ବଡ଼ଧରଣର ଡକାୟତି ଯୋଜନା: କାଇତାଳା-ତନ୍ତିଆପାଳ ରାସ୍ତାର ନିଛାଟିଆ ସ୍ଥାନରୁ ଧରିଲା ପୋଲିସ; ଜଣେ ଫେରାର

ମହାକାଳପଡ଼ା, ୧୯।୧୦ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା  ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ପୁଲିସ ଏକ ବଡ଼ଧରଣର ଡକାୟତି ଯୋଜନାକୁ ପଣ୍ଡ କରିଛି। ଡକାୟତି ପାଇଁ ଯୋଜନା କରୁଥିବା ଅଭିଯୋଗରେ ପୋଲିସ ୪ ଜଣଙ୍କୁ ଗିରଫ କରିଛି। ଅନ୍ୟ ଜଣେ ଅଭିଯୁକ୍ତ ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ପୋଲିସ ଘଟଣାସ୍ଥଳରୁ ଗୋଟିଏ କାର୍‌, ଗୋଟିଏ ବାଇକ୍‌, ଗ୍ୟାସ୍‌ କଟର୍‌ ଓ ବିଭିନ୍ନ ମାରଣାସ୍ତ୍ର ସମେତ ଅନ୍ୟାନ୍ୟ ସାମଗ୍ରୀ ଜବତ କରିଛି।

ସୂଚନା ଅନୁଯାୟୀ, ତନ୍ତିଆପାଳ ସାମୁଦ୍ରିକ ଥାନାଠାରୁ ପ୍ରାୟ ୨ କିଲୋମିଟର ଦୂର କାଇତାଳା-ତନ୍ତିଆପାଳ-ଭୋପାଳ ରାସ୍ତାର ଏକ ନିଛାଟିଆ ସ୍ଥାନରେ ରବିବାର ବିଳମ୍ବିତ ରାତିରେ ଏକ ଡକାୟତ ଗ୍ୟାଙ୍ଗ ବଡ଼ଧରଣର ଡକାୟତି ପାଇଁ ଯୋଜନା କରୁଥିବା ପୋଲିସ ଖବର ପାଇଥିଲା।

ଏହି ସୂଚନା ଆଧାରରେ ଥାନାର ଏଏସ୍‌ଆଇ ପ୍ରତାପ ଚନ୍ଦ୍ର ମହାନ୍ତିଙ୍କ ସମେତ ଏକ ସ୍ୱତନ୍ତ୍ର ପୁଲିସ ଟିମ୍‌ ଅତି ସତର୍କତାର ସହ ଘଟଣାସ୍ଥଳରେ ପହଞ୍ଚିଥିଲା। ପୋଲିସକୁ ଦେଖି ଅଭିଯୁକ୍ତମାନେ ଘନ ଅନ୍ଧକାରର ସୁଯୋଗ ନେଇ ନିକଟସ୍ଥ ଚାଷଜମି ଆଡ଼କୁ ଦୌଡ଼ି ପଳାଇଥିଲେ। ତେବେ ପୁଲିସ ଟିମ୍‌ ବହୁ ଚେଷ୍ଟା ପରେ ୪ ଜଣଙ୍କୁ କାବୁ କରିବାରେ ସଫଳ ହୋଇଥିଲା। ଅନ୍ୟ ଜଣେ ଅଭିଯୁକ୍ତ ଅନ୍ଧାରର ସୁଯୋଗ ନେଇ ଫେରାର ହୋଇଯାଇଥିଲା।

ଘଟଣାସ୍ଥଳରୁ ପୁଲିସ ଗୋଟିଏ କାର୍‌, ଗୋଟିଏ ବାଇକ୍‌, କିଛି ମାରଣାସ୍ତ୍ର, ଗ୍ୟାସ୍‌ କଟର୍‌ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ କରିଛି। ଏହି ଘଟଣାରେ ସୋମବାର କେସ୍‌ ନମ୍ବର ୨୫୯/୨୬ରେ ମାମଲା ରୁଜୁ କରାଯାଇଛି। ଭାରତୀୟ ନ୍ୟାୟ ସଂହିତାର ଧାରା ୩୧୦(୪) ଓ ୩୧୦(୫) ଅନୁଯାୟୀ ଗିରଫ ୪ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ତନ୍ତିଆପାଳ ଥାନା ଅଧିକାରୀ ନରେଶ ଚନ୍ଦ୍ର ସାହୁ ସୂଚନା ଦେଇଛନ୍ତି।

ଗିରଫ ଅଭିଯୁକ୍ତମାନେ ହେଲେ ପାରାଦୀପ ଲକ୍‌ ଥାନା ଅଞ୍ଚଳର ରିଦାଇ ଗେନ୍‌ (୨୨), ପାରାଦୀପ ବଡ଼ପଡ଼ିଆ ଥାନା ଅଞ୍ଚଳର ପ୍ରକାଶ ପାଞ୍ଜିଆ (୨୫) ଏବଂ କଟକ ଜିଲ୍ଲା ଖୁଣ୍ଟୁଣୀ ଥାନା ଅଞ୍ଚଳର ସୁରେନ୍ଦ୍ର କୁଦା (୨୨) ଓ ଥୋମାସ ପୂର୍ତ୍ତୀ (୨୧)। ଏହି ଘଟଣାରେ ଫେରାର ଅଭିଯୁକ୍ତଙ୍କୁ ଧରିବା ଏବଂ ଡକାୟତି ଯୋଜନା ସମ୍ପର୍କରେ ଅଧିକ ତଥ୍ୟ ହାସଲ କରିବା ପାଇଁ ପୁଲିସର ତଦନ୍ତ ଜାରି ରହିଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?