ଓଏଏସ୍‌ ସ୍ତରରେ ବଡ଼ଧରଣର ଅଦଳବଦଳ: ବଦଳିଲେ ୨୦ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୨୪।୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ବିଏମ୍‌ସିର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି। ଏହାସହିତ ଜାତୀୟ ସ୍ବାସ୍ଥ୍ୟ ମିଶନର କ୍ଷେତ୍ରୀୟ ଅଧିକାରୀ ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ସେହିପରି ସୁଧାକର ନାୟକଙ୍କୁ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗ ଅତିରିକ୍ତ ସଚିବ ଭାବେ ନିଯୁକ୍ତ କରାଯାଇଥିବାବେଳେ ଡ. ଶ୍ୱେତ କୁମାର ଦାଶଙ୍କୁ ବ୍ରହ୍ମପୁର ମେଡିକାଲ କଲେଜର ରେଜିଷ୍ଟ୍ରାର, ଡ. ପ୍ରମୋଦ କୁମାର ପୃଷ୍ଟିଙ୍କୁ ନବରଙ୍ଗପୁର ଅତିରିକ୍ତ ଜିଲାପାଳ, ସଚ୍ଚିଦାନନ୍ଦ ନାୟକଙ୍କୁ ଗଞ୍ଜାମ ଅତିରିକ୍ତ ଜିଲାପାଳ, ତପନ କୁମାର ଖୁଣ୍ଟିଆଙ୍କୁ ବାଲେଶ୍ୱର ଅତିରିକ୍ତ ଜିଲାପାଳ, ସବ୍ୟସାଚୀ ପଣ୍ଡାଙ୍କୁ ରାଇରଙ୍ଗପୁର ବାମନଘାଟି ଉପଜିଲାପାଳ, ବିଜୟ କୁମାର ନାୟକଙ୍କୁ ଇଡ୍‌କୋ ଭୂ-ଅଧିକାରୀ, ଚାର୍ଲସ ନାୟକଙ୍କୁ ଆନନ୍ଦପୁର ଅତିରିକ୍ତ ଉପଜିଲାପାଳ, ପଦ୍ମ ଚରଣ ସାହୁଙ୍କୁ ଢେଙ୍କାନାଳ ଉପଜିଲାପାଳ, ଟି. ପଦ୍ମନାଭ ଦୋରାଙ୍କୁ କନ୍ଧମାଳ ଅତିରିକ୍ତ ଉପଜିଲାପାଳ, ଦୀନମଣି ନାଏକଙ୍କୁ ପର୍ଯ୍ୟଟନ ବିଭାଗ ଉପସଚିବ ଭାବେ ବଦଳି କରାଯାଇଛି।
ସେହିପରି ବିବୁଧ ଗଡ଼ନାୟକଙ୍କୁ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗ ଉପସଚିବ ଭାବେ ବଦଳି କରାଯାଇଥିବା ବେଳେ ଚନ୍ଦ୍ରକାନ୍ତ ମଲ୍ଲିକଙ୍କୁ ପାନପୋଷ ଉପଜିଲାପାଳ, ଅଜୟ ପ୍ରକାଶ ତିର୍କୀଙ୍କୁ ଶକ୍ତି ବିଭାଗ ଉପସଚିବ, ବିକାଶ କୁମାର ମହାନ୍ତିଙ୍କୁ କାମାକ୍ଷାନଗର ଉପଜିଲାପାଳ, ତାପସ କୁମାର ସେଠୀଙ୍କୁ ଭଦ୍ରକ ଅତିରିକ୍ତ ଉପଜିଲାପାଳ, ସ୍ମୃତିରଞ୍ଜନ ମଲ୍ଲିକଙ୍କୁ ଇଡ୍‌କୋ ଭୂ-ଅଧିକାରୀ, ଅଶୋକ କୁମାର ମାଝୀଙ୍କୁ ଝାରସୁଗୁଡ଼ା ଉପଜିଲାପାଳ ଓ ଯୁଧିଷ୍ଠିର ମେହେରଙ୍କୁ ଫୁଲବାଣୀ ଆଇଟିଡିଏର ପିଏ ଭାବେ ନିଯୁକ୍ତ କରାଯାଇଛି। ସୂଚନାଯୋଗ୍ୟ, କିଛିଦିନ ତଳେ ଭୁବନେଶ୍ୱର ମହାନଗର ନିଗମରେ ଅତିରିକ୍ତ ଆୟୁକ୍ତ ଭାବେ କାର୍ଯ୍ୟରତ ଥିବାବେଳେ ରତ୍ନାକର ସାହୁ ରାଜନୈତିକ ରୋଷର ସମ୍ମୁଖୀନ ହୋଇଥିଲେ। ଏହାକୁ ନେଇ ସେତେବେଳେ ରାଜ୍ୟ ରାଜନୀତି ସରଗରମ ହୋଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲରୁ ଧମକ, ବିକ୍ରମ ପଣ୍ଡାଙ୍କ ନାଁରେ ପୁଣି ମାମଲା

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ ): ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ପୁଣି ବଢ଼ିଲା ଅଡୁଆ । ଜେଲରେ ରହିଥିବା ସମୟରେ ମୃତ ଭାଜପା ନେତା ତଥା ଆଇନଜୀବୀ…

ଆଦର୍ଶ ଆଇନଜୀବୀ ଭାବେ ପରିଚିତ ଥିଲେ ବଂଶୀଧର, ଆଜି ତାଙ୍କୁ ଝୁରୁଛି ଓକିଲ ସଂଘ

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଓକିଲ ସଂଘର ବରିଷ୍ଠ ସଦସ୍ୟ ବରିଷ୍ଠ ଆଇନଜୀବୀ ବଂଶୀଧର ପାଳଙ୍କ ଭୁବନେଶରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ…

ସି ଜିନପିଙ୍ଗଙ୍କ ଅସୁସ୍ଥତାକୁ ନେଇ ବଢୁଛି କଳ୍ପନାଜଳ୍ପନା, ୨୪ ଘଣ୍ଟା ପରେ ଭାରତ ଛାଡ଼ିବାର କାରଣକୁ ନେଇ ହେଉଛି ଚର୍ଚ୍ଚା

ବେଜିଂ,୧୬।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ପ୍ରାୟତଃ ବିଭିନ୍ନ ଖବର ସାମ୍ନାକୁ ଆସିଥାଏ। ପୁଣିଥରେ ସୋସିଆଲ ମିଡିଆରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚର୍ଚ୍ଚା ଆରମ୍ଭ…

EPFରେ ବଡ଼ ପରିବର୍ତ୍ତନ; ୫୧ ଲକ୍ଷରୁ ଅଧିକ କର୍ମଚାରୀ ହେବେ ଉପକୃତ, ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଲେ…

ନୂଆଦିଲ୍ଲୀ,୧୬ା୯: କର୍ମଚାରୀଙ୍କ ସାମାଜିକ ସୁରକ୍ଷାକୁ ଆହୁରି ବ୍ୟାପକ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । EPF ଓ EPS କଭରେଜ୍‌ ପାଇଁ ଲାଗୁଥିବା…

ସହରର ମୁଖ୍ୟ ରାସ୍ତାରେ ଗଦାହୋଇଛି ବାଲି, ଦୁର୍ଘଟଣାକୁ ଆମନ୍ତ୍ରଣ କରି…

ଗଞ୍ଜାମ,୧୬ା୯(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥଠାରୁ ଗଞ୍ଜାମ ସହରକୁ ସଂଯୋଗ ମୁଖ୍ୟ ରାସ୍ତାରେ ଅଧିକାଂଶ ସମୟରେ ଘର ନିର୍ମାଣ କାର୍ଯ୍ୟ ପାଇଁ ବାଲି ଶୁଖା ଯାଉଥିବା…

ବାଲସି ଗାଁରେ ନୂଆଖାଇ ଜୁହାର, ଏକାଠି ହୋଇ ନବାନ୍ନ ଭକ୍ଷଣ କରିବା ପରେ…

କେସିଙ୍ଗା,୧୬ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ଗ୍ରାମର ତୈଳିକ ବୈଶ୍ୟ ହଳଦିଆ ସାହୁ ସମାଜର ଷଣା ବଂଶ ପକ୍ଷରୁ ନୂଆଖାଇ ଓ ଜୁହାର କାର୍ଯ୍ୟକ୍ରମ…

Asian Games 2026: ଏସିଆନ୍ ଗେମ୍ସ ପୂର୍ବରୁ ଟିମ୍‌ ଇଣ୍ଡିଆରେ ବଡ଼ ପରିବର୍ତ୍ତନ; ବାଦ୍ ପଡ଼ିଲେ ବରୁଣ, ଏହି ଖେଳାଳିଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୬।୯: ଏସିଆନ୍ ଗେମ୍ସ ୨୦୨୬ ପୂର୍ବରୁ ଭାରତୀୟ କ୍ରିକେଟ୍ ଦଳରେ ପରିବର୍ତ୍ତନ ହୋଇଛି । ଆହତ କାରଣରୁ ମିଷ୍ଟ୍ରି ସ୍ପିନର ବରୁଣ ଚକ୍ରବର୍ତ୍ତୀ ଏସିଆନ୍ ଗେମ୍ସରୁ ବାଦ୍…

ବଜ୍ରପାତରେ ଦୁଇ ପରିବାରର ଚାଲିଗଲା ୨ ଜୀବନ

ବଞ୍ଚୋ/ଆନନ୍ଦପୁର,,୧୬ା୯(ପ୍ରଦୋଷ ବିଶ୍ୱାଳ/ ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ବୁଧବାର ବଜ୍ରପାତ ଘଟି ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଅଚାନକ ବଜ୍ରପାତରେ ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?