ବାତ୍ୟା ‘ଅକ୍ୱାନ’କୁ ନେଇ IMD ଡିଜିଙ୍କ ବଡ଼ ସୂଚନା, ଓଡ଼ିଶାରେ ହେବ…

ଭୁବନେଶ୍ୱର,୧୮।୧୧: ସାମୁଦ୍ରିକ ଝଡ଼ ‘ଅକ୍ୱାନ’ ଭୀଷଣ ବାତ୍ୟାର ରୂପ ନେଇଛି। ଘଣ୍ଟା ପ୍ରତି ୭ କିଲୋମିଟର ବେଗରେ ସ୍ଥଳ ଭାଗ ଆଡକୁ ମାଡ଼ି ଆସୁଛି ବାତ୍ୟା। ବାତ୍ୟା ଓଡ଼ିଶା ମୁହାଁ ହୋଇଥିବା ନେଇ IMD ଡିଜି ବୁଧବାର ସ୍ପଷ୍ଟ କରିଛନ୍ତି। ବାତ୍ୟା ଉତ୍ତର ଉତ୍ତରପଶ୍ଚିମ ଦିଗରେ ଗତି କରୁଥିବା ବେଳେ ନରସାପୁର ଓ ପୁରୀ ମଧ୍ୟରେ ଲ୍ୟାଣ୍ଡଫଲ କରିବାର ସମ୍ଭାବନା ରହିଛି। ବିଶେଷକରି ବାତ୍ୟା କଳିଙ୍ଗପତନମ ଓ ଗୋପାଳପୁର ମଧ୍ୟରେ ଲ୍ୟାଣ୍ଡଫଲ କରିପାରେ ବୋଲି IMD ଡିଜି ଅନୁମାନ କରିଛନ୍ତି।

ଅନ୍ୟପକ୍ଷେ ‘ଅକ୍ୱାନ’ ବାତ୍ୟା ଆଉ ଅଧିକ ତୀବ୍ର ହେବାର କୌଣସି ସମ୍ଭାବନା ନ ଥିବା ସେ କହିଛନ୍ତି। ହେଲେ ବତ୍ୟା ପ୍ରଭାବରେ ୧୯ ଏବଂ ୨୦ ତାରିଖରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଦକ୍ଷିଣ ଓଡ଼ିଶାର କିଛି ଜିଲାରେ ଅତ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ। ୨୦ରୁ ୩୦ ସେମି ପର୍ଯ୍ୟନ୍ତ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା IMD ଡିଜି ପୂର୍ବାନୁମାନ କରିଛନ୍ତି।

Share