ବଳାତ୍କାର ମାମଲାରେ ଆସିଲା ବଡ଼ ରାୟ: ପୀଡ଼ିତାଙ୍କୁ…

ନବରଙ୍ଗପୁର, ୧୨/୧୦ (ସଦାଶିବ ପ୍ରହରାଜ): ଏକ ବଳାତ୍କାର ମାମଲାର ବିଚାର କରି ନବରଙ୍ଗପୁର ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ୍ ବାସୁଦେବ ଆଚାର୍ଯ୍ୟ ଅଭିଯୁକ୍ତ ଡେଭିଡ୍ ଗରଡ଼ାଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୩୦ ହଜାର ଟଙ୍କା ଜରିମାନାରେ ଦଣ୍ଡିତ କରିଛନ୍ତି। ଜରିମାନା ଅନାଦାୟ ହେଲେ ଅଭିଯୁକ୍ତଙ୍କୁ ଅତିରିକ୍ତ ଏକ ବର୍ଷ କାରାଦଣ୍ଡ ଭୋଗିବାକୁ ପଡ଼ିବ ବୋଲି କୋର୍ଟ ରାୟ ଦେଇଛନ୍ତି। ଏଥିସହ ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କାର କ୍ଷତିପୂରଣ ପ୍ରଦାନ କରିବାକୁ ଜିଲ୍ଲା ଆଇନ ସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି।

ନବରଙ୍ଗପୁର ଥାନା ଅଞ୍ଚଳର ଜଣେ ପୀଡ଼ିତା ୩୧ ଅକ୍ଟୋବର ୨୦୨୫ରେ ଥାନାରେ ଏତଲା ଦେଇଥିଲେ। ଏତଲା ଅନୁଯାୟୀ, ଅଭିଯୁକ୍ତ ଡେଭିଡ୍ ଗରଡ଼ା ଜଣେ ମନସ୍ତତ୍ତ୍ୱବିତ୍ ଭାବେ ପୀଡ଼ିତାଙ୍କୁ ମାନସିକ ଅଶାନ୍ତିରୁ ମୁକ୍ତି ପାଇବା ନେଇ ପରାମର୍ଶ ଦେଉଥିଲେ। ସେ ପୀଡ଼ିତାଙ୍କ ବାପାଙ୍କ ପାଖରେ ସାଉଣ୍ଡ ସିଷ୍ଟମ୍ ଅପରେଟର ଭାବେ କାମ କରୁଥିବାରୁ ପ୍ରାୟତଃ ତାଙ୍କ ଘରକୁ ଯିବାଆସିବା କରୁଥିଲେ। ପୀଡ଼ିତା ଛାତ ଉପରକୁ ଯିବା ସମୟରେ ଅଭିଯୁକ୍ତ ମଧ୍ୟ ସେଠାକୁ ଯାଇ ତାଙ୍କ ସହ କଥାବାର୍ତ୍ତା କରୁଥିଲେ। ଧୀରେ ଧୀରେ ଉଭୟଙ୍କ ମଧ୍ୟରେ ନିକଟତା ବଢ଼ିଥିଲା।

ଏକଦା ଅଭିଯୁକ୍ତ ପୀଡ଼ିତାଙ୍କୁ ତାଙ୍କ ଇଚ୍ଛା ବିରୋଧରେ ଆଲିଙ୍ଗନ କରିବା ସହ ଚୁମ୍ବନ ଦେଇଥିଲେ। ପରବର୍ତ୍ତୀ ସମୟରେ, ୨୦୨୪ ମାର୍ଚ୍ଚ ମାସରେ ପୀଡ଼ିତା ଘରେ ଏକୁଟିଆ ଥିବାବେଳେ ଅଭିଯୁକ୍ତ ସେଠାକୁ ଆସି ତାଙ୍କ ଇଚ୍ଛା ବିରୋଧରେ ବଳାତ୍କାର କରିଥିଲେ। ଏ ସମ୍ପର୍କରେ କାହାକୁ ଜଣାଇଲେ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ।

ପରେ ପୀଡ଼ିତାଙ୍କ ମାସିକ ଋତୁସ୍ରାବ ବନ୍ଦ ହୋଇଯିବାରୁ ସେ ଏ ସମ୍ପର୍କରେ ଅଭିଯୁକ୍ତଙ୍କୁ ଜଣାଇଥିଲେ। ଅଭିଯୁକ୍ତ ତାଙ୍କୁ ଏକ ଗର୍ଭଧାରଣ ପରୀକ୍ଷା କିଟ୍ ଦେଇଥିଲେ। ପୀଡ଼ିତାଙ୍କୁ ନଡ଼ିଆ ପାଣି ଓ ଅମୃତଭଣ୍ଡା ଖାଇବାକୁ ଦେବା ପରେ ତାଙ୍କର ମାସିକ ଋତୁସ୍ରାବ ପୁନର୍ବାର ହୋଇଥିବା ଏତଲାରେ ଉଲ୍ଲେଖ ରହିଛି।

ଏହାପରେ ପୀଡ଼ିତା ଉଚ୍ଚଶିକ୍ଷା ପାଇଁ ଭୁବନେଶ୍ୱର ଚାଲିଯାଇଥିଲେ ମଧ୍ୟ ଅଭିଯୁକ୍ତ ତାଙ୍କୁ ଭେଟିବା ପାଇଁ ବାଧ୍ୟ କରୁଥିଲେ। ୨୦୨୫ ସେପ୍ଟେମ୍ବର ମାସରେ ବିବାହ କଲେ ସମସ୍ତ ସମସ୍ୟାର ସମାଧାନ ହୋଇଯିବ ବୋଲି କହି ଅଭିଯୁକ୍ତ ପୀଡ଼ିତାଙ୍କଠାରୁ କିଛି କାଗଜପତ୍ରରେ ଦସ୍ତଖତ ନେଇଥିଲେ।

କିଛିଦିନ ପରେ ପୀଡ଼ିତା ତାଙ୍କ ଜେଜେବାପାଙ୍କ ଘରକୁ ଯାଇଥିବାବେଳେ ଅଭିଯୁକ୍ତ ପୀଡ଼ିତାଙ୍କ ବାପାଙ୍କୁ ଧମକ ଦେଇଥିଲେ। ଯଦି ଝିଅକୁ ତାଙ୍କ ପାଖକୁ ନ ପଠାନ୍ତି, ତେବେ ତାଙ୍କର ଫଟୋ ସୋସିଆଲ୍ ମିଡିଆରେ ଭାଇରାଲ୍ କରିଦେବେ ବୋଲି କହିଥିଲେ। ପରବର୍ତ୍ତୀ ସମୟରେ ପୀଡ଼ିତାଙ୍କ ବାପାମାଆଙ୍କ କିଛି ଫଟୋ ଇନ୍‌ଷ୍ଟାଗ୍ରାମ୍‌ରେ ପୋଷ୍ଟ କରିଥିବା ଅଭିଯୋଗ ହୋଇଥିଲା।

ଏହି ଘଟଣାର ତଦନ୍ତ କରି ପୁଲିସ ଅଭିଯୁକ୍ତ ଡେଭିଡ୍ ଗରଡ଼ାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପରେ ପୁଲିସ କୋର୍ଟରେ ଅଭିଯୋଗପତ୍ର ଦାଖଲ କରିଥିଲା। ଟିଆର୍‌-୦୬/୨୫ ମାମଲାରେ ୧୮ ଜଣ ସାକ୍ଷୀଙ୍କ ବୟାନ ଓ ପ୍ରମାଣକୁ ଆଧାର କରି ବିଚାରପତି ଅଭିଯୁକ୍ତଙ୍କୁ ଦଣ୍ଡାଦେଶ ଶୁଣାଇଥିଲେ।

ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ସରକାରୀ ଓକିଲ ମୃତ୍ୟୁଞ୍ଜୟ ମହାରଣା ମାମଲା ପରିଚାଳନା କରୁଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅସନ୍ତୋଷ ଘେରରେ ଜିଲାପାଳଙ୍କ ଜନଶୁଣାଣି:ଘଣ୍ଟା ଘଣ୍ଟା ଅପେକ୍ଷା ପରେ ବି ସମସ୍ୟା ସମାଧାନ ନେଇ…

କୁନ୍ଦୁରା,୧୨।୧୦ ସନ୍ତୋଷ ପ୍ରହରାଜ: କୋରାପୁଟ ଜିଲାର କୁନ୍ଦୁରା ବ୍ଲକରେ ଅନୁଷ୍ଠିତ ଜିଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରକୁ ନେଇ ଅସନ୍ତୋଷ ଦେଖାଦେଇଛି। ନିର୍ଦ୍ଧାରିତ ସମୟରେ ଶିବିର…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅନ୍ତୋଷ, ଟିପିଏସ୍‌ଓଡିଏଲ୍‌ କାର୍ଯ୍ୟାଳୟ ଘେରାଉ ଚେତାବନୀ ତେଜିଲା

ହିଞ୍ଜିଳିକାଟୁ,୧୨।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଅଞ୍ଚଳରେ ବିଦ୍ୟୁତ୍‌ ସେବାକୁ ନେଇ ଦିନକୁ ଦିନ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ବିନା ସୂଚନାରେ ପ୍ରତିଦିନ ୨ରୁ ୫…

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ…

ସେବା ସେତୁରେ ଲୋକଙ୍କ ଗୁହାରି ଶୁଣିଲା ପ୍ରଶାସନ, ସମାଧାନର ଭରସା ଦେଲେ ଅଧିକାରୀ

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ ଅନ୍ତର୍ଗତ ଖିରେଇଟାଙ୍ଗିରୀ ପଞ୍ଚାୟତ ପରିସରରେ ସୋମବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ…

ମାତ୍ର ୩୫ ପଇସାରେ ୧୦ ଲକ୍ଷର ବୀମା କଭର୍‌! କାହାକୁ ମିଳିବ ଏହି ଲାଭ, ଜାଣନ୍ତୁ ରେଳବାଇର ନିୟମ

ନୂଆଦିଲ୍ଲୀ, ୧୨।୧୦: ଯଦି ଆପଣ ନିୟମିତ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଅନଲାଇନରେ ଟିକେଟ ବୁକ କରୁଛନ୍ତି, ତେବେ ଟିକେଟ ବୁକିଂ ସମୟରେ ମିଳୁଥିବା ରେଳ ଯାତ୍ରା…

ମୁହଁତୋଡ ଜବାବ ଦେଲେ କ୍ୟାଟ୍ରିନା: କହୁ କହୁ କହିଦେଲେ…

ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌। ଓଜନ ବୃଦ୍ଧିକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ ହେବାପରେ ଏବେ ସେ ନିଜ ଷ୍ଟାଇଲିସ ଲୁକକୁ ନେଇ ସାଉଁଟିଛନ୍ତି…

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ସରକାରଙ୍କ ବଡ଼ ଯୋଜନା! ଦୁର୍ଘଟଣାରେ କୃଷକଙ୍କ ମୃତ୍ୟୁ ହେଲେ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୧୨।୧୦: ଚାଷୀ ଦିନରାତି ପରିଶ୍ରମ କରି ନିଜ ପରିବାରର ଗୁଜୁରାଣ ମେଣ୍ଟାଇଥାନ୍ତି। କିନ୍ତୁ ବେଳେବେଳେ ଏକ ଦୁର୍ଘଟଣା ପୂରା ପରିବାରର ଜୀବନକୁ ବଦଳାଇ ଦେଇଥାଏ। ପରିବାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?