Posted inଜାତୀୟ

ସବୁ ଶିକ୍ଷାନୁଷ୍ଠାନରେ ହିନ୍ଦୀ ବାଧ୍ୟତାମୂଳକ ହେଉ

ନୂଆଦିଲ୍ଲୀ,୧୦ା୧୦: କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସମେତ ସମସ୍ତ ବୈଷୟିକ ଓ ଅଣବୈଷୟିକ ଶିକ୍ଷାନୁଷ୍ଠାନରେ ହିନ୍ଦୁକୁ ବାଧ୍ୟତାମୂଳକ ଭାବେ ପାଠପଢ଼ାର ମାଧ୍ୟମ କରାଯାଉ। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ନେତୃତ୍ୱରେ ଗଠିତ ଭାଷା ସମ୍ପର୍କିତ ସଂସଦୀୟ କମିଟି ଉପରୋକ୍ତ ସୁପାରିସ୍‌ କରିଛି। ଗତ ମାସରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଦିଆଯାଇଥିବା ରିପୋର୍ଟରେ କମିଟି କହିଛି, ଯେଉଁଠି ଅତି ଜରୁରୀ କେବଳ ସେହିଠାରେ ଇଂଲିଶକୁ ପଢ଼ା ମାଧ୍ୟମ କରାଯାଉ ଓ ଧୀରେ ଧୀରେ ଏହାକୁ ହିନ୍ଦୀରେ ପରିବର୍ତ୍ତନ କରାଯାଉ।

ପାଠପଢ଼ା ସମେତ ଅନ୍ୟାନ୍ୟ କାର୍ଯ୍ୟରେ ମଧ୍ୟ ହିନ୍ଦୀ ବ୍ୟବହାର ବାଧ୍ୟତାମୂଳକ ହେଉ। ଇଂଲିଶକୁ କେବଳ ଇଚ୍ଛାକୃତ ବ୍ୟବହାର ପାଇଁ ରଖାଯିବାକୁ କମିଟି ସୁପାରିସ କରିଛି। କେନ୍ଦ୍ର ସରକାରଙ୍କ ଅଧୀନରେ ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍‌ନୋଲୋଜି(ଆଇଆଇଟି), ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମ୍ୟାନେଜ୍‌ମେଣ୍ଟ(ଆଇଆଇଏମ୍‌), ଅଲ୍‌ ଇଣ୍ଡିଆ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ (ଏମ୍ସ)ଗୁଡ଼ିକ ବୈଷୟିକ ଶିକ୍ଷାନୁଷ୍ଠାନ ଥିବାବେଳେ କେନ୍ଦ୍ରୀୟ ବିଦ୍ୟାଳୟ, ନବୋଦୟ ବିଦ୍ୟାଳୟ ଏବଂ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟଗୁଡ଼ିକ ଅଣବୈଷୟିକ ଶିକ୍ଷାନୁଷ୍ଠାନ।

କମିଟି କହିବା ଅନୁଯାୟୀ ବିଶ୍ୱବିଦ୍ୟାଳୟ ଏବଂ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକରେ ହିନ୍ଦୀକୁ ପାଠପଢ଼ାର ମାଧ୍ୟମ କରା ନ ଗଲେ, ଏହା ସର୍ବସାଧାରଣ ଭାଷା ହୋଇପାରିବ ନାହିଁ। ଆନୁଷ୍ଠାନିକ ଭାଷା ଆଇନ, ୧୯୬୩ ଅନୁଯାୟୀ ୧୯୭୬ରେ ଭାଷା ସମ୍ପର୍କିତ ସଂସଦୀୟ କମିଟି ଗଠନ କରାଯାଇଥିଲା। ଏଥିରେ ଲୋକ ସଭାରୁ ୨୦ ଏବଂ ରାଜ୍ୟ ସଭାରୁ ୧୦ ସଦସ୍ୟ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ ମୃତ-ସ୍ତ୍ରୀ ଗୁରୁତର, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର...

ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ

ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ...

କାମରେ ଆସୁନି ସୁଲଭ ଶୌଚାଳୟ, ୫ ଲକ୍ଷ ଟଙ୍କା ବିନିମୟରେ…

ମୋହନା,୨୮ା୧୨(ମନ୍ମଥ ମିଶ୍ର): ଗଜପତି ଜିଲାର ମୋହନା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ବେଶ ପରିଚିତ। ୩୯ଟି ପଞ୍ଚାୟତକୁ ନେଇ ମୋହନା ବ୍ଲକ ବାଣିଜ୍ୟ ବ୍ୟବସାୟର...

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ...

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri