ନିରପେକ୍ଷ ନିଷ୍ପତ୍ତି ନିଅ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,(ବ୍ୟୁରୋ): ଲୋକମାନଙ୍କ ସହ ସିଧାସଳଖ କଥା ହେବା, ସହୃଦୟତାର ସହ ସେମାନଙ୍କ କଥା ଶୁଣିବା ଏବଂ ନିରପେକ୍ଷ ଭାବେ ନିଷ୍ପତ୍ତି ନେଇ କାର୍ଯ୍ୟ କରିବା ପାଇଁ ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ବୁଧବାର ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଶିକ୍ଷାନବିଶଙ୍କୁ ପରାମର୍ଶ ଦେଇଛନ୍ତି। ସ୍ଥାନୀୟ ଗୋପବନ୍ଧୁ ପ୍ରଶାସନିକ ପ୍ରତିଷ୍ଠାନରେ ଆୟୋଜିତ ତାଲିମ କାର୍ଯ୍ୟକ୍ରମର ଉଦ୍‌ଘାଟନୀ ଅଧିବେଶନରେ ମୁଖ୍ୟ ଶାସନ ସଚିବ ଯୋଗଦେଇ କହିଲେ, କୋଭିଡ୍‌ ସମୟରେ ଶିକ୍ଷାନବିଶମାନେ କ୍ଷେତ୍ରସ୍ତରରେ କରିଥିବା କାର୍ଯ୍ୟ ପ୍ରଶଂସନୀୟ। ଏଥିପାଇଁ ସେମାନେ ପ୍ରଶଂସାର ପାତ୍ର। ବୃତ୍ତିଗତ ଜୀବନର ଆରମ୍ଭରୁ ସମସ୍ତେ ମହାମାରୀ ପରିଚାଳନା ଅଭିଜ୍ଞତା ହାସଲ କରିଛନ୍ତି। ଏହାକୁ ଭବିଷ୍ୟତରେ ସମ୍ଭାବ୍ୟ ସ୍ବାସ୍ଥ୍ୟଜନିତ ସମସ୍ୟା ସମାଧାନରେ ସଫଳ ଭାବେ ପ୍ରୟୋଗ କରାଯାଇପାରିବ। ଅନ୍ୟାନ୍ୟ କ୍ୟାଡର ଅପେକ୍ଷା ଓଏଏସ୍‌ ଅଧିକାରୀ ଭାବେ ଜନତାଙ୍କ ସେବା କରିବାରେ ବ୍ୟାପକ ସୁଯୋଗ ରହିଛି। ସମସ୍ତଙ୍କ କାର୍ଯ୍ୟାଧାରା ଏପରି ହେବା ଉଚିତ, ଯାହାକୁ ସାଧାରଣ ନାଗରିକ ଅନୁଭବ କରିପାରିବେ। ଏହାଦ୍ୱାରା ବ୍ୟବସ୍ଥା ଉପରେ ସେମାନଙ୍କ ଭରସା ଆସିବ। କାର୍ଯ୍ୟରେ ସ୍ବଚ୍ଛତା, ନିରପେକ୍ଷତା ଏବଂ ତ୍ୱରିତ ପଦକ୍ଷେପ ମାଧ୍ୟମରେ ବୃତ୍ତିଗତ ଜୀବନକୁ ସଫଳ କରିବାକୁ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଛନ୍ତି। କୌଣସି ଅଧିକାରୀଙ୍କ ବିଷୟରେ କ୍ରମାଗତ ନକାରାତ୍ମକ ମତାମତ ମିଳିଲେ ସମ୍ପୃକ୍ତ ଅଫିସରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି। ଉଦ୍‌ଘାଟନୀ ଅଧିବେଶନରେ ଗୋପବନ୍ଧୁ ପ୍ରଶାସନିକ ପ୍ରତିଷ୍ଠାନର ନିର୍ଦ୍ଦେଶକ ଏସ୍‌.ପି. ଠାକୁର ନିଜର ଦୀର୍ଘ ପ୍ରଶାସନିକ ଅଭିଜ୍ଞତା ବିଷୟରେ ଆଲୋଚନା କରି କହିଛନ୍ତି, ବର୍ତ୍ତମାନ ତାଲିମ ନେଉଥିବା ଅଧିକାରୀମାନେ ୨୦୧୮ ବ୍ୟାଚର। କୋଭିଡ୍‌ ସମୟରେ ରାଜ୍ୟର ଅଧିକ ପ୍ରଭାବିତ ଅଞ୍ଚଳରେ କାର୍ଯ୍ୟକରି ଏମାନେ କ୍ଷେତ୍ରସ୍ତରୀୟ ତାଲିମ ନେଇଛନ୍ତି। ୬୨ ଶିକ୍ଷାନିବିଶଙ୍କ ମଧ୍ୟରୁ ୨୯ଜଣ ମହିଳା। ଏହି ତାଲିମ କାର୍ଯ୍ୟକ୍ରମ ଆସନ୍ତା ଜୁନ୍‌ ୨୭ ପର୍ଯ୍ୟନ୍ତ ଚାଲିବ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri