ଦ୍ରୌପଦୀଙ୍କୁ ସମର୍ଥନ କରିବେ ମକରନ୍ଦ

ଭୁବନେଶ୍ୱର,୬ା୭(ବ୍ୟୁରୋ): ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ଭାଜପା ସମର୍ଥିତ ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀଙ୍କୁ ସମର୍ଥନ ଦେବା ଲାଗି ଘୋଷଣା କରିସାରିଛନ୍ତି। ସେହି କ୍ରମରେ ରାୟଗଡ଼ା ସ୍ବାଧୀନ ବିଧାୟକ ମକରନ୍ଦ ମୁଦୁଲି ମଙ୍ଗଳବାର ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ତାଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବା ପାଇଁ ଅନୁରୋଧ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏହି ଅବସରରେ ମକରନ୍ଦଙ୍କୁ କହିଛନ୍ତି, ଦ୍ରୌପଦୀ ମୁର୍ମୁ ଓଡ଼ିଶାର ଝିଅ। ଓଡ଼ିଶାର ସ୍ବାଭିମାନ। ତାଙ୍କ ପାଇଁ ପ୍ରତ୍ୟେକ ଓଡ଼ିଆ ଗର୍ବିତ। ଓଡ଼ିଶାର ସବୁ ଭୋଟ ତାଙ୍କ ପାଖକୁ ଯିବା ଉଚିତ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ତାଙ୍କୁ ଭୋଟ ଦେବା ପାଇଁ ମଧ୍ୟ ଅନୁରୋଧ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧକୁ ସମ୍ମାନ ଜଣାଇ ମକରନ୍ଦ କହିଛନ୍ତି, ମୁର୍ମୁ ଆମ ଆଦିବାସୀ ସମାଜର ଗର୍ବ ଓ ଗୌରବ। ତାଙ୍କୁ ସମର୍ଥନ ଦେଇ ସେ ନିଜକୁ ଗୌରବାନ୍ବିତ ମନେ କରୁଛନ୍ତି। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ଜଣେ ଆଦିବାସୀ ଓଡ଼ିଆ ମହିଳାଙ୍କୁ ସମର୍ଥନ ଦେବା କଥାକୁ ମକରନ୍ଦ ପ୍ରଶଂସା କରିଛନ୍ତି। ଆହୁରି କହିଛନ୍ତି, ସ୍ବାଧୀନତା ପରେ ଦ୍ରୌପଦୀ ଦେଶର ଜଣେ ଆଦିବାସୀ ଭାବେ ରାଷ୍ଟ୍ରପତି ପ୍ରାର୍ଥୀ ହେବା ରାଜ୍ୟ ପାଇଁ ସୌଭାଗ୍ୟର ବିଷୟ।
ସେହିପରି ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ମଧ୍ୟ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କୁ ସାକ୍ଷାତକରି ଏ ସମ୍ପର୍କରେ ଆଲୋଚନା କରିଛନ୍ତି। ନରସିଂହଙ୍କୁ ଭେଟିବା ପରେ ପ୍ରଣବ କହିଛନ୍ତି, ଜଣେ ଓଡ଼ିଶାର ଆଦିବାସୀ ମହିଳା ରାଷ୍ଟ୍ରପତି ପ୍ରାର୍ଥୀ ହେବା ଅତ୍ୟନ୍ତ ସୌଭାଗ୍ୟର ବିଷୟ। ମୁଖ୍ୟମନ୍ତ୍ରୀ ତାଙ୍କୁ ସମର୍ଥନ କରିବା ସାଙ୍ଗକୁ ସମସ୍ତଙ୍କୁ ସମର୍ଥନ ଲାଗି ଅନୁରୋଧ କରିଛନ୍ତି। ସେହି ଅନୁସାରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ନରସିଂହ ମିଶ୍ରଙ୍କୁ ସେ ସାକ୍ଷାତ କରିବା ଲାଗି ଯାଇଥିଲେ। ମୁଖ୍ୟମନ୍ତ୍ରୀ ମଧ୍ୟ ତାଙ୍କ ସହ ଟେଲିଫୋନରେ କଥା ହେବା ସାଙ୍ଗକୁ ଭୋଟ ଦେବା ପାଇଁ ଅନୁରୋଧ କରିଛନ୍ତି। ଏହାସହ ବିଜେଡିର ସମସ୍ତ ବିଧାୟକ, ମନ୍ତ୍ରୀ, ବିରୋଧୀ ବିଧାୟକ, ପିସିସି ସଭାପତି ସମସ୍ତେ ଏଥିରେ ସମର୍ଥନ ଦେଇ ଭୋଟ ଦିଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିବା ପ୍ରଣବ କହିଛନ୍ତି। ଅନ୍ୟପଟେ ବବିଙ୍କ ସମେତ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ବିଧାୟକ ପ୍ରଣବ ବଳବନ୍ତରାୟ ଏବଂ ସୁଶାନ୍ତ ସିଂ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କୁ ଭେଟି ମୁର୍ମୁଙ୍କୁ ସମର୍ଥନ ଲାଗି ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା 

ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…

ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ, ବାହାରିଲା ଏତେ ପରିମାଣର ନଗଦ ଟଙ୍କା

ଭୁବନେଶ୍ୱର,୮।୪: ଭିଜିଲାନ୍ସ ଜାଲରେ କେନ୍ଦ୍ରୀୟ ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତି। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଯନ୍ତ୍ରୀ ରାଜେଶ ଚନ୍ଦ୍ର…

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri