ନେପାଳରେ ଶାସକ ମେଣ୍ଟକୁ ସଂଖ୍ୟାଗରିଷ୍ଠତା

କାଠମାଣ୍ଡୁ,୨୮ା୧୧: ନେପାଳ ପ୍ରଧାନମନ୍ତ୍ରୀ ଶେର ବାହାଦୁର ଦେଉବାଙ୍କ ନେତୃତ୍ୱାଧୀନ ନେପାଳୀ କଂଗ୍ରେସକୁ ରବିବାର ସଂଖ୍ୟାଗରିଷ୍ଠତା ମିଳିଛି। ସଦ୍ୟ ଅନୁଷ୍ଠିତ ସାଧାରଣ ନିର୍ବାଚନରେ ଶାସକ ଦଳ ୫୩ ଆସନରେ ବିଜୟୀ ହୋଇ ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ଉଭା ହୋଇଛି। ଫଳରେ ପଡ଼ୋଶୀ ଦେଶରେ ଲାଗିରହିଥିବା ରାଜନୈତିକ ସଙ୍କଟ ଦୂର ହେବା ନେଇ ଆଶା ଉଜ୍ଜିବୀତ ହୋଇଛି। ନେପାଳ ପାର୍ଲାମେଣ୍ଟ ପ୍ରତିନିଧି ସଭା ଏବଂ ୭ ପ୍ରାଦେଶିକ ବିଧାନସଭା ପାଇଁ ନଭେମ୍ବର ୨୦ରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ସୋମବାର ଗଣତି ଆରମ୍ଭ ହୋଇଥିଲା, ଯାହାର ଫଳାଫଳ ରବିବାର ଆସିଛି।

ନେପାଳୀ କଂଗ୍ରେସ ୫୩ ଆସନ ଦଖଲ କରି ସବୁଠୁ ବଡ଼ ଦଳ ଭାବେ ଉଭା ହୋଇଥିବାବେଳେ ବିରୋଧୀ ନେପାଳ (ୟୁନିଫାଏଡ୍‌ ମାର୍କ୍ସବାଦୀ-ଲେନିନବାଦୀ) (ସିପିଏନ୍‌-ୟୁଏମ୍‌ଏଲ୍‌)କୁ ୪୨ ଆସନରେ ସନ୍ତୁଷ୍ଟ ହେବାକୁ ପଡ଼ିଛି। ଅନ୍ୟପକ୍ଷେ ସିପିଏନ୍‌-ମାଓଇଷ୍ଟ୍‌ ୧୭ ଆସନ ଦଖଲ କରି ତୃତୀୟ ବୃହତ୍‌ ଦଳର ମାନ୍ୟତା ଲାଭ କରିଛି। ସିପିଏନ୍‌-ୟୁନିଫାଏଡ୍‌ ସୋସିଆଲିଷ୍ଟକୁ ୧୦ ଆସନ ମିଳିଛି। ନବଗଠିତ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି ଏବଂ ହିନ୍ଦୁ ସପକ୍ଷବାଦୀ ରାଷ୍ଟ୍ରୀୟ ପ୍ରଜାତନ୍ତ୍ର ପାର୍ଟିର ପ୍ରାର୍ଥୀ ୭ଟି ଲେଖାଏ ଆସନ ଦଖଲ କରିଛନ୍ତି। ସ୍ବାଧୀନ ଓ ଅନ୍ୟ ଛୋଟ ଦଳଗୁଡ଼ିକ ୨୧ ଆସନରେ ବିଜୟୀ ହୋଇଛନ୍ତି। ୨୭୫ ଆସନ ବିଶିଷ୍ଟ ହାଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍‌ର ୧୬୫ ଆସନରେ ପ୍ରତ୍ୟକ୍ଷ ନିର୍ବାଚନ ହୋଇଥିଲା। ସେଥିରୁ ୮ ଆସନର ଫଳାଫଳକୁ ଅପେକ୍ଷା କରାଯାଇଛି। ସରକାର ଗଠନ ପାଇଁ ମ୍ୟାଜିକ୍‌ ନମ୍ବର ୧୩୮ ହୋଇଥିବାବେଳେ ୫ ଦଳକୁ ନେଇ ଗଠିତ ଶାସକ ମେଣ୍ଟକୁ ୮୫ ଆସନରେ ସଫଳତା ମିଳିଛି। ଏଥିସହ ଶାସକ ମେଣ୍ଟ ପୁଣି ଥରେ ସରକାର ଗଠନ ଦିଗରେ ଅଗ୍ରସର ହୋଇଛି। ପ୍ରଧାନମନ୍ତ୍ରୀ ଦେଉବାଙ୍କ ସମେତ ୩ ପୂର୍ବତନ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି, ପୁଷ୍ପକମଳ ଦହଲ ପ୍ରଚଣ୍ଡ ଓ ମାଧବ ନେପାଳ ମଧ୍ୟ ପାର୍ଲାମେଣ୍ଟକୁ ନିର୍ବାଚିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?