Posted inଜାତୀୟ

ଅଙ୍ଗନଓ୍ବାଡି କର୍ମୀଙ୍କ ପାଇଁ ସ୍ଥାୟୀ ସରକାରୀ କର୍ମଚାରୀ ଭଳି ସୁବିଧା କର

ଅହମଦାବାଦ,୧୦ା୧୧: ଅଙ୍ଗନଓ୍ବାଡି କର୍ମୀ ଏବଂ ସହାୟିକାମାନଙ୍କ ପାଇଁ ସ୍ଥାୟୀ ସିଭିଲ୍‌ କର୍ମଚାରୀଙ୍କ ଭଳି ସୁବିଧା କରିବା ନିମନ୍ତେ ଗୁଜରାଟ ହାଇକୋର୍ଟ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟଙ୍କ ଏହି ଗୁରୁତ୍ୱପୂର୍ଣ୍ଣ ରାୟ ଦେଶର ଅନେକ ଲକ୍ଷ ଅଙ୍ଗନଓ୍ବାଡି କର୍ମୀ ଏବଂ ସହାୟିକାମାନଙ୍କ ପାଇଁ ଲାଭଦାୟକ ହେବ। ସରକାରୀ କର୍ମଚାରୀଙ୍କ ଭଳି ସେମାନଙ୍କୁ ସମ୍ମାନ ମିଳୁ ନ ଥିବାବେଳେ ପକ୍ଷପାତ କରାଯାଉଥିବା ହାଇକୋର୍ଟ ଜାଣିବା ପରେ ଉପରୋକ୍ତ ରାୟ ଦେଇଛନ୍ତି। ଏହି ପଦବୀଗୁଡ଼ିକୁ ସରକାରୀ ସେବାରେ ସାମିଲ କରିବା ସହ ସେମାନଙ୍କୁ ନିୟମିତ କର୍ମଚାରୀଙ୍କ ଭଳି ସୁବିଧା ଦେବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ମିଳିତ ଭାବେ ନୀତି ପ୍ରଣୟନ କରିବା ନିମନ୍ତେ ଜଷ୍ଟିସ୍‌ ନିଖିଲ ଏସ୍‌. କାରିଏଲ୍‌ଙ୍କ ଖଣ୍ଡପୀଠ କହିଛନ୍ତି।

କେନ୍ଦ୍ର ସରକାରଙ୍କ ସମନ୍ବିତ ଶିଶୁ ବିକାଶ ସେବା (ଆଇସିଡିସି) ଯୋଜନାରେ ୧୯୮୩ରୁ ୨୦୧୦ ମଧ୍ୟରେ ନିଯୁକ୍ତି ପାଇଥିବା ଅନେକ ଅଙ୍ଗନଓ୍ବାଡି କର୍ମୀ (ଏଡବ୍ଲ୍ୟୁଡବ୍ଲ୍ୟୁ) ଏବଂ ସହାୟିକା (ଏଡବ୍ଲ୍ୟୁଏଚ୍‌)ଙ୍କ ଆବେଦନର ଶୁଣାଣି କରି ହାଇକୋର୍ଟ ଉପରୋକ୍ତ ରାୟ ଦେଇଛନ୍ତି। ୬ ବର୍ଷରୁ କମ୍‌ ବୟସର ପିଲା, ଗର୍ଭବତୀ ଓ ସ୍ତନ୍ୟପାନ କରାଉଥିବା ମହିଳାଙ୍କ କଲ୍ୟାଣ ଲାଗି ସାରା ଦେଶରେ ଅଙ୍ଗନଓ୍ବାଡିି କେନ୍ଦ୍ର ଖୋଲାଯାଇ ଏଡବ୍ଲ୍ୟୁଡବ୍ଲ୍ୟୁ ଏବଂ ଏଡବ୍ଲ୍ୟୁଏଚ୍‌ଙ୍କୁ ନିଯୁକ୍ତି ଦିଆଯାଇଥିଲା। ସେମାନେ ୧୦ ବର୍ଷରୁ ଊର୍ଦ୍ଧ୍ୱ ହେଲା ଦୈନିକ ୬ ଘଣ୍ଟାରୁ ଅଧିକ ସମୟ କାର୍ଯ୍ୟ କରୁଥିବାବେଳେ ସରକାରୀ କର୍ମଚାରୀଙ୍କ ଭଳି ସୁବିଧା ଦିଆ ନ ଯାଇ ସ୍ବଳ୍ପ ପରିମାଣର ପାରିତୋଷିକ ଦିଆଯାଉଛି। ଉପଯୁକ୍ତ ପ୍ରାପ୍ୟ ପ୍ରଦାନ ପାଇଁ ନିର୍ଦ୍ଦେଶ ଦେବା ନିମନ୍ତେ ସେମାନେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?