Posted inଖେଳ

ମେଜର ସନ୍ଦୀପ ମହାପାତ୍ର ମେମୋରିଆଲ ଟେନିସ୍‌: ସାମୁଏଲଙ୍କୁ ସିଙ୍ଗଲ୍ସ ଟାଇଟଲ

ଭୁବନେଶ୍ୱର, ୧୧ା୩ (ସ୍ପୋଟର୍‌ସ ବ୍ୟୁରୋ): ସ୍ଥାନୀୟ ମେଣ୍ଢାଶାଳସ୍ଥିତ ଟେନିସ କମ୍ପ୍ଲେକ୍ସଠାରେ ମେଜର ସନ୍ଦୀପ ମହାପାତ୍ର ମେମୋରିଆଲ ଟେନିସ୍‌ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ଏଥିରେ କର୍ନାଟକର ରଶିନ୍‌ ସାମୁଏଲ ସିଙ୍ଗଲ୍ସ ଟାଇଟଲ ହାସଲ କରିଛନ୍ତି। ଫାଇନାଲରେ ସେ ତାମିଲନାଡୁର ଭୂପତି ସାକଥିଭେଲ୍‌ଙ୍କୁ ୭-୬ (୫), ୬-୧ରେ ହରାଇ ଦେଇଛନ୍ତି। ପୂର୍ବରୁ ଅନୁଷ୍ଠିତ ଡବଲ୍ସ ଫାଇନାଲରେ ମହାରାଷ୍ଟ୍ର ଯୋଡ଼ି ପ୍ରସାଦ ଇଙ୍ଗାଲେ ଓ ପାରିତୋଷ ପାଓ୍ବାର ୬-୪, ୬-୪ରେ ଓଡ଼ିଶାର ଅମୃତଜୟ ମହାନ୍ତି ଓ ଶୁଭ୍ରନିଲ୍‌ ବର୍ମନଙ୍କୁ ହରାଇ ଦେଇଥିଲେ। ପ୍ରତିଯୋଗିତା ଶେଷରେ ସିଙ୍ଗଲ୍ସ ବିଜେତା ଓ ରନରଅପ୍‌କୁ ଟ୍ରଫି ସହ ଯଥାକ୍ରମେ ୧୨,୫୦୦ ଟଙ୍କା ଓ ୮,୪୦୦ ଟଙ୍କା ଆର୍ଥିକ ପୁରସ୍କାର ପ୍ରଦାନ କରାଯାଇଥିଲା। ସେହିପରି ଡବଲ୍ସ ବିଜେତା ଓ ରନରଅପ୍‌ଙ୍କୁ ଟ୍ରଫି ସହ ଆର୍ଥିକ ପୁରସ୍କାର ବାବଦରେ ଯଥାକ୍ରମେ ୬,୨୦୦ ଟଙ୍କା ଓ ୩,୮୦୦ ଟଙ୍କା ପ୍ରଦାନ କରାଯାଇଥିଲା। ସିଙ୍ଗଲ୍ସର ବିଜେତା ଓ ରନରଅପ୍‌ ଯଥାକ୍ରମେ ୨୦ ଓ ୧୫ ଅଲ୍‌ ଇଣ୍ଡିଆ ଟେନିସ ଆସୋସିଏଶନ (ଆଇଟା) ର଼୍ୟାଙ୍କିଙ୍ଗ ପଏଣ୍ଟ ଅର୍ଜନ କରିଛନ୍ତି। ଚାମ୍ପିୟନଶିପ୍‌ରେ ଦେଶର ୧୪ଟି ବିଭିନ୍ନ ରାଜ୍ୟରୁ ମୋଟ ୬୦ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ସ୍ବର୍ଗତ ମେଜର ସନ୍ଦୀପ ମହାପାତ୍ରଙ୍କ ପିତା ଜଗଦାନନ୍ଦ ମହାପାତ୍ର ଟୁର୍ନାମେଣ୍ଟର ପ୍ରମୁଖ ପ୍ରାୟୋଜକ ରହିଛନ୍ତି। ଉଦ୍‌ଯାପନୀ ଉତ୍ସବରେ ସେ ଫାଇନାଲିଷ୍ଟଙ୍କୁ ଟ୍ରଫି ଓ ପୁରସ୍କାର ପ୍ରଦାନ କରିଥିଲେ। ଗୁରୁକୁଳ ରିସୋର୍ଟସର ନିର୍ଦ୍ଦେଶକ ଚିନ୍ମୟ ପ୍ରଧାନ ଓ ଟୁର୍ନାମେଣ୍ଟ ରେଫରି ଯତୀନ ବତ୍ସ୍ୟ ଅତିଥି ଭାବେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri