‘ଗାଁର ସମସ୍ୟାକୁ ନିଜ ସମସ୍ୟା ଭାବି ସମାଧାନ ପାଇଁ ନିଷ୍ଠାପର ଉଦ୍ୟମ କରନ୍ତୁ’

ଭୁବନେଶ୍ୱର,୨ା୬(ବ୍ୟୁରୋ): ନବ ନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କୁ ଗୁରୁବାର ଗୁରୁମନ୍ତ୍ର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧିମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ ପଞ୍ଚାୟତର କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି, ପଞ୍ଚାୟତ ହେଉଛି ସେବାର କେନ୍ଦ୍ର । ସାଧାରଣ ଲୋକ ସରକାରୀ ସେବା ପାଇବାରୁ ଯେପରି ବଞ୍ଚିତ ନ ହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ପଞ୍ଚାୟତ ପ୍ରତିନିଧିଙ୍କୁ ପରାମର୍ଶ ଦେଇଛନ୍ତି। ଲୋକଙ୍କ ସୁଖଦୁଃଖରେ ସାଥୀରେ ରହିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।

ନିଜ କାମ ଦ୍ବାରା ଗ୍ରାମବାସୀଙ୍କ ହୃଦୟରେ ସ୍ବତନ୍ତ୍ର ସ୍ଥାନ ଅଧିକାର କରନ୍ତୁ ଏବଂ ଏପରି କାମ କରନ୍ତୁ ଗାଁ ଓ ପଞ୍ଚାୟତ ଯେପରି ଅନ୍ୟମାନଙ୍କ ପାଇଁ ଆଦର୍ଶ ହେବ। ଗ୍ରାମବାସୀଙ୍କ ଆସ୍ଥା ଓ ଭରସା ରକ୍ଷା କରନ୍ତୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।
ଆଜିର ଏହି କାର୍ଯ୍ୟକ୍ରମରେ ସମସ୍ତ ଜିଲା ପରିଷଦ ସଭାପତି, ଉପସଭାପତିଙ୍କ ସମେତ ପଞ୍ଚାୟତ ସମିତି ଅଧ୍ୟକ୍ଷ ଓ ପ୍ରତ୍ୟେକ ବ୍ଲକରୁ ଜଣେ ସରପଞ୍ଚ ଉପସ୍ଥିତ ଥିଲେ। ଏଥିରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀଙ୍କ ସମେତ କୃଷି ଓ କୃଷକ ସଶକ୍ତିକରଣ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ମିଶନ ଶକ୍ତି, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ମନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେପିରେ ଯୋଗଦେଲେ ଭର୍ତ୍ତୃହରି ମହତାବ, ନିକଟରେ ବିଜେଡିରୁ ଇସ୍ତଫା ଦେଇଥିଲେ

ଭୁବନେଶ୍ୱର,୨୮।୩: ନିକଟରେ ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେଇଥିବା କଟକ ଲୋକ ସଭା ଏମପି ଭର୍ତ୍ତୃହରି ମହତାବ ଭାଜପାରେ ଯୋଗ ଦେଇଛନ୍ତି।

ଭାଜପାରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୩: ଭାଜପାରେ ଗୁରୁବାର ଯୋଗ ଦେଇଛନ୍ତି ସିଦ୍ଧାନ୍ତ ମହାପାତ୍ର। ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ଯୋଗଦେଇ ସେ ଭାଜପାରେ ସାମିଲ ହୋଇଛନ୍ତି। ଏହି ସମୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର...

ଆଗାମୀ ଦୁଇ ଦିନରେ ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ତାପମାତ୍ରା

ଭୁବନେଶ୍ୱର,୨୮ା୩: ପାଗ ଶୁଖିଲା ରହୁଥିବାରୁ ଚଳିତମାସ ଶେଷ ପର୍ଯ୍ୟନ୍ତ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ...

ଏପ୍ରିଲ ପ୍ରଥମ ସପ୍ତାହରେ ଘୋଷଣା ହେବ କଂଗ୍ରେସ ଟିକେଟ୍‌

ଭୁବନେଶ୍ୱର,୨୮।୩: ମୁଣ୍ଡ ଉପରେ ନିର୍ବାଚନ। ଭାଜପା ଓ ବିଜେଡି ପର୍ଯ୍ୟାୟ କ୍ରମେ ନିଜର ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। କିନ୍ତୁ ଏଥିରେ ପଛରେ ପଡିଛି କଂଗ୍ରେସ...

ଭାଜପାରେ ମିଶିପାରନ୍ତି ଅନୁଭବ, ଆଜି ହେବ ସ୍ପଷ୍ଟ

ଭୁବନେଶ୍ୱର,୨୮ା୩: ବିଜେଡି ଟିକେଟ୍‌ରେ କେନ୍ଦ୍ରାପଡ଼ା ଲୋକ ସଭାକୁ ନିର୍ବାଚିତ ହୋଇଥିବା ଅଭିନେତା ଅନୁଭବ ମହାନ୍ତି ଗୁରୁବାର ଭାଜପାରେ ଯୋଗ ଦେଇ ପାରନ୍ତି ବୋଲି ରାଜନୈତିକ ମହଲରେ...

ଟିକେଟ୍‌ ପାଇବା ପରେ ନବୀନ ନିବାସରେ ନେତାଙ୍କ ପ୍ରବଳ ଭିଡ଼, ଭେଟିବାକୁ ଆସିଲେ…

ଭୁବନେଶ୍ୱର,୨୮ା୩: ଟିକେଟ୍‌ ପାଇବା ପରେ ବିଜେଡି ସୁପ୍ରିମୋଙ୍କୁ ଧନ୍ୟବାଦ ଜଣାଇବା ପାଇଁ ନବୀନ ନିବାସରେ ଏମ୍‌ପି ଏବଂ ବିଧାୟକ ପ୍ରାର୍ଥୀଙ୍କ ପ୍ରବଳ ଭିଡ଼ ଲାଗିଛି। ଏମାନଙ୍କ...

ଆଜି ଭାଜପାରେ ମିଶିବେ ଅଭିନେତା ସିଦ୍ଧାନ୍ତ ମହାପାତ୍ର!

ଭୁବନେଶ୍ୱର,୨୮।୩: ପାଖେଇ ଆସିଲାଣି ନିର୍ବାଚନ। ଏହାରି ଭିତରେ ଭାଜପା ଓ ବିଜେଡି ନିଜ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ଭାଜପା ଓଡିଶାର ୩ଟି ଆସନ ଛାଡିଦେଲେ...

ଆଜି ପଦ୍ମ ଧରିବେ ଭର୍ତ୍ତୃହରି! ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା

ଭୁବନେଶ୍ୱର,୨୮।୩: ପାଖେଇ ଆସିଲାଣି ନିର୍ବାଚନ। ଏହାରି ଭିତରେ ଭାଜପା ଓ ବିଜେଡି ନିଜ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ଭାଜପା ଓଡିଶାର ୩ଟି ଆସନ ଛାଡିଦେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri