‘ଗାଁର ସମସ୍ୟାକୁ ନିଜ ସମସ୍ୟା ଭାବି ସମାଧାନ ପାଇଁ ନିଷ୍ଠାପର ଉଦ୍ୟମ କରନ୍ତୁ’

ଭୁବନେଶ୍ୱର,୨ା୬(ବ୍ୟୁରୋ): ନବ ନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କୁ ଗୁରୁବାର ଗୁରୁମନ୍ତ୍ର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧିମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ ପଞ୍ଚାୟତର କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି, ପଞ୍ଚାୟତ ହେଉଛି ସେବାର କେନ୍ଦ୍ର । ସାଧାରଣ ଲୋକ ସରକାରୀ ସେବା ପାଇବାରୁ ଯେପରି ବଞ୍ଚିତ ନ ହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ପଞ୍ଚାୟତ ପ୍ରତିନିଧିଙ୍କୁ ପରାମର୍ଶ ଦେଇଛନ୍ତି। ଲୋକଙ୍କ ସୁଖଦୁଃଖରେ ସାଥୀରେ ରହିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।

ନିଜ କାମ ଦ୍ବାରା ଗ୍ରାମବାସୀଙ୍କ ହୃଦୟରେ ସ୍ବତନ୍ତ୍ର ସ୍ଥାନ ଅଧିକାର କରନ୍ତୁ ଏବଂ ଏପରି କାମ କରନ୍ତୁ ଗାଁ ଓ ପଞ୍ଚାୟତ ଯେପରି ଅନ୍ୟମାନଙ୍କ ପାଇଁ ଆଦର୍ଶ ହେବ। ଗ୍ରାମବାସୀଙ୍କ ଆସ୍ଥା ଓ ଭରସା ରକ୍ଷା କରନ୍ତୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।
ଆଜିର ଏହି କାର୍ଯ୍ୟକ୍ରମରେ ସମସ୍ତ ଜିଲା ପରିଷଦ ସଭାପତି, ଉପସଭାପତିଙ୍କ ସମେତ ପଞ୍ଚାୟତ ସମିତି ଅଧ୍ୟକ୍ଷ ଓ ପ୍ରତ୍ୟେକ ବ୍ଲକରୁ ଜଣେ ସରପଞ୍ଚ ଉପସ୍ଥିତ ଥିଲେ। ଏଥିରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀଙ୍କ ସମେତ କୃଷି ଓ କୃଷକ ସଶକ୍ତିକରଣ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ମିଶନ ଶକ୍ତି, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ମନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

ଭୁବନେଶ୍ୱର,୧୦।୯: ଓଡ଼ିଶାରୁ ବ୍ରିଟେନ୍‌ର ବ୍ୟବସାୟିକ ମଞ୍ଚରେ ଅରୁଣ କରଙ୍କ ଉଲ୍ଲେଖନୀୟ ସଫଳତା। ସେନା ଜୀବନରୁ ଉଦ୍ୟୋଗ ଜଗତକୁ ପ୍ରବେଶ କରି ସଫଳତା ହାସଲ କରିଥିବା ଅରୁଣଙ୍କୁ ଏଲ୍‌ଡିସି…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ବଙ୍ଗୋପସାଗରରେ ୧୩ ତାରିଖ ବେଳକୁ ଲଘୁଚାପ!

ଭୁବନେଶ୍ୱର,୧୦।୯ ବଙ୍ଗୋପସାଗରରେ ଆସନ୍ତା ୧୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଥାଇଲ୍ୟାଣ୍ଡ ଉପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?