ମନରେଗା ଯୋଜନାରେ ମହାଘୋଟାଲା, ବର୍ଷେ ପରେ ବି ମିଳିଲାନି ପାଉଣା, ଜିଲାପାଳଙ୍କ ଦ୍ୱାରସ୍ଥ ହୋଇ ଶ୍ରମିକ…

ଛତ୍ରପୁର,୨୯ା୫(ଦିଲ୍ଲୀପ ସାମଲ): ମହାତ୍ମାଗାନ୍ଧୀ ଗ୍ରାମୀଣ କର୍ମ ନିଯୁକ୍ତି ଯୋଜନା ବା ମନରେଗାକୁ ନେଇ ପୁଣି ସାମ୍ନାକୁ ଆସିଛି ବଡ଼ ଅଭିଯୋଗ। ବର୍ଷେ କାଳ ପରିଶ୍ରମ କରି ମଧ୍ୟ ଗରିବ ଶ୍ରମିକଙ୍କୁ ମିଳୁନି ତାଙ୍କ ହକ୍ର ପାଉଣା। ଦିନ ମଜୁରିଆଙ୍କ ପେଟକୁ ଲାତ ମାରିଛନ୍ତି ସରକାରୀ ବାବୁ। ବ୍ଲକଠାରୁ ଆରମ୍ଭ କରି ପ୍ରଶାସନିକ ଅଧିକାରୀଙ୍କ ପାଖକୁ ଦୌଡ଼ି ଦୌଡ଼ି ନୟାନ୍ତ ହେବା ପରେ ଶେଷରେ ନ୍ୟାୟ ଆଶାରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି ଶତାଧିକ ମହିଳା ଓ ପୁରୁଷ ଶ୍ରମିକ।
ଅଭିଯୋଗ ଅନୁସାରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଭାଟକୁମୁରଡ଼ା ପଞ୍ଚାୟତର କିଛି ଶ୍ରମିକ ଗତ ବର୍ଷ ଅର୍ଥାତ୍‌ ୨୦୨୫ ଫେବୃଆରୀରେ ଗାଁର ଦୁଇଟି ପୋଖରୀ ଯାହାକି ଝୁଡ଼ିଆ ବନ୍ଧ ଓ ଗଡ଼ଗଡ଼ିଆ ବନ୍ଧ ପୁନରୁଦ୍ଧାର କାର୍ଯ୍ୟରେ ପ୍ରାୟ ୭୦ ଜଣରୁ ଅଧିକ ମହିଳା ଓ ପୁରୁଷ ଶ୍ରମିକ ନିୟୋଜିତ ହୋଇଥିଲେ। ଦୀର୍ଘ ୭୫ ଦିନ କାଳ ରକ୍ତକୁ ପାଣି କରି ଏହି ଶ୍ରମିକମାନେ କାମ କରିଥିଲେ ସୁଦ୍ଧା ଆଜି ପର୍ଯ୍ୟନ୍ତ ସେମାନଙ୍କ ବକେୟା ମଜୁରୀ ଟଙ୍କା ମିଳିନାହିଁ। ଏହି ବଡ଼ ଅବହେଳା ବିଷୟରେ ଗ୍ରାମବାସୀ ବ୍ଲକର କନିଷ୍ଠ ଯନ୍ତ୍ରୀ (JE), ସହକାରୀ ଯନ୍ତ୍ରୀ (AE) ଏବଂ ଗୋଷ୍ଠୀ ଉନ୍ନୟନ ଅଧିକାରୀ (BDO)ଙ୍କୁ ବାରମ୍ବାର ଗୁହାରି କରିଥିଲେ। ହେଲେ କୌଣସି ସୁଫଳ ମିଳି ନ ଥିଲା, ବାଧ୍ୟ ହୋଇ ଆଜି ସେମାନେ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଯଦି ତୁରନ୍ତ ସେମାନଙ୍କ ପ୍ରାପ୍ୟ ନ ମିଳେ, ତେବେ ଆଗକୁ ଆନ୍ଦୋଳନ ତୀବ୍ର ହେବ ବୋଲି ଶ୍ରମିକମାନେ ଚେତାବନୀ ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୁପୋଷିତ ଓଡ଼ିଶା ମିଶନ ପ୍ରଶିକ୍ଷଣ: ଶିଶୁ ପୋଷଣ ଉପରେ ଗୁରୁତ୍ୱାରୋପ

ଦାରିଙ୍ଗବାଡି,୩୧।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଋଷିମାଳ ଡିଗ୍ରୀ କଲେଜରେ ସୋମବାର ସୁପୋଷିତ ଓଡ଼ିଶା ମିଶନ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରକୁ…

ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

ନିଶାମୁକ୍ତ ସମାଜ, ସାଇବର ଠକେଇ ରୋକିବାକୁ ପୋଲିସର …

କେସିଙ୍ଗା, ୩୧ା୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ଉତ୍‌କେଲା ଫାଣ୍ଡି ଅଧୀନସ୍ଥ କିକିଆ ଗ୍ରାମରେ ନିଶାମୁକ୍ତ ଅଭିଯାନ ଓ ସାଇବର କ୍ରାଇମ୍‌…

ଏହି ୪ ରାଶିଙ୍କ ଉପରେ ଥାଏ ଭାଗ୍ୟର ଆଶୀର୍ବାଦ: କମ ପରିଶ୍ରମରେ ମିଳିଥାଏ ବଡ଼ ସଫଳତା

ଭୁବନେଶ୍ୱର: ଆପଣ ମଧ୍ୟ ଏପରି ଲୋକଙ୍କୁ ଦେଖିଥିବେ, ଯେଉଁମାନଙ୍କୁ ଜୀବନରେ ଅନେକ କିଛି ସହଜରେ ମିଳିଯାଏ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ କିଛି ରାଶି ଜାତକଙ୍କ ଉପରେ ଗ୍ରହ…

ମୋଦି ସରକାରର ଦୁଇ ମନ୍ତ୍ରୀଙ୍କ ମଧ୍ୟରେ ପ୍ରବଳ ଝଗଡା: ପରସ୍ପର ଇସ୍ତଫା କଲେ ଦାବି: ପଛରେ ରହିଛି ଏମିତି କାରଣ

ନୂଆଦିଲ୍ଲୀ,୩୧।୮: ମୋଦି କ୍ୟାବିନେଟର ଦୁଇ ମନ୍ତ୍ରୀ ଜିତନ ରାମ ମାଞ୍ଝି ଏବଂ ଚିରାଗ ପାସୱାନଙ୍କ ମଧ୍ୟରେ ଝଗଡା ଚରମସୀମାରେ ପହଞ୍ଚିଛି । ସେମାନଙ୍କ ମଧ୍ୟରେ ତିକ୍ତତା ଏପରି…

କଳା ଓ ସଙ୍ଗୀତରେ ଚମକିଲେ ଭାଇ-ଭଉଣୀ: ପ୍ରାଚୀଙ୍କ ସଙ୍ଗୀତରେ ଝୁମିଲେ ଦର୍ଶକ

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ବିବିଧ ଫାଉଣ୍ଡେଶନ୍‌ କଳା ଓ ସଂସ୍କୃତି ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ପାରଦର୍ଶିତା ଦେଖାଇଛନ୍ତି ଗଞ୍ଜାମ ସହରର ଭାଇ-ଭଉଣୀ। ପ୍ରାଚୀଙ୍କ ସଙ୍ଗୀତର ମୂର୍ଚ୍ଛନାରେ…

ଦିନେ ମୋଦି କରିଥିଲେ ପ୍ରଶଂସା, ଏବେ ଜୀବିକା ହରାଇବେ ଏହି ମହିଳା: କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ର ୧୩୭ତମ ଏପିସୋଡରେ ବେଙ୍ଗାଲୁରୁର ଜଣେ ରାସ୍ତା ବିକ୍ରେତା ଟି.ଏସ. ନିଙ୍ଗାମ୍ମାଙ୍କ କାହାଣୀ ଶେୟାର କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri