ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ ଓ୍ବେବ୍‌ସାଇଟ, ମୋବାଇଲ ଆପ୍‌ ଶୁଭାରମ୍ଭ

ଭୁବନେଶ୍ୱର,୧ା୧୧(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମେକ୍‌ ଇନ୍‌ ଓଡ଼ିଶା ୱେବ୍‌ସାଇଟ(https://www.mio.investodisha.gov.in) ଏବଂ ମୋବାଇଲ ଆପ୍‌ର ଶୁଭାରମ୍ଭ କରିଛନ୍ତି। ପ୍ରତିନିଧିମାନେ ସର୍ବଦଳୀୟ ଅଧିବେଶନ, ଥିମେଟିକ୍‌ ଅଧିବେଶନ, ବ୍ୟବସାୟ ନେତୃତ୍ୱ ଆଲୋଚନା, ସେକ୍ଟରାଲ୍‌ ଅଧିବେଶନ ଏବଂ ପୋର୍ଟାଲରେ ବକ୍ତାମାନଙ୍କ ସବିଶେଷ ତଥ୍ୟ ପାଇପାରିବେ। ସେହିପରି କନ୍‌କ୍ଲେଭ ପାଇଁ ପ୍ରତିନିଧିମାନେ ପଞ୍ଜୀକୃତ କରି ଭ୍ରମଣ ସମୟରେ ସେମାନଙ୍କର ଯାତ୍ରା ଏବଂ ରହଣି ବୁକ୍‌ କରିପାରିବେ। ଆଣ୍ଡ୍ରଏଡ୍‌ ୟୁଜରମାନେ ପ୍ଲେ ଷ୍ଟୋରରୁ ଏହି ମୋବାଇଲ ଆପ୍‌ ଡାଉନ୍‌ଲୋଡ କରିପାରିବେ।
ଓଡ଼ିଶା ପୋର୍ଟାଲରେ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ-୨୦୨୨ ସମ୍ବନ୍ଧୀୟ ସମସ୍ତ ତଥ୍ୟ ମିଳିପାରିବ। ପାଞ୍ଚଦିନିଆ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ କାର୍ଯ୍ୟକ୍ରମରେ ୨୦ ଟି ଅଧିବେଶନ ସହିତ ୩ଟି କନ୍‌କ୍ଲେଭ ହେବ। କାର୍ଯ୍ୟକ୍ରମରେ ନିବେଶକମାନେ ରାଜ୍ୟର ଶିଳ୍ପ ଦକ୍ଷତା ଏବଂ ଭବିଷ୍ୟତର ସମ୍ଭାବନା ଜାଣିବାର ସୁଯୋଗ ପାଇବେ।
ଏହି ଅବସରରେ ମେକ୍‌ ଇନ୍‌ ଓଡିଶା କନ୍‌କ୍ଲେଭ-୨୦୨୨କୁ ସଫଳ କରିବା ପାଇଁ ସମସ୍ତ ବିଭାଗ ମିଳିତ ଭାବେ କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ଶିଳ୍ପ ବିକାଶର ଏହା ଯେପରି ସଫଳ କାହାଣୀ ହେବ ତାହା ନେଇ ନିଶ୍ଚିତ କରିବାକୁ କୁହାଯାଇଛି। ମାନୁଫାକ୍ଚରିଂ ପୁଞ୍ଜିନିବେଶ କ୍ଷେତ୍ରରେ ଆଗୁଆ ରାଜ୍ୟଗୁଡ଼ିକରେ ଓଡ଼ିଶା ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି। ଇଜ୍‌ ଅଫ୍‌ ଡୁଇଂ ବିଜନେସ୍‌ ର଼୍ୟାଙ୍କିଙ୍ଗ୍‌ରେ ଓଡ଼ିଶାକୁ ଆଚିଭର ଷ୍ଟାଟସ୍‌ ମିଳିଛି। ଓଡ଼ିଶାର ଅଭିବୃଦ୍ଧି କାହାଣୀ ପ୍ରଦର୍ଶନ କରି ସାରା ବିଶ୍ୱରେ ନିବେଶକଙ୍କ ସାମ୍‌ନାରେ ଉପସ୍ଥାପନ କରିବା ପାଇଁ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ-୨୦୨୨ ଏକ ଭଲ ପ୍ଲାଟ୍‌ଫର୍ମ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri