Posted inଜାତୀୟ

ମେକ୍‌ ଇନ୍‌ ଇଣ୍ଡିଆ-ହେଟ୍‌ ଇନ୍‌ ଇଣ୍ଡିଆ ଏକାଠି ସମ୍ଭବ ନୁହେଁ, ମୋଦିଙ୍କୁ ଘେରିଲେ ରାହୁଲ…

ନୂଆଦିଲ୍ଲୀ, ୨୭।୪ : କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଘେରିବା ଆରମ୍ଭ କରିଛନ୍ତି। ରାହୁଲ କହିଛନ୍ତି ଯେ, ମେକ୍‌ ଇନ୍‌ ଇଣ୍ଡିଆ ଏବଂ ହେଟ୍‌ ଇନ୍‌ ଇଣ୍ଡିଆ ଏକାଠି ସମ୍ଭବ ନୁହେଁ। ରାହୁଲ ଗାନ୍ଧୀ ଟୁଇଟ୍‌ କରି କହିଛନ୍ତି, ଦେଶରେ ବେକାରୀ ସମସ୍ୟା ଉତ୍କଟ ରୂପ ଧାରଣ କରିଛି।

ସେହିପରି ଦରଦାମ୍‌ ବୃଦ୍ଧି ଯୋଗୁ ଲୋକେ ହସ୍ତସନ୍ତ ହେଉଛନ୍ତି। ମାତ୍ର ପ୍ରଧାନମନ୍ତ୍ରୀ ନୀରବ ରହିଛନ୍ତି। ଦେଶର ପ୍ରକୃତ ସମସ୍ୟା ଦୂର ହେବା ପରିବର୍ତ୍ତେ ଦେଶରେ ଘୃଣାର ବାତାବରଣ ସୃଷ୍ଟି କରାଯାଉଛି। ଏହା ଦେଶକୁ ଧ୍ୱଂସମୁଖୀ କରାଇବ। ବହୁ ସ୍ଥାନରେ ଭିନ୍ନ ଭିନ୍ନ ସମ୍ପ୍ରଦାୟ ମଧ୍ୟରେ ହିଂସା ବଢ଼ିବାରେ ଲାଗିଛି ବୋଲି ରାହୁଲ କହିଛନ୍ତି।

ଗତ ୫ ବର୍ଷ ମଧ୍ୟରେ ୭ଟି ବିଶ୍ୱସ୍ତରୀୟ ଅଟୋମୋଟିଭ୍‌ ବ୍ରାଣ୍ଡ୍‌ ଦେଶ ଛାଡ଼ିଥିବା ରାହୁଲ କହିଛନ୍ତି। ସେଥିମଧ୍ୟରେ ୨୦୧୭ରେ ସେଭ୍ରୋଲେଟ୍‌, ୨୦୧୮ରେ ମ୍ୟାନ୍‌ ଟ୍ରକ୍‌, ୨୦୧୯ରେ ଫିଆଟ୍‌ ଏବଂ ୟୁନାଇଟେଡ୍‌ ମୋଟରର୍ସ, ୨୦୨୦ରେ ହାର୍ଲେ ଡାଭିଡ୍‌ସନ୍‌, ୨୦୨୧ରେ ଫୋର୍ଡ ଏବଂ ୨୦୨୨ରେ ଡାଟସନ୍‌ ଆଦି ଭାରତ ଛାଡିଛନ୍ତି। ଏହା ଦ୍ୱାରା ୯ଟି ଫ୍ୟାକ୍ଟ୍ରି, ୬୪୯ ବିତରକ ଖାଲି ପଡ଼ିଛି। ଏହାଯୋଗୁ ୮୪,୦୦୦ ଲୋକ ଚାକିରି ହରାଇଥିବା ରାହୁଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

‘କାନ ଖୋଲି ଶୁଣି ନିଅ, ଯେପର୍ଯ୍ୟନ୍ତ ମୋଦି ବଞ୍ଚିଛନ୍ତି’

ନୂଆଦିଲ୍ଲୀ,୨୫ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଶୁକ୍ରବାର ଉତ୍ତରପ୍ରଦେଶର ୮ଟି ଆସନରେ ଅନୁଷ୍ଠିତ ହେବ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri