ଆଜିଠୁ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ

ଭୁବନେଶ୍ୱର,୩୦ା୧୧: ‘ମେକ୍‌ ଇନ୍‌ ଓଡ଼ିଶା’(ଏମ୍‌ଆଇଓ) କନ୍‌କ୍ଲେଭ-୨୦୨୨ ବୁଧବାରଠାରୁ ଆରମ୍ଭ ହେବ। ୫ଦିନ ବ୍ୟାପି ହେବାକୁ ଥିବା ଏହି କନ୍‌କ୍ଲେଭକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପରାହ୍ନ ସାଢ଼େ ୫ଟାରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିବେ। ଏହି କନ୍‌କ୍ଲେଭ ଆସନ୍ତା ୪ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ଏଥିରେ ୧୦ରୁ ଅଧିକ ରାଷ୍ଟ୍ରର ଶିଳ୍ପପତି ଏବଂ ବିଭିନ୍ନ କମ୍ପାନୀର ୧୨୪ଜଣ ବକ୍ତା ଯୋଗ ଦେବେ। ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି ବୋଲି ମଙ୍ଗଳବାର ସ୍ଥାନୀୟ ଜୟଦେବ ବିହାର ନିକଟସ୍ଥ ଏକ ହୋଟେଲରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଶିଳ୍ପମନ୍ତ୍ରୀ ପ୍ରତାପ ଦେବ ସୂଚନା ଦେଇଛନ୍ତି। ୨୦୧୬ ଏବଂ ୨୦୧୮ରେ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌ର ସଫଳ ଆୟୋଜନ ପରେ ୨୦୨୨ରେ ହେବାକୁ ଥିବା ୩ୟ ସଂସ୍କରଣର ବ୍ୟାପକ ସଫଳତା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରିଛନ୍ତି। ମନ୍ତ୍ରୀ ପ୍ରତାପ ଦେବ ଏମ୍‌ଆଇଓ ସମ୍ପର୍କରେ ବିସ୍ତୃତ ବିବରଣୀ ଦେଇ କହିଛନ୍ତି ଯେ କନ୍‌କ୍ଲେଭରେ ଭାଗନେବା ପାଇଁ ଏ ପର୍ଯ୍ୟନ୍ତ ୧୧,୬୦୦ରୁ ଅଧିକ ସଂସ୍ଥା ପଞ୍ଜୀକରଣ କରିଛନ୍ତି। ଏପରିକି ରାଜ୍ୟର ବିକାଶ ପାଇଁ ସରକାର ଏକ ବୃହତ୍‌ ତଥା ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ମଧ୍ୟ ଗ୍ରହଣ କରିଛନ୍ତି। ଗତ ୨ଟି ସଂସ୍କରଣ ତୁଳନାରେ ୩ୟ ସଂସ୍କରଣ ସବୁ ଦୃଷ୍ଟିରୁ ଭଲ ଓ ଫଳପ୍ରଦ ହେବ। କନ୍‌କ୍ଲେଭର ସଫଳ ରୂପାୟନ ପାଇଁ ରାଜ୍ୟ ସରକାରଙ୍କ ୨୨ଟି ବିଭାଗ ପକ୍ଷରୁ ବିଭିନ୍ନ କାର୍ଯ୍ୟଭାର ଗ୍ରହଣ କରାଯାଇଛି ବୋଲି ମନ୍ତ୍ରୀ ପ୍ରତାପ ଦେବ କହିଥିଲେ। ଶିିଳ୍ପ ସଚିବ ହେମନ୍ତ ଶର୍ମା ଏମ୍‌ଓଆଇର ଆଭିମୁଖ୍ୟ ସାଙ୍ଗକୁ ଏମ୍‌ଆଇଓ ପୋର୍ଟାଲରେ ପ୍ରତିଦିନରେ କାର୍ଯ୍ୟକ୍ରମ, ପ୍ରତିନିଧି ଏବଂ ଅଂଶଗ୍ରହଣକାରୀଙ୍କ ପାଇଁ ସର୍ବଦଳୀୟ ଅଧିବେଶନ, ଥିମେଟିକ୍‌ ଅଧିବେଶନ, ସେକ୍ଟରାଲ ଅଧିବେଶନ, ସ୍ପିକର ତାଲିକା ସମ୍ବନ୍ଧୀୟ ବିସ୍ତୃତ ବିବରଣୀ ରହିଥିବା କହିଥିଲେ। ଏମ୍‌ଓଆଇ କନ୍‌କ୍ଲେଭ୍‌-୨୨କୁ ଅଧିକରୁ ଅଧିକ ଲୋକାଭିମୁଖ୍ୟ କରିବା ସହ ଏହାକୁ ଅଧିକ ତ୍ୱରାନ୍ବିତ କରିବା ପାଇଁ ଗତ ୩ ମାସ ମଧ୍ୟରେ ମୁଖ୍ୟମନ୍ତ୍ରୀ ଦେଶର ପ୍ରମୁଖ ସହର କୋଏମ୍ବାଟୁର, ଜାମଶେଦପୁର, ଅହମ୍ମଦାବାଦ, ଲକ୍ଷ୍ନୌ, ନୂଆଦିଲ୍ଲୀ, ମୁମ୍ବାଇ, ବେଙ୍ଗାଲୁରୁ ଭଳି ବିଭିନ୍ନ ମେଟ୍ରୋ ସହର ଏବଂ ଦୁବାଇଠାରେ ମଧ୍ୟ ଉକ୍ତ କାର୍ଯ୍ୟକ୍ରମର ନେତୃତ୍ୱ ନେଇଥିଲେ। ଉପରୋକ୍ତ ସମସ୍ତ ରୋଡ୍‌ ଶୋ’ରୁ ବହୁଳ ଭାବେ ସକାରାତ୍ମକ ପ୍ରତିକ୍ରିୟା ପାଇବା ପରେ ଉକ୍ତ କନ୍‌କ୍ଲେଭ କର୍ପୋରେଟ୍‌ ଇଣ୍ଡିଆରୁ ବହୁଳ ପରିମାଣର ଅଂଶଗ୍ରହଣ ଦେଖିବାକୁ ମିଳିବ ବୋଲି ଆଶା କରାଯାଉଛି। କନ୍‌କ୍ଲେଭରେ ଆର୍ସେଲର ମିତ୍ତଲର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଏଲ୍‌.ଏନ୍‌. ମିତ୍ତଲ, ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଚେୟାରମ୍ୟାନ କୁମାର ମଙ୍ଗଳମ ବିର୍ଲା, ବେଦାନ୍ତ ରିସୋର୍ସ ଲିମିଟେଡ୍‌ର ଚେୟାରମ୍ୟାନ ଅନିଲ ଅଗ୍ରୱାଲ, ଜେଏସ୍‌ଡବ୍ଲ୍ୟୁ ଗ୍ରୁପ୍‌ର ସଜନ ଜିନ୍ଦଲ, ଜେଏସ୍‌ପିଏଲ୍‌ର ଚେୟାରମ୍ୟାନ ନବୀନ ଜିନ୍ଦଲ ଏବଂ ଟାଟା ଷ୍ଟିଲ୍‌ର ଏମ୍‌ଡି ତଥା ସିଇଓ ଟି. ଭି. ନରେନ୍ଦ୍ରନ୍‌ଙ୍କ ସମେତ ବହୁ ଜଣାଶୁଣା ଶିଳ୍ପପତି ମଧ୍ୟ ଉକ୍ତ କନ୍‌କ୍ଲେଭରେ ସାମିଲ ହେଉଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ , ଜାପାନ, ନରୱେ ଏବଂ ଜର୍ମାନୀ ଚଳିତ ବର୍ଷର କଣ୍ଟ୍ରି ପାର୍ଟନର ଥିବା ବେଳେ ସେମାନଙ୍କର ପ୍ରତିନିଧିମାନେ ମଧ୍ୟ ଉକ୍ତ ସମାରୋହରେ ଯୋଗଦେବେ ବୋଲି ସୂଚନା ମିଳିଛି। ଖବରଦାତା ସମ୍ମିଳନୀରେ ସୂଚନା ଓ ଲୋକ ସମ୍ପର୍କ ବିଭାଗର ସଚିବ ସଞ୍ଜୟ ସିଂଙ୍କ ସମେତ ଅନ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଶଙ୍ଖଭବନରେ ବସିବ ବୈଠକ, ନବୀନ ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୬ା୨: ସୋମବାର ଅର୍ଥାତ୍‌ ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ…

ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି ଏଭଳି କହି ଚାପ ପକାଉଛନ୍ତି…

ଭୁବନେଶ୍ୱର,୧୬।୨(ରବିନାରାୟଣ ଜେନା): ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି। ସକାଳେ କଲମ୍‌ରେ କଂକ୍ରିଟ ଢଳାହେଲା ମାନେ ସନ୍ଧ୍ୟା ସୁଦ୍ଧା ବିଲ୍‌ ହେବା ଦରକାର। ଠିକାଦାରଙ୍କ ଉଦ୍ଦେଶ୍ୟରେ…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ପୋଲିସ ସାମ୍‌ନାରେ ଅବକାରୀ ବାବୁଙ୍କୁ ମାଡ଼: ନିୟମକୁ ଫୁ’, ନିଶାରେ ମତୁଆଲା ଯୁବତୀଯୁବକ

ଭୁବନେଶ୍ୱର,୧୬ା୨(ତ୍ରିନାଥ ମହାନ୍ତି):ଭାଲେଣ୍ଟାଇନ୍ସ ଡେ’ରେ ସବୁ ନିୟମ ଓ କଟକଣାକୁ ଫୁ’ କରି ବାର୍‌ରେ ଜମିଥିଲା ରଙ୍ଗିନ ରାତି। ଆଗରେ ଶଟର ପକାଇ ଭିତରେ ମତୁଆଲା ହେଉଥିଲେ ପୁରୁଷ…

ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ବ୍ୟାପୁଛି ନିଆଁ

ଜୟପୁର,୧୬ା୨(ପବନ ପାଣିଗ୍ରାହୀ): ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଚାରିଆଡ଼େ ନିଆଁ ବ୍ୟାପିଚାଲିଛି। ଏପରି ଅଭାବନୀୟ ଘଟଣା ଘଟିଛି ଜୟପୁର ସହରର ବିକ୍ରମଦେବ ବିଶବିଦ୍ୟାଳୟ…

ରାଜ୍ୟରେ ବଢୁଛି ତାପମାତ୍ରା: ଆସନ୍ତା ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୬ା୨(ବନ୍ଦନା ସେଠୀ):ରାଜ୍ୟରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଉଛି। ରାତିରେ ଶୀତ, ଭୋର୍‌ ସମୟରେ କୁହୁଡି ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଉତ୍ତର ଉପକୂଳ ଓଡ଼ିଶାର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri