ମ୍ୟାଲେରିଆ, ଡେଙ୍ଗୁର ନିରାକରଣ ପାଇଁ ବଡ଼ ପଦକ୍ଷେପ

ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମ୍ୟାଲେରିଆ, ଡେଙ୍ଗୁ ଜନିତ ଜ୍ୱରକୁ ମୂଳୋତ୍ପାଟନ କରିବାକୁ ଯୋଜନା କରାଯାଇଛି। ଏଥିପାଇଁ ଜନ ସଚେତନ କରାଯିବା ସହ ଲୋକଙ୍କୁ କୀଟନାଶକ ମଶାରୀ ବ୍ୟବହାର ପାଇଁ ଅଧିକ ଗୁରୁତ୍ୱ ଦିଆଯିବା ସହ ସେମାନଙ୍କୁ ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯିବ ବୋଲି ଶନିବାର ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସର ସଭାଗୃହଠାରେ ଗୋଷ୍ଠୀ ଜନସ୍ବାସ୍ଥ୍ୟ ଅଧିକାରୀ ଡଃ ଜାକେଶ ସାମନ୍ତରାୟଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକରେ କୁହାଯାଇଛି। ଉକ୍ତ ବ୍ଲକ ଅଞ୍ଚଳରେ ୨୫ ପଞ୍ଚାୟତରେ ଚଳିତ ମାସରେ ୭୦ହଜାର ମଶାରୀ ବଣ୍ଟନ ପାଇଁ ଯୋଜନା କରାଯାଇଛି। ଯାହାକି ଦୀର୍ଘସ୍ଥାୟୀ କୀଟନାଶକ ମଶାରୀ। ଏହାକୁ ଯେତେବେଳେ ଶୋଇବେ ଦିନ ହେଉ କି ରାତି ବ୍ୟବହାର କରିବା ଦ୍ୱାରା ଦିନରେ ଡେଙ୍ଗୁ ଓ ରାତିରେ ମ୍ୟାଲେରିଆ ମଶା କମୁଡ଼ିବେ ନାହିଁ। ଫଳରେ ଏହି ସବୁ ଜ୍ୱରରୁ ଲୋକ ମୁକ୍ତ ହୋଇପାରିବେ ବୋଲି ଆଲୋଚନା କରାଯାଇଛି। ଆସନ୍ତା ୧୦ ରୁ ଗ୍ରୀନବାଡ଼ି ସବ୍‌ସେଣ୍ଟରରୁ ଏହି ଔଷଧୀୟ କୀଟନାଶକ ମଶାରୀ ମାଗଣା ବଣ୍ଟନର ଶୁଭାରମ୍ଭ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ଏହି ପ୍ରସ୍ତୁତି ବୈଠକରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ବିଡିଓ ପ୍ରୀତିରଞ୍ଜନ ରଥ, ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡା, ଆଇଆଇଆସି ଅଶୋକ କୁମାର ହାଁସଦା, ଏବିଇଓ ବନମାଳୀ ମାଝୀ ପ୍ରମୁଖ ଯୋଗଦେଇ ଆଲୋଚନାରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri