Posted inଜାତୀୟ

୨୦୦୦ରୁ କଶ୍ମୀରରେ ଘଟିଥିବା ବଡ଼ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୨୨।୪: ୨୦୦୦ରୁ ଜମ୍ମୁ-କଶ୍ମୀରରେ ବିଭିନ୍ନ ସମୟରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣରେ ବହୁ ନିରୀହ ଜନସାଧାରଣଙ୍କ ଜୀବନ ଯାଇଛି। ଏଠାରେ କେତୋଟି ବଡ଼ ଆକ୍ରମଣର ତଥ୍ୟ ଉପସ୍ଥାପନ କରାଗଲା।

୨୦୦୦ ମାର୍ଚ୍ଚ ୨୧: ଆତଙ୍କବାଦୀମାନେ ଅନନ୍ତନାଗ ଜିଲାର ଛତିସିଂପୋରା ଗ୍ରାମରେ ଥିବା ସଂଖ୍ୟାଲଘୁ ଶିଖ୍‌ ସମ୍ପ୍ରଦାୟକୁ ଟାର୍ଗେଟ କରି ଆକ୍ରମଣ କରିଥିଲେ। ଏଥିରେ ୩୬ ଜଣଙ୍କ ମୃତ୍ୟୁ ଘଟିଥିଲା।

୨୦୦୦ ଅଗଷ୍ଟ: ଅମରନାଥ ଯାତ୍ରା ବେଳେ ନୁନ୍‌ଓ୍ବାନ୍‌ ବେସ୍‌ କ୍ୟାମ୍ପ୍‌ ଉପରେ ଆତଙ୍କବାଦୀ ଆକ୍ରମଣ ଯୋଗୁ ୩୨ ଜଣଙ୍କ ମୃତ୍ୟୁ ହୋଇଥିଲା। ସେଥିରୁ ଅଧିକାଂଶ ଅମରନାଥ ତୀର୍ଥଯାତ୍ରୀ ଥିଲେ। ସେହି ମାସରେ ଅନନ୍ତନାଗର ଶେଷନାଗ ବେସ୍‌ କ୍ୟାମ୍ପ୍‌ରେ ଆକ୍ରମଣ ଯୋଗୁ ୧୩ ଜଣ ପ୍ରାଣ ହରାଇଥିଲେ।

୨୦୦୧ ଅକ୍ଟୋବର ୧: ଶ୍ରୀନଗରସ୍ଥିତ ଜମ୍ମୁ-କଶ୍ମୀର ରାଜ୍ୟ ବିଧାନସଭା କମ୍ପ୍ଲେକ୍ସ ଉପରେ ଆତ୍ମଘାତୀ ଆତଙ୍କବାଦୀଙ୍କ ଆକ୍ରମଣ ଯୋଗୁ ୩୬ ଜଣଙ୍କ ମୃତ୍ୟୁ ଘଟିଥିଲା।

୨୦୦୨: ଅମରନାଥ ଯାତ୍ରୀଙ୍କୁ ଟାର୍ଗେଟ କରି ଚନ୍ଦନଓ୍ବାରି ବେସ୍‌ କ୍ୟାମ୍ପ୍‌ରେ ଆତଙ୍କବାଦୀ ଆକ୍ରମଣ କରିବାରୁ ୧୧ ଯାତ୍ରୀ ନିହତ ହୋଇଥିଲେ। ସେହିବର୍ଷ ନଭେମ୍ବର ୨୩ରେ ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥର ଦକ୍ଷିଣ କଶ୍ମୀର ଅନ୍ତର୍ଗତ ଲୋୟର ମୁଣ୍ଡାରେ ଆଇଇଡି ବିସ୍ଫୋରଣ ଘଟି ୧୯ ଜଣଙ୍କ ଜୀବନ ଯାଇଥିଲା। ସେମାନଙ୍କ ମଧ୍ୟରେ ୯ ଜଣ ସୁରକ୍ଷା ଯବାନ, ୩ ମହିଳା ଓ ୨ ଛୋଟ ପିଲା ଥିଲେ।

୨୦୦୩ ମାର୍ଚ୍ଚ ୨୩: ପୁଲ୍‌ଓ୍ବାମା ଜିଲାର ନନ୍ଦିମାର୍ଗ ଗ୍ରାମରେ ଆତଙ୍କବାଦୀଙ୍କ ଗଣସଂହାରରେ ୧୧ ମହିଳା ଏବଂ ୨ ପିଲାଙ୍କ ସମେତ ଅନୂ୍ୟନ ୨୪ କଶ୍ମୀର ପଣ୍ଡିତଙ୍କ ଜୀବନ ଯାଇଥିଲା।

୨୦୦୫ ଜୁନ୍‌ ୧୩ : ପୁଲ୍‌ଓ୍ବାମାର ଏକ ସରକାରୀ ସ୍କୁଲ୍‌ ସମ୍ମୁଖରେ ଥିବା ଗହଳି ବଜାରରେ ଆତଙ୍କବାଦୀ ବିସ୍ଫୋରକଭର୍ତ୍ତି କାର ବିସ୍ଫୋରଣ ଘଟାଇବାରୁ ୩ ସିଆର୍‌ପିଏଫ୍‌ ଯବାନ, ୨ ସ୍କୁଲ୍‌ ପିଲାଙ୍କ ସମେତ ୧୬ ଜଣଙ୍କ ମୃତ୍ୟୁ ଘଟିଥିଲା।

୨୦୦୬ ଜୁନ୍‌ ୧୨: କୁଲ୍‌ଗାମରେ ଆତଙ୍କବାଦୀ ଆକ୍ରମଣରେ ୯ ଜଣ ନେପାଳୀ ଓ ବିହାରୀ ଶ୍ରମିକ ପ୍ରାଣ ହରାଇଥିଲେ।

୨୦୧୭ ଜୁଲାଇ ୧୦: କୁଲ୍‌ଗାମରେ ଅମରନାଥ ଯାତ୍ରା ବସ୍‌କୁ ଟାର୍ଗେଟ କରି ଆତଙ୍କବାଦୀ ଆକ୍ରମଣ କରିବାରୁ ୮ ଜଣଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri