ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି ପୂର୍ବ-ଦକ୍ଷିଣ-ପୂର୍ବ ଓ ବିଶାଖାପାଟନମରୁ ୪୭୦ କି.ମି ପୂର୍ବ ଦିଗରେ ଅତିକ୍ରମ ସମ୍ଭାବନା ରହିଛି। ଗୋପାଳପୁର ଓ ବିଶାଖାପାଟନମ ମଧ୍ୟରେ ୨୩ ତାରିଖ ରାତି ଓ ୨୪ ତାରିଖ ଭୋର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିପାରେ। ଲଘୁଚାପ କ୍ଷେତ୍ରଟି ଆହୁରି ଘନୀଭୂତ ହେବା ସହ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି।

ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ଗଭୀର ଅବପାତରେ ପରିଣତ ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହିପରି ବଙ୍ଗୋପସାଗରରେ ରହିଥିବା ଲଘୁଚାପ ବାତ୍ୟା ନୁହେଁ, ଗଭୀର ଅବପାତର ରୂପ ନେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସ୍ପଷ୍ଟ କରିଛନ୍ତି। ୨୨ତାରିଖ ସନ୍ଧ୍ୟା ବେଳକୁ ଗଭୀର ଅବପାତର ରୂପ ନେବା ସହିତ ପବନର ବେଗ ବୃଦ୍ଧି ପାଇ ଘଣ୍ଟା ପ୍ରତି ୫୫ରୁ ୬୫ କି.ମି. କିମ୍ବା ୭୫ କି.ମି. ପର୍ଯ୍ୟନ୍ତ ଆହୁରି ବୃଦ୍ଧି ପାଇବାର ସମ୍ଭାବନା ରହିଛି। ୨୩ ସକାଳେ ଉପକୂଳରେ ପହଁଚିବ ଗଭୀର ଅବପାତ । ଭୁବନେଶ୍ବରରୁ ବିଶାଖାପାଟଣା ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିପାରେ ବୋଲି ସୂଚନା ମିଳିଛି। ତେଣୁ ୨୩ ଓ ୨୪ ମଧ୍ୟରେ ଉପକୂଳ ନିକଟରେ ବିଶେଷ ପ୍ରଭାବ ପକାଇବା ନେଇ ପୂର୍ବାନୁମାନ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?