କଳିଙ୍ଗା ଘାଟିରେ ବଡ଼ ଧରଣର ଭୂସ୍ଖଳନ: ଫୁଲବାଣୀ-ଭଞ୍ଜନଗର ମୁଖ୍ୟ ରାସ୍ତାରେ ଯାତାୟତ ଠପ୍‌

ଦାରିଙ୍ଗବାଡି ୧୬।୯(ଅରୁଣ ସାହୁ ) କନ୍ଧମାଳ-ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା କଳିଙ୍ଗା ଘାଟିରେ ମଙ୍ଗଳବାର ଏକ ବଡ଼ ଅଘଟଣ ଭୂସ୍ଖଳନ ଘଟିଛି। ଜିଲାରେ ଲଗାଣ ବର୍ଷାରେ ଭୂସ୍ଖଳନ ହେବା ସହ ଗୋଟିଏ ପୋଲ ଧୋଇ ହୋଇଯାଇଥିବା ସୂଚନା ମିଳିଛି।

ଫଳରେ ଫୁଲବାଣୀ, ଦାରିଙ୍ଗବାଡି, ବାଲିଗୁଡା, ଜି. ଉଦୟଗିରି, ରାଇକିଆ ରୁ ବ୍ରହ୍ମପୁର, ଭଂଜନଗର, ବ୍ରହ୍ମପୁର, ଭୁବନେଶ୍ୱର ଆଦିକୁ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି। ଏପରିକି ଘାଟିରେ ଶହଶହ ଗାଡି ଅଟକି ରହିଛି।

ପ୍ରକାଶ ଯେ, ମଙ୍ଗଳବାର ଅପରାହ୍ନରେ ପାହାଡ଼ରେ ଭୂସ୍ଖଳନ ହେବା ସହ ବଡ଼ ବଡ଼ ପଥର ଖସିଆସି ରାସ୍ତା ଉପରେ ପଡିଛି। ଫଳରେ ଘାଟି ରାସ୍ତାର ବ୍ୟାପକ କ୍ଷୟକ୍ଷତି ହୋଇଛି। ପାହାଡରୁ ଭୂସ୍ଖଳନ ଯୋଗୁ ଏକ ପୋଲ ସମ୍ପୂର୍ଣ ଭୁଶୁଡି ପଡିଛି। ଖବର ଲେଖିବା ସୁଦ୍ଧା ସମ୍ପୃକ୍ତ ଜାତୀୟ ରାଜପଥରେ ଯାତାୟାତ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି।

ଖବର ପାଇ ଗଞ୍ଜାମ ଓ କନ୍ଧମାଳ ଜିଲାର ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳକୁ ଯାଇଥିବା ଜଣାପଡିଛି। ସୂଚନା ଯୋଗ୍ୟ, ଚଳିତ ବର୍ଷ ବାରମ୍ବାର ଲଘୁଚାପ ଜନିତ ବର୍ଷାରେ ଉକ୍ତ ଘାଟି ରାସ୍ତା ବିପଦପୂର୍ଣ୍ଣ ହୋଇପଡିଛି। ଗତ କିଛି ଦିନ ତଳେ ଘାଟିରୁ ଏକ ବିରାଟ ପଥର ଖସି ଆସିଥିଲା।

କନ୍ଧମାଳ ଜିଲାର ଲାଇଫଲାଇନ କୁହାଯାଉଥିବା ଉକ୍ତ ଘାଟି ରାସ୍ତାରେ ଏଭଳି ଘଟଣା ଘଟୁଥିଲେ ମଧ୍ୟ କୌଣସି ସ୍ଥାୟୀ ସମାଧାନ ହୋଇପାରୁ ନ ଥିବା ସ୍ଥାନୀୟ ଲୋକେ କହିଛନ୍ତି। ଦାରିଙ୍ଗବାଡିରୁ ଭୁବନେଶ୍ୱର ଯାଉଥିବା ବସ୍‌ଗୁଡିକ ଅନ୍ୟ କେଉଁ ରାସ୍ତାରେ ଯାଇପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri