Posted inଜାତୀୟ

ମେକ୍‌ ଇନ୍‌ ଇଣ୍ଡିଆ-ହେଟ୍‌ ଇନ୍‌ ଇଣ୍ଡିଆ ଏକାଠି ସମ୍ଭବ ନୁହେଁ, ମୋଦିଙ୍କୁ ଘେରିଲେ ରାହୁଲ…

ନୂଆଦିଲ୍ଲୀ, ୨୭।୪ : କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଘେରିବା ଆରମ୍ଭ କରିଛନ୍ତି। ରାହୁଲ କହିଛନ୍ତି ଯେ, ମେକ୍‌ ଇନ୍‌ ଇଣ୍ଡିଆ ଏବଂ ହେଟ୍‌ ଇନ୍‌ ଇଣ୍ଡିଆ ଏକାଠି ସମ୍ଭବ ନୁହେଁ। ରାହୁଲ ଗାନ୍ଧୀ ଟୁଇଟ୍‌ କରି କହିଛନ୍ତି, ଦେଶରେ ବେକାରୀ ସମସ୍ୟା ଉତ୍କଟ ରୂପ ଧାରଣ କରିଛି।

ସେହିପରି ଦରଦାମ୍‌ ବୃଦ୍ଧି ଯୋଗୁ ଲୋକେ ହସ୍ତସନ୍ତ ହେଉଛନ୍ତି। ମାତ୍ର ପ୍ରଧାନମନ୍ତ୍ରୀ ନୀରବ ରହିଛନ୍ତି। ଦେଶର ପ୍ରକୃତ ସମସ୍ୟା ଦୂର ହେବା ପରିବର୍ତ୍ତେ ଦେଶରେ ଘୃଣାର ବାତାବରଣ ସୃଷ୍ଟି କରାଯାଉଛି। ଏହା ଦେଶକୁ ଧ୍ୱଂସମୁଖୀ କରାଇବ। ବହୁ ସ୍ଥାନରେ ଭିନ୍ନ ଭିନ୍ନ ସମ୍ପ୍ରଦାୟ ମଧ୍ୟରେ ହିଂସା ବଢ଼ିବାରେ ଲାଗିଛି ବୋଲି ରାହୁଲ କହିଛନ୍ତି।

ଗତ ୫ ବର୍ଷ ମଧ୍ୟରେ ୭ଟି ବିଶ୍ୱସ୍ତରୀୟ ଅଟୋମୋଟିଭ୍‌ ବ୍ରାଣ୍ଡ୍‌ ଦେଶ ଛାଡ଼ିଥିବା ରାହୁଲ କହିଛନ୍ତି। ସେଥିମଧ୍ୟରେ ୨୦୧୭ରେ ସେଭ୍ରୋଲେଟ୍‌, ୨୦୧୮ରେ ମ୍ୟାନ୍‌ ଟ୍ରକ୍‌, ୨୦୧୯ରେ ଫିଆଟ୍‌ ଏବଂ ୟୁନାଇଟେଡ୍‌ ମୋଟରର୍ସ, ୨୦୨୦ରେ ହାର୍ଲେ ଡାଭିଡ୍‌ସନ୍‌, ୨୦୨୧ରେ ଫୋର୍ଡ ଏବଂ ୨୦୨୨ରେ ଡାଟସନ୍‌ ଆଦି ଭାରତ ଛାଡିଛନ୍ତି। ଏହା ଦ୍ୱାରା ୯ଟି ଫ୍ୟାକ୍ଟ୍ରି, ୬୪୯ ବିତରକ ଖାଲି ପଡ଼ିଛି। ଏହାଯୋଗୁ ୮୪,୦୦୦ ଲୋକ ଚାକିରି ହରାଇଥିବା ରାହୁଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CSKର ପରାଜୟ ପାଇଁ ସଞ୍ଜୁ ସାମସନଙ୍କ ସମେତ ଏହି ୫ ଖେଳାଳି ଦାୟୀ!

ନୂଆଦିଲ୍ଲୀ,୩୧।୩: ମାର୍ଚ୍ଚ ୩୦ରେ ଅନୁଷ୍ଠିତ 2026 ଇଣ୍ଡିଆନ ପ୍ରିମିୟର ଲିଗର ତୃତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ମୁକାବିଲା ହୋଇଥିଲା। ଗୁଆହାଟୀର…

ମନ୍ଦିରରେ ଦଳାଚକଟା….ପରସ୍ପର ଉପରେ ଚଢ଼ିଗଲେ ଭକ୍ତ, ଚାଲିଗଲା ୮ ଜୀବନ

ପାଟନା,୩୧।୩: ବିହାରର ନାଳନ୍ଦା ଜିଲାରେ ଛାତିଥରା ଅଘଟଣ । ଏଠାରେ ଅବସ୍ଥିତ ଶୀତଳା ମାତା ମନ୍ଦିରରେ ହଠାତ୍ ଦଳାଚକଟା ହୋଇଥିଲା। ଏହି ଘଟଣାରେ ଏପର୍ଯ୍ୟନ୍ତ ଆଠ ଜଣ…

ଯୁଦ୍ଧ ମଧ୍ୟରେ ଏସବୁ ଦେଶକୁ ସାହାଯ୍ୟର ହାତ ବଢାଇଲେ ମୋଦି, ଏବେ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା ସହିପାରୁନି ପାକିସ୍ତାନ!

ଇସଲାମାବାଦ,୩୧।୩: ଇରାନ ସହିତ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ତୈଳ ସଙ୍କଟ ମଧ୍ୟରେ, ଭାରତ ଖୁବ ପ୍ରଶଂସା ପାଉଛି – ଏକ ବିକାଶ ଯାହା ପାକିସ୍ତାନୀ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ରାଶନ ଦୋକାନରେ ପୁଣି ମିଳିବ କିରୋସିନ: ଶକ୍ତି ସଙ୍କଟ ମଧ୍ୟରେ କେଉଁ ରାଜ୍ୟକୁ ମିଳିଲା ଅନୁମୋଦନ ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୩: ଆଜି ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ୩୨ ତମ ଦିନ। ଏହା ଶକ୍ତି ଯୋଗାଣ ନେଇ ଚିନ୍ତାକୁ ଆହୁରି ଘନୀଭୂତ କରିଛି। ଏହି ଶକ୍ତି ସଙ୍କଟ ମଧ୍ୟରେ,…

ବେଲଗଛରେ ଛୁଲୁଥିଲା ବିଜେଡି ନେତାଙ୍କ ସ୍ତ୍ରୀଙ୍କ ମୃତଦେହ: ପୋଲିସ କଲା ଜବତ

ନୂଆପଡ଼ା,୩୧ା୩ (ମକାରୁ ବେମାଲ):ନୂଆପଡା ସହରର ମାତାଗୁଡି ପଡାସ୍ଥିତ ଏକ ବେଲଗଛରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ସେ ହେଲେ ପୂର୍ବତନ ଯୁବ ବିଜୁ ଜନତା…

ହର୍ମୁଜରେ ଏବେ ଟିକସ ଆଦାୟ କରିବ ଇରାନ, ସଂସଦରେ ଆଇନକୁ ମିଳିଲା ମଞ୍ଜୁରୀ

ତେହରାନ,୩୧।୩: ଇରାନ ସହିତ ସଂଘର୍ଷ ପରିପ୍ରେକ୍ଷୀରେ, ଯାହା ଡରାଉ ଥିଲା ତାହା ହିଁ ଘଟିଛି। ଇରାନର ସଂସଦ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ ଉପରେ ଟୋଲ ଲାଗୁ…

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri