ଭୁବନେଶ୍ୱର, ୧୪।୧: ଆଜି ପବିତ୍ର ମକର ସଂକ୍ରାନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ତାଙ୍କ ଏକ୍ସରେ ଲେଖିଛନ୍ତି, ଉତ୍ସାହ, ଉଦ୍ଦିପନା ଓ ପରମ୍ପରାର ପର୍ବ ମକର ସଂକ୍ରାନ୍ତି ଉପଲକ୍ଷେ ହାର୍ଦ୍ଦିକ ଅଭିନନ୍ଦନ। ଓଡ଼ିଶାର ଏହି ମହାନ ପରମ୍ପରା ଆମ ସାମାଜିକ ଏକତା ଓ ସଂହତିକୁ ଆହୁରି ସୁଦୃଢ଼ କରୁ। ମହାପ୍ରଭୁଙ୍କ ଆଶୀର୍ବାଦରୁ ରାଜ୍ୟର ପ୍ରଗତିର ଧାରା ଅବ୍ୟାହତ ରହୁ ଏବଂ ପ୍ରତ୍ୟେକ ପରିବାରରେ ହସଖୁସି ଭରିଯାଉ ବୋଲି ମୁଖ୍ୟମନ୍ତ୍ରୀ ଜଣାଇଛନ୍ତି।


