Posted inଜାତୀୟ

ମହାରାଷ୍ଟ୍ରରେ ମହାୟୁତିକୁ ବହୁମତ: ପଛରେ ପଡ଼ିଲା ଏମ୍‌ଭିଏ

ପୁଣେ,୨୩।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ମତଗଣନା ଜାରି ରହିଛି। ପ୍ରାରମ୍ଭିକ ଟ୍ରେଣ୍ଡରେ ମହାୟୁତିକୁ ବହୁମତ ମିଳିଛି। ଭାଜପା ନେତୃତ୍ୱାଧୀନ ମହାୟୁତି ୯୭ଟି ଆସନରେ, କଂଗ୍ରେସ ନେତୃତ୍ୱାଧୀନ ମହା ବିକାଶ ଆଗାଡି ମିଳିତ ମେଣ୍ଡ ୫୧ଟି ଆସନରେ ଏବଂ ଅନ୍ୟମାନେ ୧୦ଟି ସିଟରେ ଆଗୁଆ ଅଛନ୍ତି।
୨୮୮ ଆସନ ବିଶିଷ୍ଟ ମହାରାଷ୍ଟ୍ର ବିଧାନସଭା ପାଇଁ ଗତ ୨୦ ତାରିଖରେ ମତଦାନ ହୋଇଥିଲା। ସେଠାରେ ଶାସକ ଭାଜପା ନେତୃତ୍ୱାଧୀନ ମହାୟୁତି ମେଣ୍ଟ ଏବଂ ବିରୋଧୀ ମହା ବିକାଶ ଅଘାଡ଼ି ମଧ୍ୟରେ ଜୋର୍‌ଦାର ଲଢ଼େଇ ହୋଇଥିଲା। ସେଠାରେ ମତଦାନ ହାର ୬୬.୦୫ ରହିଛି। ଭାଜପା, ଶିବସେନା (ଏକନାଥ ଶିନ୍ଦେ ଗୋଷ୍ଠୀ) ଏବଂ ଅଜିତ ପାଓ୍ବାରଙ୍କ ଏନ୍‌ସିପିକୁ ନେଇ ଗଠିତ ମହାୟୁତି ମେଣ୍ଟକୁ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ମିଳିବ ବୋଲି ଅଧିକାଂଶ ଏକ୍‌ଜିଟ୍‌ ପୋଲ୍‌ (ବୁଥ୍‌ବାହୁଡ଼ା ଜନମତ ସର୍ଭେ) ରିପୋର୍ଟ ପ୍ରକାଶ ପାଇଛି। ଅନ୍ୟପକ୍ଷରେ କଂଗ୍ରେସ, ଶିବସେନା (ୟୁବିଟି) ଏବଂ ଏନ୍‌ସିପି(ଏସ୍‌ପି)କୁ ନେଇ ଗଠିତ ମହାବିକାଶ ଅଘାଡ଼ି କ୍ଷମତାକୁ ଫେରିବା ନେଇ ଆଶାବାଦୀ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା-ରୁଷିଆ-ଆମେରିକାକୁ ପଛରେ ପକାଇ ଏହି ଲିଷ୍ଟ୍‌ରେ ଆଗକୁ ଗଲା ଭାରତ, ଜାଣନ୍ତୁ ପାକିସ୍ତାନ ସ୍ଥିତି କ’ଣ

ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

ରାଶନକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ: ଏଣିକି ଶସ୍ୟ ବଦଳରେ ମିଳିବ…

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କର ରାଶନ କାର୍ଡ ଅଛି ଏବଂ ଆପଣ ସରକାରଙ୍କ ମାସିକ ମାଗଣା ରାଶନ ଯୋଜନାର ହିତାଧିକାରୀ, ତେବେ ଏହା ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ସୂଚନା।…

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

ବିବାହର କିଛି ଘଣ୍ଟା ପରେ ଏକ ସନ୍ତାନକୁ ଜନ୍ମ ଦେଲେ କନ୍ୟା, ଆଶ୍ଚର୍ଯ୍ୟ ହୋଇଗଲା ବର, ପୂରା ଘଟଣା ଜାଣିଲେ…

ଲକ୍ଷ୍ନୌ,୫।୨: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜିମନଗର ଥାନା ଅଞ୍ଚଳ ଅନ୍ତର୍ଗତ…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ମିଳିବ ଫାଇଦା, ଏମାନେ ହେବେ ଉପକୃତ….

ଭୁବନେଶ୍ୱର,୫।୧: ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା। ଏନେଇ ଗୁରୁବାର ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ସାମୁଦ୍ରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri