ସରିଲା ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌: ସମସ୍ତଙ୍କ ସହଯୋଗ ପାଇଁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୧୨(ବ୍ୟୁରୋ): ଶେଷ ହୋଇଛି ମେକ ଇନ୍‌ ଓଡ଼ିଶା କନ୍‌କ୍ଲେଭ। ରବିବାର ଏହାର ଉଦଯାପନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କ ସହଯୋଗ ପାଇଁ ଧନ୍ୟବାଦ ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ଏ ସଂସ୍କରଣରେ ଜାତୀୟ ଓ ଅନ୍ତର୍ଜାତୀୟ ନିବେଶକମାନେ ଓଡ଼ିଶାରେ ପୁଞ୍ଜି ଖଟାଇବାକୁ ଆଗ୍ରହ ଦେଖାଇଛନ୍ତି। ନିବେଶକମାନଙ୍କୁ ମୁଁ ପ୍ରତିଶ୍ରୁତି ଦେଉଛି, ରାଜ୍ୟ ସରକାର ସବୁ ପ୍ରକାର ସହଯୋଗ କରିବେ। ନୂଆ ଓଡ଼ିଶା ଗଠନରେ ସେମାନେ ଭାଗୀଦାର ସାଜିବେ।’ ଜାପାନ, ନରଓ୍ବେ ଓ ଜର୍ମାନୀକୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି ନବୀନ। ଶିଳ୍ପ, ବାଣିଜ୍ୟ ନେଇ ସମ୍ପର୍କ ଆହୁରି ଦୃଢ଼ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।