Posted inଜାତୀୟ

ଭାରତ ପାଇଁ ‘ହୋର୍ମୁଜ ଦ୍ୱାର’ ଖୋଲିଲା ଇରାନ, ନିଭାଇଲା ବନ୍ଧୁତା, LPG ସଙ୍କଟରୁ ମିଳିବ ମୁକ୍ତି !

ନୂଆଦିଲ୍ଲୀ,୧୩।୩: ଦେଶରେ ରନ୍ଧନ ଗ୍ୟାସର ଅଭାବକୁ ନେଇ ଚିନ୍ତା ବଢୁଥିବା ବେଳେ ଇରାନ ଭାରତକୁ ବନ୍ଧୁତାର ହାତ ବଢ଼ାଇଛି। ହୋର୍ମୁଜ ଷ୍ଟ୍ରେଟ୍‌ରେ ଫସି ରହିଥିବା ଭାରତର ଦୁଇଟି ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଭାବେ ବାହାରିବାକୁ ଇରାନ ଅନୁମତି ଦେଇଛି। ଏହି ଘଟଣାର କିଛି ଘଣ୍ଟା ପୂର୍ବରୁ ଭାରତରେ ଅବସ୍ଥାପିତ ଇରାନର ରାଷ୍ଟ୍ରଦୂତ ମହମ୍ମଦ ଫତହାଲି ଗଣମାଧ୍ୟମକୁ ସୂଚନା ଦେଇ କହିଥିଲେ ଯେ, ଆଗାମୀ ୨-୩ ଘଣ୍ଟା ମଧ୍ୟରେ ଭାରତ ପାଇଁ ଭଲ ଖବର ଆସିବ।

ବର୍ତ୍ତମାନ ଭାରତର ବିଭିନ୍ନ ଅଞ୍ଚଳରେ ଏଲପିଜି ସିଲିଣ୍ଡର ପାଇଁ ଲୋକଙ୍କ ମଧ୍ୟରେ ହାହାକାର ଦେଖିବାକୁ ମିଳିଛି। ଗ୍ୟାସ ଏଜେନ୍ସିଗୁଡ଼ିକ ସମ୍ମୁଖରେ ଶତାଧିକ ଲୋକ ଧାଡ଼ି ବାନ୍ଧି ଛିଡ଼ା ହୋଇଥିବା ବେଳେ ଇରାନର ଏହି ପଦକ୍ଷେପ ଦ୍ୱାରା ଦେଶକୁ ଗ୍ୟାସ ଯୋଗାଣ ସ୍ବାଭାବିକ ହେବ ବୋଲି ଆଶା କରାଯାଉଛି।

ରାଷ୍ଟ୍ରଦୂତ ଫତହାଲି ଭାରତକୁ ଇରାନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶୀଦାର ଭାବେ ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତ ଯେ, ଭାରତ ଓ ଇରାନ ହେଉଛନ୍ତି ପୁରାତନ ବନ୍ଧୁ ଏବଂ ଏହି ଅଞ୍ଚଳରେ ଉଭୟ ଦେଶର ସୱାର୍ଥ ସମାନ। କଷ୍ଟ ସମୟରେ ଏବଂ ଯୁଦ୍ଧ ପରବର୍ତ୍ତୀ ପରିସ୍ଥିତିରେ ଭାରତ ସରକାର ଇରାନକୁ ବିଭିନ୍ନ କ୍ଷେତ୍ରରେ ସାହାଯ୍ୟ କରିଛନ୍ତି। ତେଣୁ ସୁରକ୍ଷିତ ଜଳପଥ ଯୋଗାଇଦେବା ଆମର କର୍ତ୍ତବ୍ୟ।

ସୂଚନାଯୋଗ୍ୟ, ହୋର୍ମୁଜ ଷ୍ଟ୍ରେଟ ହେଉଛି ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ମାର୍ଗ। ବିଶ୍ୱର ମୋଟ ତୈଳ ଏବଂ ଗ୍ୟାସ ରପ୍ତାନିର ଏକ ବଡ଼ ଭାଗ ଏହି ପତଳା ଜଳପଥ ଦେଇ ଯାଇଥାଏ। ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ କାରଣରୁ ଏହି ରୁଟ୍‌ରେ ଜାହାଜ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା, ଯାହାର ପ୍ରଭାବ ଭାରତ ଉପରେ ମଧ୍ୟ ପଡ଼ିଛି। ଇରାନର ଏହି ସହଯୋଗ ଭାରତର ଶକ୍ତି ସୁରକ୍ଷା ପାଇଁ ଏକ ବଡ଼ ବିଜୟ ବୋଲି କୁହାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀଙ୍କୁ ‘ଇଣ୍ଡିଗୋ’ର ଝଟ୍‌କା: ବିମାନ ଟିକେଟ ଉପରେ ଲାଗିଲା ‘ଫ୍ୟୁଏଲ ସରଚାର୍ଜ’, ମାର୍ଚ୍ଚ ୧୪ରୁ…

ନୂଆଦିଲ୍ଲୀ,୧୩।୩: ବିଶ୍ୱ ବଜାରରେ ବିମାନ ଇନ୍ଧନ (ATF) ଦର ଅହେତୁକ ଭାବେ ବୃଦ୍ଧି ପାଇବା ପରେ ଇଣ୍ଡିଗୋ ନିଜର ଭଡ଼ା ବୃଦ୍ଧି କରିବା ନିଷ୍ପତ୍ତି ନେଇଛି। ପଶ୍ଚିମ…

IPL ୨୦୨୬ରୁ ବାଦ୍‌ ପଡ଼ିଲେ ହର୍ଷିତ ରାଣା, ତଥାପି ମିଳିବ ୪ କୋଟି; କାରଣ ଜାଣିଲେ… 

ନୂଆଦିଲ୍ଲୀ,୧୩।୩: ଆଇପିଏଲ୍‌ ୨୦୨୬ ଆରମ୍ଭ ହେବା ପୂର୍ବରୁ କୋଲକାତା ନାଇଟ୍‌ ରାଇଡର୍ସ (KKR)କୁ ଶକ୍ତ ଧକ୍କା ଲାଗିଛି। ଦଳର ତାରକା ଦ୍ରୁତ ବୋଲର ହର୍ଷିତ ରାଣା ଆହତ…

ଚାଷୀଙ୍କ ପାଇଁ ବଡ଼ ଖୁସିଖବର, ପିଏମ୍‌ କିଷାନର ୨୨ତମ କିସ୍ତି ଜାରି, ଆପଣଙ୍କ ଆକାଉଣ୍ଟକୁ ଆସି ନ ଥିଲେ…

ନୂଆଦିଲ୍ଲୀ,୧୩।୩:  କେନ୍ଦ୍ର ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ‘ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି’ (PM-KISAN) ଯୋଜନା ଅଧୀନରେ ଦେଶର କୋଟି କୋଟି ଚାଷୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

‘ହୋର୍ମୁଜ ଷ୍ଟ୍ରେଟ୍‌’ରେ ଭାରତର ଦବଦବା! ଇରାନ ରାଷ୍ଟ୍ରଦୂତ ଦେଲେ ବଡ଼ ସଂକେତ, କିଛି ସମୟରେ ବଡ଼ ଘୋଷଣା…  

ନୂଆଦିଲ୍ଲୀ,୧୩।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବଢୁଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ପାରସ୍ୟ ଉପସାଗରରେ ଜାରି…

ଗର୍ଭବତୀ ଅଛନ୍ତି କି ନୀନା ଗୁପ୍ତା: ନିଜେ ମୁହଁ ଖୋଲିଲେ

ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତା ଆଜିକାଲି ଚର୍ଚ୍ଚାରେ ଅଛନ୍ତି। କିଏ କିଏ କହୁଛନ୍ତି ସେ କୁଆଡ଼େ ଗର୍ଭବତୀ ଅଛନ୍ତି। ଏସବୁ ଚର୍ଚ୍ଚା ମଧ୍ୟରେ ନୀନା ମୁହଁ ଖୋଲିଛନ୍ତି।…

ରାଗ କେମିତି ନିୟନ୍ତ୍ରଣ କରିବି ଜାଣିପାରୁନାହିଁ…ସଂସଦରେ ଭାବପ୍ରବଣ ହୋଇପଡ଼ିଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୩: ସଂସଦର ଉଭୟ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ ଜାରି ରହିଛି। ଆଜି ଲୋକ ସଭାର ଦୃଶ୍ୟ ଅତ୍ୟନ୍ତ ଉତ୍ତେଜନାପୂର୍ଣ୍ଣ ଥିଲା। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ Supplementary Demands…

କଂଗ୍ରେସ ବିଧାୟକ ବେଙ୍ଗାଲୁରୁରେ ଥିବା ସ୍ପଷ୍ଟ କଲେ ଶିବକୁମାର

ବେଙ୍ଗାଲୁରୁ,୧୩।୩: ଓଡ଼ିଶା କଂଗ୍ରେସର ୮ଜଣ ବିଧାୟକ ବେଙ୍ଗାଲୁରୁରେ ଥିବା ସ୍ପଷ୍ଟ କରିଛନ୍ତି କର୍ନାଟକ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର। ଏହି ଅବସରରେ ଶିବକୁମାର ପ୍ରତିକ୍ରିୟା ଦେଇ କହିଛନ୍ତି, ଘୋଡ଼ା…

ନ୍ୟାୟ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ଉନ୍ମତ୍ତକାଣ୍ଡ: ତହସିଲଦାରଙ୍କ ଗାଡ଼ି ଭାଙ୍ଗିଲେ, ପୋଲିସକୁ ମରଣାନ୍ତକ ଆକ୍ରମଣ

ବାରିପଦା,୧୩ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବହଳଦା ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଅସଦାଚରଣକୁ ନେଇ ଅଭାବନୀୟ ଘଟଣା ଘଟିଛି। ଅଞ୍ଚଳବାସୀ ନ୍ୟାୟ ଦାବିରେ ଜାତୀୟ ରାଜପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri