‘ନଭେମ୍ବର ୩୦ରୁ ମେକ୍‌ ଇନ୍‌ କନ୍‌କ୍ଲେଭ’

ଭୁବନେଶ୍ବର,୨୯ା୭(ବ୍ୟୁରୋ): ଇପିକଲ୍‌ ଏବଂ ଫିକି ମଧ୍ୟରେ ଆସନ୍ତା ନଭେମ୍ବର ୩୦ରୁ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌ରେ ସହଯୋଗ ପାଇଁ ଗୁରୁବାର ସ୍ଥାନୀୟ ଏକ ହୋଟେଲରେ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଶିଳ୍ପମନ୍ତ୍ରୀ ପ୍ରତାପ କେଶରୀ ଦେବ, ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ହେମନ୍ତ କୁମାର ଶର୍ମା, ଫିକି ମହାନିର୍ଦ୍ଦେଶକ ଅରୁଣ ଚାୱଲାଙ୍କ ଉପସ୍ଥିତିରେ ଇପିକଲ୍‌ ପରିଚାଳନା ନିର୍ଦ୍ଦେଶକ ଭୂପିନ୍ଦ୍ର ସିଂ ପୁନିଆ ଓ ଫିକି ଉପସଭାପତି ମୌସୁମୀ ଘୋଷ ବୁଝାମଣାପତ୍ର ସ୍ବାକ୍ଷର କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ଦେବ କହିଛନ୍ତି, ଏଥର ରାଜ୍ୟ ତା’ର ମେକ୍‌ ଇନ୍‌ ଓଡ଼ିଶାର ୩ୟ ସଂସ୍କରଣ ଆୟୋଜନ କରିବାକୁ ଯାଉଛି। ବିଗତ ୨ଟି ସଂସ୍କରଣରେ ଯଥାକ୍ରମେ ୨ ଓ ୪ ଲକ୍ଷ କୋଟି ଟଙ୍କା ପୁଞ୍ଜିନିବେଶର ସମ୍ଭାବନା ସୃଷ୍ଟି ହୋଇଥିବା ବେଳେ ଏଥିର କନ୍‌କ୍ଲେଭ୍‌ରୁ ଅଧିକ କିଛି ପୁଞ୍ଜିନିବେଶ ହେବା ସମ୍ଭାବନା ରହିଥିବା ପ୍ରକାଶ କରିଛନ୍ତି। ଆସନ୍ତା ଦିନରେ ଓଡ଼ିଶା ଦେଶର ଏକ ପ୍ରକୃଷ୍ଟ ପୁଞ୍ଜିନିବେଶ ସ୍ଥଳୀ ପାଲଟିବ ବୋଲି ସେ ଆଶାବ୍ୟକ୍ତ କରିଛନ୍ତି । ଖଣିଜ ସମ୍ପଦରେ ଭରପୂର ଓଡ଼ିଶା ରାଜ୍ୟ ଇସ୍ପାତ ଷ୍ଟେନ୍‌ଲେସ୍‌ ଷ୍ଟିଲ, ଫେରୋ ଆଲଏଜ୍‌, ଆଲୁମିନା ଓ ଆଲୁମିନିୟମ୍‌ ଆଦି ଉତ୍ପାଦରେ ପ୍ରମୁଖତା ହାସଲ କରିଥିବା ସେ କହିଛନ୍ତି। ଏହି ଅବସରରେ ଚାୱଲା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱ, ସ୍ଥାୟୀ ସରକାର, ଅଧିକାରୀମାନଙ୍କ କାର୍ଯ୍ୟ ସମ୍ପାଦନାରେ ତତ୍ପରତା, କ୍ରିୟାଶୀଳତା ଓ ଇଜ୍‌ ଅଫ୍‌ ଡୁଇଂ ବିଜ୍‌ନେସ୍‌ ରାଜ୍ୟରେ ଏକ ଉତ୍ତମ ବାତାବରଣ ସୃଷ୍ଟି କରିପାରିଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ବର୍ଷରେ ଡେବ୍ୟୁ କରି ଇତିହାସ ରଚିଲେ Vaibhav Suryavanshi, ଭାଙ୍ଗିଲେ ସଚିନଙ୍କ ରେକର୍ଡ

ମ୍ୟାଞ୍ଚେଷ୍ଟର,୪।୭: ଭାରତୀୟ କ୍ରିକେଟର ଯୁବ ସେନସେସନ ବୈଭବ ସୂର୍ଯ୍ୟବଂଶୀ ଶେଷରେ ଆନ୍ତର୍ଜାତୀୟ କ୍ରିକେଟ୍‌ରେ ଡେବ୍ୟୁ କରି ଏକ ନୂଆ ଇତିହାସ ସୃଷ୍ଟି କରିଛନ୍ତି। ଶନିବାର ଇଂଲଣ୍ଡ ବିପକ୍ଷ…

ପିକ୍‌ଅପ୍‌ ଭ୍ୟାନ୍‌ ସହ ବାଇକ୍‌ ଧକ୍କା; ଆରୋହୀ ଗୁରୁତର

ଆନନ୍ଦପୁର, ୪/୭ (ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅନ୍ତର୍ଗତ ଶାଳବଣି–ବିରିଡିହା ରାସ୍ତାରେ ଶନିବାର ଏକ ପିକ୍‌ଅପ୍‌ ଭ୍ୟାନ୍‌ ସହ ବାଇକ୍‌ର ମୁହାଁମୁହିଁ ଧକ୍କା…

ଯିଏ ଜଗୁଥିଲେ ସିଏ ଖାଇଗଲେ: ହରିଣ ମାରି ମାଂସ ରାନ୍ଧି ଖାଉଥିଲେ ଧରାପଡ଼ିଲେ ବନ ଜଗୁଆଳି

ଅନୁଗୋଳ, ୪।୭: ବନ୍ୟପ୍ରାଣୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ବନ ଜଗୁଆଳିମାନେ ହିଁ ହରିଣ ଶିକାର କରି ତାହାର ମାଂସ ରାନ୍ଧି ଖାଉଥିବା ଘଟଣା ସାମ୍ନାକୁ ଆସିଛି। ଅନୁଗୋଳ…

ଅଦିନିଆ ବର୍ଷା ସହ ଘନ କୁହୁଡ଼ି: ଜନଜୀବନ ଅସ୍ତବ୍ୟସ୍ତ

ଥୁଆମୂଳ ରାମପୁର,୪।୭,(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ଗତ ତିନି ଦିନ ହେଲା ପାଣିପାଗରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ଲଗାତାର ଲାଗି…

ଘାଟିରେ ବାରମ୍ବାର ଅଟକୁଛି ଭାରୀଯାନ, ଯାତାୟାତ ବାଧାପ୍ରାପ୍ତ

ଦାରିଙ୍ଗବାଡ଼ି,୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ କଣ୍ଟେନର ଉକ୍ତ ଘାଟି…

୧୧ଦିନ ହେବ ଅନ୍ଧାରରେ ସିର୍ଲା ପଞ୍ଚାୟତ, ପଞ୍ଚାୟତ ବାସୀ ଘେରିଲେ ବିଦ୍ୟୁତ କାର୍ଯ୍ୟାଳୟ

ତୁମୁଡିବନ୍ଧ,୪।୭,(ଦିପକ କୁମାର ପରାସେଠ): ପ୍ରାୟ ୧୧ ଦିନ ହେବ ସିର୍ଲା ପଞ୍ଚାୟତ ଅନ୍ଧାରରେ ରହିଛି। ଏଥିରେ ଅତିଷ୍ଠ ହୋଇ ପଞ୍ଚାୟତ ବାସୀ ବିଦ୍ୟୁତ କାର୍ଯ୍ୟାଳୟ ଘେରାଉ କରିଛନ୍ତି।ଏହି…

କେସିଙ୍ଗା ଏନ୍‌ଏସି ନିର୍ବାଚନରେ ବିଜେଡିର ବିଜୟକୁ ନେଇ ଗୁପ୍ତ ବୈଠକ

କେସିଙ୍ଗା,୪ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ସହର କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦରେ କିଛି ମାସ ପରେ ନିର୍ବାଚନ ହେବାର ସଙ୍କେତ ମିଳିବା ପରେ ବିଜେଡି ପକ୍ଷରୁ…

ତୃତୀୟ ଥର କେମିତି ପ୍ରେମରେ ପଡ଼ିଥିଲେ ଆମିର, ଜାଣନ୍ତୁ ଗୌରୀଙ୍କ ସହ ଭେଟର କାହାଣୀ-ଲଭ୍‌ଷ୍ଟୋରୀ

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ଟନିଷ୍ଟ’ ଆମିର ଖାନ ପୁଣିଥରେ ବିବାହ ବନ୍ଧନରେ ବାନ୍ଧିହେବେ। ଆସନ୍ତା ଜୁଲାଇ ୫ ତାରିଖରେ ସେ ତାଙ୍କର ଦୀର୍ଘଦିନର ବାନ୍ଧବୀ ଗୌରୀ ସ୍ପ୍ରାଟ୍‌ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri