକ ମାରିଥିବା ସ୍ମୃତି ମନ୍ଧାନା ICC T20 ରାଙ୍କିଙ୍ଗର ଶୀର୍ଷ ୫ରେ ସ୍ଥାନ ପାଇଛନ୍ତି। ହଂକଂ…

କୋହଲିଙ୍କୁ ପଛରେ ପକାଇଲେ ରୋହିତ! ଟି-୨୦ ଅନ୍ତର୍ଜାତୀୟରେ ଭାରତର ଦ୍ରୁତତମ ଶତକ ଭାବେ ନମ୍ବର-୧, ଜାଣନ୍ତୁ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୯।୯: ଗତ ଦୁଇ ଦଶନ୍ଧି ଧରି କ୍ରିକେଟର ସବୁଠୁ ଲୋକପ୍ରିୟ ଫର୍ମାଟ ହେଉଛି ଟି-୨୦। ପ୍ରାୟ ପ୍ରତି ମାସରେ ବିଶ୍ୱର କୌଣସି ନା କୌଣସି ଦେଶରେ ଟି-୨୦…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri