ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଦଳୁଛି ସମୀକରଣ: କଂଗ୍ରେସ ଛାଡି ଭାଜପାରେ ମିଶିଲେ…

​କଲ୍ୟାଣସିଂହପୁର,୪।୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସୁନାଖାଣ୍ଡି ପଞ୍ଚାୟତର ଆଲିଜିନିଗୁଡ଼ା ଆମ୍ବତୋଟା ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ଏକ ବିଶାଳ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା । ମାଝୀଗୁଡ଼ା ମଣ୍ଡଳ ସଭାପତି ଅନିଲ କୁମାର ଜାଡିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବ୍ଲକ ତଥା ମଣ୍ଡଳସ୍ତରୀୟ ବହୁ ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ ଥିଲେ । ​ଏହି ସମାବେଶରେ ବ୍ଲକର ପୋଲାମା, ସୁନାଖାଣ୍ଡି ଏବଂ କନ୍ଧକାଟିପାଡୁ ପଞ୍ଚାୟତରୁ ପ୍ରାୟ ୧୨୦ରୁ ଊର୍ଦ୍ଧ୍ୱ ସକ୍ରିୟ କଂଗ୍ରେସ କର୍ମୀ ଓ ସମର୍ଥକ ନିଜ ଦଳ ପରିତ୍ୟାଗ କରି ଆନୁଷ୍ଠାନିକ ଭାବେ ଭାଜପାରେ ସାମିଲ ହୋଇଛନ୍ତି । ଉପସ୍ଥିତ ଦଳୀୟ ପଦାଧିକାରୀମାନେ ନବାଗତ ସମସ୍ତ କର୍ମୀଙ୍କୁ ଦଳୀୟ ଉତ୍ତରୀୟ ପ୍ରଦାନ କରି ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ।
​ଆଗାମୀ ପଞ୍ଚାୟତ ନିର୍ବାଚନ ପରିପ୍ରେକ୍ଷୀରେ ଏହି ମିଶ୍ରଣ ପର୍ବ ବିଶେଷ ଗୁରୁତ୍ୱ ବହନ କରୁଥିବା ବେଳେ ତୃଣମୂଳ ସ୍ତରରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ ଓ ସକ୍ରିୟ କରିବାକୁ ନେତୃବୃନ୍ଦ ଆହ୍ୱାନ ଦେଇଛନ୍ତି । ଶତାଧିକ ନୂତନ କର୍ମୀଙ୍କ ଯୋଗଦାନ ଫଳରେ ଅଞ୍ଚଳରେ ଭାଜପାରର ସାଂଗଠନିକ ସ୍ଥିତି ବେଶ୍ ମଜଭୁତ ହୋଇଥିବା ଚର୍ଚ୍ଚା ହେଉଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୦ ଜଣଙ୍କୁ କାମୁଡ଼ିଲା ଗୋଟିଏ କୁକୁର, ଡାକ୍ତରଖାନାରେ ଭିଡ଼

ଗୁଣପୁର,୩ା୧୦(ସଙ୍କେତ ପାତ୍ର): ଶନିବାର ସକାଳୁ ମଧ୍ୟାହ୍ନ ୩ଟା ମଧ୍ୟରେ ଗୁଣପୁର ସହରରେ ଗୋଟିଏ କୁକୁର କାମୁଡ଼ାରେ ୧୦ ଜଣ ଆହତ ହୋଇଥିବା ଜଣାପଡ଼ିଛି। କୁକୁରଟି ଏକାଧିକ ଲୋକଙ୍କୁ…

ଗୁଡ଼ାରୀରୁ ଭୁବନେଶ୍ୱରକୁ ବସ୍‌ ଚଳାଚଳ ଦାବି: ସାଇକେଲ ଯାତ୍ରାବେଳେ ଅଧାବାଟରେ ଅସୁସ୍ଥ ହେଲେ ପ୍ରମୋଦ

ଗୁଣପୁର,୩ା୧୦(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ୍‌ ଚଳାଚଳ ଦାବିରେ ଗାନ୍ଧୀ ଜୟନ୍ତୀରୁ ସାଇକେଲ ଯାତ୍ରା ଆରମ୍ଭ କରିଥିବା ଆନ୍ଦୋଳନକାରୀ ପ୍ରମୋଦ…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଗୁଡ଼ାରୀରୁ ଭୁବନେଶ୍ୱର ସିଧାସଳଖ ସରକାରୀ ବସ୍‌ ଦାବି: ଗାନ୍ଧୀ ଜୟନ୍ତୀରେ ସାଇକେଲ ଯାତ୍ରା ଆରମ୍ଭ କଲେ ପ୍ରମୋଦ

ରାୟଗଡା/ଗୁଣପୁର,୨।୧୦(ଜଗନ୍ନାଥ ଗୌଡ/ସୁଜାତା ପାଢ଼ୀ):ରାୟଗଡ଼ା ଜିଲାର ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ ଚଳାଚଳ ଦାବିରେ ଶୁକ୍ରବାର ସାଇକେଲ ଯାତ୍ରା ଆରମ୍ଭ କରିଛନ୍ତି ପ୍ରମୋଦ ପତି। ଗୁଡ଼ାରୀରୁ…

ସିଡିପିଓ ମମତାରାଣୀ ଦାସଙ୍କ ଗୁଣୁପୁର ବଦଳି, କଲ୍ୟାଣସିଂହପୁରରେ ସମ୍ବର୍ଦ୍ଧନା….

କଲ୍ୟାଣସିଂହପୁର,୨।୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସମନ୍ୱିତ ଶିଶୁ ବିକାଶ ଯୋଜନା (ଆଇସିଡିଏସ୍) କାର୍ଯ୍ୟାଳୟ ପରିସରରେ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ (ସିଡିପିଓ) ମମତାରାଣୀ…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

ବଡ଼ ଡେଙ୍ଗନେଲି ନିକଟରେ ଭୁଶୁଡ଼ିଲା କଲଭର୍ଟ, ନିୟମଗିରି ଅଞ୍ଚଳକୁ ବନ୍ଦ ହୋଇଗଲା ଯାତାୟାତ

କଲ୍ୟାଣସିଂହପୁର,୧ା୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତରେ ଗ୍ରାମ୍ୟ ଉନ୍ନୟନ (ଆର୍‌ଡି) ବିଭାଗ ପକ୍ଷରୁ ନିର୍ମିତ ମୁଖ୍ୟ ରାସ୍ତା ଏବେ ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?