ପ୍ରଭାତ ଦାଶଙ୍କୁ ସୁବେଦାର ମେଜର ସମ୍ମାନ

ଚଣ୍ଡିଖୋଲ,୧୨ା୯(ପ୍ରଦୀପ୍ତ କୁମାର ପୃଷ୍ଟି): ଦେଶ ପାଇଁ ତ୍ୟାଗ, କର୍ତ୍ତବ୍ୟ ଓ ଦୀର୍ଘ ୩୦ବର୍ଷ ସେବା ପାଇଁ ୧୬୬ ବାଟାଲିୟନ ଆସାମ ରାଇଫଲର କର୍ଣ୍ଣେଲ ମହେନ୍ଦ୍ର ସିଂହ କମାଣ୍ଡିଂ ଅଧିକାରୀ ପ୍ରଭାତ କୁମାର ଦାଶଙ୍କୁ ସୁବେଦାର ମେଜର ପଦରେ ବିଭାଗ ପକ୍ଷରୁ ସମ୍ମାନିତ କରାଯାଇଛି। ଯାଜପୁର ଜିଲା ବଡ଼ଚଣା ବ୍ଲକ ଅନ୍ତର୍ଗତ ବରଦା ଗ୍ରାମର ମହନ୍ତ ଭଗବାନ ଦାଶ ଓ କମଳା ଦାଶଙ୍କ ଜ୍ୟେଷ୍ଠ ପୁଅ ପ୍ରଭାତଙ୍କ ଅନ୍ୟ ଏକ ପରିଚୟ ସେ ଚଣ୍ଡିଖୋଲ ବାର ଆସୋସିଏଶନର ସମ୍ପାଦକ ପ୍ରକାଶ ଚନ୍ଦ୍ର ଦାଶଙ୍କ ବଡ ଭାଇ । ଦେଶ ସେବା ପାଇଁ ଏହି ମର୍ଯ୍ୟାଦା ଜନକ ସମ୍ମାନ ମିଳିଥିବାରୁ ବଡ଼ଚଣା ଗାନ୍ଧୀ ବୃନ୍ଦାବନ ତ୍ରିପାଠୀ ସ୍ମୃତି ସଂସଦ, ସଂଗ୍ରାମୀ ଜଗନ୍ନାଥ ମାନ୍ଧାତା ସ୍ମୃତି ସଂସଦ, ଓଳାଶୁଣୀ ଗୁମ୍ଫା ଉନ୍ନୟନ ଟ୍ରଷ୍ଟ ଓ ବନ୍ଦରେଶ୍ୱର ସଂଗ୍ରାମୀ ଏକାଡେମୀ ପକ୍ଷରୁ ଶରତ ଚନ୍ଦ୍ର ପ୍ରଧାନ, ଶୁଭେନ୍ଦୁ କୁମାର ଭୂୟାଁ, ଶ୍ରୀକାନ୍ତ କୁମାର ସାମଲ ଓ ବାଲି ପଡିଆ ଯୁବକ ସଂଘର ଉପ ସଭାପତି ବିରୁପାକ୍ଷ ତ୍ରିପାଠୀ ପ୍ରମୁଖ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ବରଦା ପ୍ରହଲ୍ଲାଦ ନିଗମାନନ୍ଦ ବିଦ୍ୟାପୀଠର ପୁରାତନ ଛାତ୍ର ହୋଇଥିବାରୁ ବିଦ୍ୟାଳୟର ଛାତ୍ରୀଛାତ୍ର ଓ ଶିକ୍ଷକମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri