ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌: ମହିଳା ଉଦ୍ୟୋଗୀ ଅଧିବେଶନରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ଜନତା ମଇଦାନରେ ଚାଲିଥିବା ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭର ଶନିବାର ଚତୁର୍ଥ ଦିନ। ଏହି ଅବସରରେ ମହିଳା ଉଦ୍ୟୋଗୀ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ କହିଛନ୍ତି, ୨୦୦୧ରେ ଆରମ୍ଭ ହୋଇଥିବା ମିଶନ ଶକ୍ତି, ଆଜି ଓଡ଼ିଶାର ୭୦ ଲକ୍ଷ ସଶକ୍ତ ମା’ ମାନଙ୍କର ଏକ ମହାଶକ୍ତି ହୋଇପାରିଛି ।
ମୋ ସରକାର ପାଇଁ ମହିଳା ସଶକ୍ତୀକରଣ କେବଳ ଏକ ସ୍ଲୋଗାନ ନୁହେଁ। ଏହା ଏକ ଗୁରୁ ଦାୟିତ୍ୱ।
ସେ କହିଛନ୍ତି, ମୋର ଦୃଢ଼ ବିଶ୍ବାସ, ମା’ମାନଙ୍କୁ ସଶକ୍ତ ନ କରି, କୌଣସି ପରିବାର, କୌଣସି ସମାଜ, କୌଣସି ରାଜ୍ୟ ବା କୌଣସି ଦେଶ ଆଗକୁ ବଢ଼ି ପାରିବ ନାହିଁ। ଓଡ଼ିଶାରେ ଆମର ୬ ଲକ୍ଷ ସ୍ବୟଂ ସହାୟକ ଗୋଷ୍ଠୀ କାମ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏସ୍‌ଏଚ୍‌ଜିମାନଙ୍କୁ ଏସ୍‌ଏମ୍‌ଇରେ ରୂପାନ୍ତର କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ। ଏଥିପାଇଁ ଆମେ ସବୁ କିଛି କରିବାକୁ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri