ସାହିତ୍ୟ ସଂସ୍କୃତିର ମକର ମିଳନ

ଟିଟିଲାଗଡ଼, ୧୫।୧ (ଡି.ଏନ.ଏ)
ସାହିତ୍ୟ ସଂସ୍କୃତି ଟିଟିଲାଗଡ ପକ୍ଷରୁ ସ୍ଥାନୀୟ ପ୍ରଭାବତୀ ପବ୍ଲିିକ ସ୍କୁଲ ପରିସରରେ ସଭାପତି ଡ. ଛାୟାକାନ୍ତ ଷଡଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବ୍ୟାସକବି ଫକିର ମୋହନ ସେନାପତିଙ୍କ ଜୟନ୍ତୀ ଓ ମକର ମିଳନ ଅନୁଷ୍ଟିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଉତ୍ତରାଞ୍ଚଳ ରାଜସ୍ବ କମିଶନର ନିରଞ୍ଜନ ସାହୁ ମୁଖ୍ୟଅତିଥିଭାବେ ଯୋଗଦେଇ ବ୍ୟାସକବିଙ୍କୁ ଯୁଗଜନ୍ମା ବୋଲି ଅଭିହିତ କରିଥିଲେ। ମୁଖ୍ୟବକ୍ତା ଅବସରପ୍ରାପ୍ତ ପ୍ରାଧ୍ୟାପକ ଡ. ଅଜାମ୍ବର ମଲ୍ଲ ବ୍ୟାସକବିଙ୍କ ଜୀବନୀ ସମ୍ପର୍କରେ ଆଲୋକପାତ କରିଥିଲେ। ମୁଖ୍ୟ ଅତିଥି ସଂଗଠନର ବିଷୁବ ମିଳନ ସ୍ମରଣିକା ଉନ୍ମୋଚନ କରିଥିଲେ। ସାହିତି୍ୟକାର ଡ. ଗୋବର୍ଦ୍ଧନ ସାହୁଙ୍କୁ ବିଷୁବ ସମ୍ମାନ, ଶିକ୍ଷକ ସରୋଜ ଦାଶଙ୍କୁ ଶିକ୍ଷା ସମ୍ମାନ, ବିଶିଷ୍ଟ ନାଟ୍ୟକାର ନିଳମଣୀ ସାହୁଙ୍କୁ ଶଳ୍ପୀ ସମ୍ମାନ, ହାସ୍ୟରସ କବି ଟିକେଲାଲ ସାହୁଙ୍କୁ କୋଶଲି ଶ୍ରୀସମ୍ମାନ ପ୍ରଦାନ କରାଯାଇଥିଲା। ସଭାପତି ଡ. ଛାୟାକାନ୍ତ ଷଡଙ୍ଗୀଙ୍କ ପ୍ରବନ୍ଧ ସଂକଳନ ମହାର୍ଘ ମୁହୁର୍ତ୍ତ, ସେବକ ଚରଣ ଦାଶଙ୍କ ଗଳ୍ପ ସଂକଳନ ଅକସି ପତର, ନଟବର ସ୍ବାଇଁଙ୍କ ଉପନ୍ୟାସ ନରିଆଣୀ ମୁଖ୍ୟଅତିଥି ସାହୁ ଉନ୍ମୋଚନ କରିଥିଲେ। ସଂଗଠନ ସମ୍ପାଦକ ଜ୍ୟୋତିପ୍ରକାଶ ଗଡତିଆ ଅତିଥି ପରିଚୟ, ସହସମ୍ପାଦକ ବୃନ୍ଦାବନ ଷଡଙ୍ଗୀ ସ୍ବାଗତ ଅଭିଭାଷଣ ଓ ଜଗନ୍ନାଥ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ। ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋଜ ବେହେରା, ବିଶିଷ୍ଟ ସାହିତି୍ୟକ ଡ. ଦୋଳଗୋବିନ୍ଦ ବିଶି, ଯୁଗଳ କିଶୋର ଷଡଙ୍ଗୀ, ବିଶ୍ୱରାମ ଠାକୁର, ରାଜୀବ ଲୋଚନ ପାଢୀ, ବରିଷ୍ଠ ଆଇନଜୀବୀ ରବିକିରଣ ସ୍ବାଇଁ, ପ୍ରମୋଦ ପାଳ ପ୍ରମୁଖ ବହୁ ସାହିତି୍ୟକ, ସାହିତ୍ୟ ପ୍ରେମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri