Posted inଜାତୀୟ

ସିଦ୍ଧରମୈୟା-କୁମାରସ୍ବାମୀ ସମେତ ୬୩ଜଣଙ୍କୁ ହତ୍ୟା ଧମକ

ବେଙ୍ଗାଲୁରୁ,୯।୪:କର୍ନାଟକର ବିରୋଧୀ ଦଳର ନେତା ସିଦ୍ଧରମୈୟା, ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍‌.ଡି କୁମାରସ୍ବାମୀ ଏବଂ ଲୋକପ୍ରିୟ ପ୍ରଗତିଶୀଳ ସାହିତ୍ୟକାର କେ.ବୀରଭଦ୍ରାପ୍ପାଙ୍କ ସମେତ ୬୪ଜଣ ଲୋକଙ୍କୁ ହତ୍ୟା କରିବାର ଏକ ଧମକପୂର୍ଣ୍ଣ ଚିଠି ମିଳିଛି। ଏହି ଚିଠି ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଅନ୍ୟପଟେ ଏହି ମାମଲାକୁ ଗମ୍ଭୀରତାର ସହ ନେଇ ପୋଲିସ ମାମଲା ରୁଜୁ କରି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିବାକୁ ଚିନ୍ତା କରିଛି। ସୂଚନାଯୋଗ୍ୟ, କର୍ନାଟକରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଉକ୍ତ ଚିଠିରେ ଲେଖାଯାଇଛି ଯେ, ମୃତ୍ୟୁ ଆପଣଙ୍କ ଚାରିପାଖରେ ଲୁଚି ରହିଛି, ମରିବାକୁ ପ୍ରସ୍ତୁତ ରୁହ। ଆପଣ ବିନାଶ ବାଟରେ ଥିବା ବେଳେ ମୃତ୍ୟୁ ଆପଣଙ୍କ ବହୁ ନିକଟତର ରହିଛି। ପ୍ରସ୍ତୁତ ରୁହନ୍ତୁ, ମୃତ୍ୟୁ ଆପଣଙ୍କୁ ଯେକୌଣସି ରୂପରେ ମାରି ଦେଇପାରେ। ଆପଣଙ୍କ ପରିବାର ସଦସ୍ୟଙ୍କୁ ଜଣାନ୍ତୁ ଏବଂ ନିଜର ଅନ୍ତିମ ସଂସ୍କାରର ବ୍ୟବସ୍ଥା କରନ୍ତୁ ବୋଲି ଉକ୍ତ ଚିଠିରେ ଲେଖାଯାଇଛି। ତେବେ ଏହି ବାର୍ତ୍ତା ପଠାଇଥିବା ଦୁର୍ବୃତ୍ତ ନିଜକୁ ହିନ୍ଦୁ ବୋଲି କହିଛନ୍ତି। ଅନ୍ୟପଟେ ଏଭଳି ଧମକକୁ ହାଲୁକା ଭାବେ ଗ୍ରହଣ ନ କରିବାକୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀ ସରକାରଙ୍କୁ ଚେତାବନୀ ଦେଇଛନ୍ତି। ଏଥିସହ ସେମାନଙ୍କୁ ସୁରକ୍ଷା ପ୍ରଦାନ କରିବାକୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ...

ଫିଟିଗଲା ଗୁମର, କଂଗ୍ରେସ ସହ ହୋଇଛି ଭିତିରି ମେଣ୍ଟ!

ନୂଆଦିଲ୍ଲୀ,୨୬।୭:ନିର୍ବାଚନରେ ହାରିବା ଏବଂ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ଜଗନମୋହନ ରେଡ୍ଡୀଙ୍କ ଅଡୁଆ ବଢିବାରେ ଲାଗିଛି। ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ସିଏମ ହୋଇଛନ୍ତି ଏବଂ ଦାୟିତ୍ୱ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri