‘ସ୍କୁଲରେ କମ୍ପ୍ୟୁଟର ଶିକ୍ଷା ବାଧ୍ୟତାମୂଳକ ହେଉ’

ଭୁବନେଶ୍ୱର, ୧୦।୩(ବ୍ୟୁରୋ): ରାଜ୍ୟର ସରକାରୀ ସ୍କୁଲଗୁଡ଼ିକରେ କମ୍ପ୍ୟୁଟର ଶିକ୍ଷା ବାଧ୍ୟତାମୂଳକ କରିବା ଦାବିରେ ଓଡ଼ିଶା ଅଭିଭାବକ ମହାସଂଘ ପକ୍ଷରୁ ମଙ୍ଗଳବାର ରାଜଭବନ ସମ୍ମୁଖରେ ଧାରଣା ଦିଆଯାଇଥିଲା। ମହାସଂଘ କର୍ମକର୍ତ୍ତା କହିଛନ୍ତି, ସ୍କୁଲରେ ପିଲାଙ୍କୁ କମ୍ପ୍ୟୁଟର ଶିକ୍ଷା ପ୍ରଦାନ ବିନା ଗୁଣାତ୍ମକ ଶିକ୍ଷାର ପରିକଳ୍ପନା କରିବା ଅସମ୍ଭବ। ୨୦୧୪ରେ କେନ୍ଦ୍ର ଓ ରାଜ୍ୟ ସରକାର ପ୍ରାୟ ୧ ହଜାର କୋଟି ଟଙ୍କା ଖର୍ଚ୍ଚ କରି ୪ହଜାରୁ ଊର୍ଦ୍ଧ୍ୱ ହାଇସ୍କୁଲରେ କମ୍ପ୍ୟୁଟର ଲାବ୍‌ ପ୍ରତିଷ୍ଠା ସହ କମ୍ପ୍ୟୁଟର ଶିକ୍ଷକ ନିଯୁକ୍ତ କରିଥିଲେ। କିନ୍ତୁ ୨୦୧୯ରେ ଓପେପା ପ୍ରକଳ୍ପ ବନ୍ଦ ହେବା ପରେ ସେହି ଶିକ୍ଷକମାନଙ୍କୁ ଛଟେଇ କରାଯାଇଛି। କମ୍ପ୍ୟୁଟର ଲ୍ୟାବ୍‌ଗୁଡ଼ିକରେ ମଧ୍ୟ ତାଲା ପଡ଼ିଛି। ସରକାରୀ ସ୍କୁଲରେ ଶିକ୍ଷାର ମାନ କମିଯାଉଥିବାରୁ ଅଭିଭାବକମାନେ ବାଧ୍ୟହୋଇ ଘରୋଇ ସ୍କୁଲମୁହାଁ ହେଉଛନ୍ତି। ଗତ ୫ବର୍ଷ ମଧ୍ୟରେ ପ୍ରାୟ ୩୫% ସରକାରୀ ବିଦ୍ୟାଳୟ ପିଲା ବେସରକାରୀ ସ୍କୁଲକୁ ସ୍ଥାନାନ୍ତର ହୋଇଥିବା ଜଣାପଡ଼ିଛି। କମ୍ପ୍ୟୁଟର ଲାବ୍‌ ନ ଖୋଲି ଶିକ୍ଷାଦାନ ବନ୍ଦ କଲେ ଲକ୍ଷ ଲକ୍ଷ ପିଲା ଗୁଣାତ୍ମକ ଶିକ୍ଷlରୁ ବଞ୍ଚତ୍ତ ହେବେ। ପିଲାମାନେ ତାଙ୍କ ମୌଳିକ ଅଧିକାରରୁ ବଞ୍ଚତ୍ତ ହେଉଥିବାରୁ ମହାସଂଘ ପ୍ରତିବାଦ ଜଣାଇ ରାଜ୍ୟପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରିଛି।
ଆନ୍ଦୋଳନରେ ଅଭିଭାବକ ମହାସଂଘ କର୍ମକର୍ତ୍ତାମାନଙ୍କ ସହିତ ସରକାରୀ ସ୍କୁଲର ଅଭିଭାବକ, ଛଟେଇ କମ୍ପ୍ୟୁଟର ଶିକ୍ଷକମାନେ ସାମିଲ ହୋଇ ଥାଳି ଚାମଚ ବାଡ଼େଇ ଅଭିନବ ପ୍ରତିବାଦ କରିବା ସହ ସ୍ଲୋଗାନ ଦେଇଥିଲେ। ସରକାର ‘ମୋ ସ୍କୁଲ’ ଯୋଜନାରେ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ଅର୍ଥ ବରାଦ କରିଛନ୍ତି। ତେଣୁ ଏହି ଯୋଜନାରେ କମ୍ପ୍ୟୁଟର ଶିକ୍ଷାକୁ ସାମିଲ କରିବା ସହ ଲାବ୍‌ଗୁଡ଼ିକ ଖୋଲି ଶିକ୍ଷକମାନଙ୍କୁ ପୁନଃ ନିଯୁକ୍ତି ଦିଅନ୍ତୁ ବୋଲି ମହାସଂଘ ଅଧ୍ୟକ୍ଷ ବାସୁଦେବ ଭଟ୍ଟ ଦାବି କରିଛନ୍ତି। ପ୍ରସନ୍ନ ବିଶୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ପ୍ରତିବାଦ ସଭାରେ ପ୍ରଦୀପ୍ତ ମିଶ୍ର, ଅଶୋକ ପାଇକରାୟ, ଭୂମୋହନ ପଟ୍ଟନାୟକ, ସତ୍ୟବ୍ରତ ପରିଜାଙ୍କ ସମେତ କମ୍ପ୍ୟୁଟର ଶିକ୍ଷକ ନେତ୍ରୀ ଦୀପିକା ମଞ୍ଜରୀ ମିଶ୍ରଙ୍କ ସମେତ ୧୫୦୦ରୁ ଊର୍ଦ୍ଧ୍ୱ ଅଭିଭାବକ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ବନ୍ୟା: ୮ଜଣଙ୍କ ମୃତ୍ୟୁ, ୮ ନିଖୋଜ

କୋଚି,୨।୮: କେରଳରେ ଭୀଷଣ ବର୍ଷା ଫଳରେ ଭୂସ୍ଖଳନ ଓ ବନ୍ୟା ଯୋଗୁ ୮ ଜଣଙ୍କ ପ୍ରାଣହାନି ଘଟିଛି। ଏପରକି ୮ଜଣ ନିଖୋଜ ଥିବା ବେଳେ ୧୩ ଆହତ…

ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…

ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା…

ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା…

CJPର ବିକ୍ଷୋଭ; ଜନ୍ତରମନ୍ତରରେ ବାଧା ପାଇଁ ଚାଲିଥିଲା ଆତଙ୍କବାଦୀ ଯୋଜନା, ହମିମ୍‌ ମଣ୍ଡଳଙ୍କ ବାନ୍ଧବୀ ଅର୍ପିତା ସର୍କାର ଗିରଫ

କୋଲକାତା,୨।୮: ପଶ୍ଚିମବଙ୍ଗ ପୋଲିସର ସ୍ପେଶାଲ୍ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ ସହ ଜଡ଼ିତ ଏକ ସନ୍ଦିଗ୍ଧ ମାମଲାରେ ବଡ଼ ଖୁଲାସା କରିଛି । STFର ଆଇଜି ଗୌରବ…

ଚିପ୍ସ ପ୍ୟାକେଟ୍‌ରେ ଥିବା ଖେଳନା ବଲ୍‌ ଗିଳି ଦେଲେ ଶିଶୁ, ଆଉ ତା’ପରେ…

ବେଙ୍ଗାଲୁରୁ,୨ା୮: କର୍ନାଟକର ମହୀଶୂର ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୫ ବର୍ଷର ଜଣେ ବାଳକ କୁର୍‌କୁରେ ପ୍ୟାକେଟ୍‌ରେ ଥିବା ଛୋଟ ଖେଳନା ବଲ୍‌କୁ ଗିଳିଦେବାରୁ…

ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ…

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

ବ୍ଲାକମେଲ ପରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣା, ଦୁଇ ଜଣଙ୍କୁ କୋର୍ଟଚାଲାଣ କଲା ପୋଲିସ

ପୁରୁଷୋତ୍ତମପୁର,୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ଗଡ଼ସାହିରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସୂଚନା ଅନୁସାରେ, ବ୍ଲାକମେଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri