ଗଙ୍ଗାସାଗରରେ ୭ଲକ୍ଷ ଶ୍ରଦ୍ଧାଳୁଙ୍କ ମକରବୁଡ଼

ଭୋଗରାଇ, ୧୬।୧(ଡି.ଏନ.ଏ.) ପଶ୍ଚିମବଙ୍ଗ ସାଗରଦ୍ୱୀପ ଗଙ୍ଗା ଓ ସାଗର ସଙ୍ଗମସ୍ଥଳରେ ମକର ସଂକ୍ରାନ୍ତି ଅବସରରେ ଶୁକ୍ରବାର ନିଶିବସାନ ମହେନ୍ଦ୍ର ବେଳାରେ ୭ଲକ୍ଷରୁ ଊର୍ଦ୍ଧ୍ୱ ପୁଣ୍ୟାର୍ଥୀ ସମୁଦ୍ରରେ ମକରବୁଡ଼ ଦେଇଛନ୍ତି। ଲକ୍ଷାଧିକ ତୀର୍ଥଯାତ୍ରୀ ଗଙ୍ଗାସାଗରରେ ସ୍ନାନ କରି ପ୍ରସିଦ୍ଧ କପିଳମୁନି ମନ୍ଦିରରେ ପୂଜାର୍ଚ୍ଚନା କରି ଘରକୁ ବାହୁଡ଼ିଛନ୍ତି। କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଓଡ଼ିଶାର ତୀର୍ଥଯାତ୍ରୀଙ୍କ ସଂଖ୍ୟା ନଗଣ୍ୟ ଥିବା ଆକଳନ କରାଯାଇଛି। ପୁରୀ ଗୋବର୍ଦ୍ଧନ ପୀଠର ଜଗତ୍‌ଗୁରୁ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ ଆଦିତ୍ୟ ବାହିନୀ ସହିତ ବହୁ ସାଧୁସନ୍ଥଙ୍କ ଗହଣରେ ମକରବୁଡ ପକାଇ ଗଙ୍ଗାମା’ଙ୍କୁ ପୂଜା କରିବା ସହିତ ସାରା ବିଶ୍ୱ କରୋନାମୁକ୍ତ ହେଉ ବୋଲି ପ୍ରଭୁ ଜଗନ୍ନାଥଙ୍କଠାରେ ଆରାଧନା କରିଥିଲେ।
ତିନି, ଚାରି ଓ ପାଞ୍ଚ ନମ୍ବର ରାସ୍ତାରେ ଲକ୍ଷାଧିକ ପୁଣ୍ୟାର୍ଥୀ କପିଳମୁନି ମନ୍ଦିରରେ ପୂଜାର୍ଚ୍ଚନା ଲାଗି ଲମ୍ବାଧାଡ଼ି ଲଗାଇଥିଲେ। କୋଭିଡ୍‌ ଗାଇଡ୍‌ଲାଇନ୍‌ ଅନୁଯାୟୀ ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଳୁଙ୍କୁ ମନ୍ଦିରକୁ ଛଡ଼ାଯାଇଥିଲା। କପିଳମୁନି ମନ୍ଦିର ପାର୍ଶ୍ୱରେ ବହୁ ନାଗା ସନ୍ନ୍ୟାସୀ ପୂର୍ବବର୍ଷ ଭଳି ଭିନ୍ନ ଢ଼ଙ୍ଗରେ ଶ୍ରଦ୍ଧାଳୁଙ୍କୁ ଆଶୀର୍ବାଦ ଦେଇଥିଲେ। କୋଲକାତା ହାଇକୋର୍ଟର ଦୁଇଟି ଟିମ୍‌ କୋଭିଡ୍‌ ନିୟମ ଠିକ୍‌ ଭାବେ କାର୍ଯ୍ୟକାରୀ ହେଉଛି କି ନାହଁି ତାହା ତଦାରଖ କରିଥିଲେ। ମକରବୁଡ଼ ଦେବା ଲାଗି ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଉମାଭାରତୀଙ୍କ ସହ ପଶ୍ଚିମବଙ୍ଗର ବହୁ ମନ୍ତ୍ରୀ, ଭିନ୍ନ ରାଜ୍ୟର ଭିଆଇପିମାନେ ଆସିଥିବା ଜିଲାପାଳ ପି. ଉଲ୍ଗାନାଥନ୍‌ ଧରିତ୍ରୀକୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...

ନବଜାତ ଶିଶୁର ମୁଣ୍ଡ ଧରି ଶିବ ମନ୍ଦିର ସାମ୍ନାକୁ ଆସିଲା କୁକୁର: ବାହାନଗାରେ ଖେଳିଗଲା ଚାଞ୍ଚଲ୍ୟ

ବାହାନଗା,୧୬।୧୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ବାଲିକିତ୍ତିରଣ ଗାଁ ରାସ୍ତାକଡ଼ରେ ନବଜାତ ଶିଶୁର ଖଣ୍ଡ ବିଖଣ୍ଡିତ ଶରୀର ପଡିଛି। ବାଲିକିତ୍ତିରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri