ମାଣ୍ଡିଆକୁ ଶ୍ରେଷ୍ଠ ଆହାର କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୧୧(ବ୍ୟୁରୋ):ଗୁରୁବାର ହେଉଛି ସମୃଦ୍ଧିର ଦେବୀ ମା’ ଲକ୍ଷ୍ମୀଙ୍କ ପୂଜାଦିନ। ପୁଷ୍ଟି ସହ ସମୃଦ୍ଧି ଯୋଡ଼ିହୋଇ ରହିଛି। ରାଜ୍ୟ ସରକାର ଗୁରୁବାର ମାଣ୍ଡିଆ ଦିବସ ଭାବେ ପାଳନ କରିଛନ୍ତି। ପ୍ରତିବର୍ଷ ନଭେମ୍ବର ୧୦ ତାରିଖକୁ ରାଜ୍ୟ ସରକାର ମାଣ୍ଡିଆ ଦିବସ ଭାବେ ପାଳନ କରିବା ପାଇଁ ନିଷ୍ପତ୍ତି କରିଛନ୍ତି। ମାଣ୍ଡିଆ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ବୋଧନ ଦେଇ ଏହା କହିଛନ୍ତି। ମାଣ୍ଡିଆ ହେଉଛି ପୁଷ୍ଟିର ଭଣ୍ଡାର। ଛୋଟ ପିଲାଙ୍କଠାରୁ ଆରମ୍ଭ କରି ବୟସ୍କ ପର୍ଯ୍ୟନ୍ତ ସମସ୍ତଙ୍କୁ ଏହା ପୁଷ୍ଟି ଯୋଗାଉଛି। ଆମ ରାଜ୍ୟରେ ଛୋଟ ଚାଷୀ, ଗରିବ ଆଦିବାସୀ ଚାଷୀ ମାଣ୍ଡିଆ ଚାଷ କରିଥାନ୍ତି। ସେମାନଙ୍କ ଅବସ୍ଥାରେ ଉନ୍ନତି ଏବଂ ଲୋକଙ୍କୁ ପୁଷ୍ଟି ଯୋଗାଣ-ଏ ଦୁଇଟି ବିଷୟକୁ ଧ୍ୟାନ ଦେଇ ସରକାର ମିଲେଟ ମିଶନ କାର୍ଯ୍ୟକାରୀ କରିଛନ୍ତି। ଏଥିରେ ପାଞ୍ଚ ବର୍ଷରେ ୨୮୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଓଡ଼ିଶାର ମିଲେଟ ମିଶନ ସାରା ବିଶ୍ବର ଦୃଷ୍ଟି ଆକର୍ଷଣ କରିବାରେ ସଫଳ ହୋଇଛି। ଜାତିସଂଘ ମଧ୍ୟ ଏହି କାର୍ଯ୍ୟକ୍ରମର ପ୍ରଶଂସା କରିଛି। ଅନ୍ୟ ରାଜ୍ୟମାନଙ୍କ ପାଇଁ ଆଦର୍ଶ ହୋଇଛି। ରାଜ୍ୟର ସବୁ ଜିଲାରେ ମିଲେଟ ମିଶନ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ରାଜ୍ୟର ୧୮ ଜିଲାରେ ମିଲେଟ ମିଶନ କାର୍ଯ୍ୟକାରୀ ହେଉଛି। ଏବେ ଏହି ମିଶନରେ ୨ ଲକ୍ଷ ଚାଷୀ, ୮୨ ଏଫ୍‌ପିଓ ଓ ୧୨୦୦ ମିଶନ ଶକ୍ତି ଗୋଷ୍ଠୀ ସାମିଲ ହୋଇଛନ୍ତି। ଆଗକୁ ଆହୁରି ଚାଷୀ ଓ ମିଶନ ଶକ୍ତି ଗୋଷ୍ଠୀଙ୍କୁ ଏହି କାର୍ଯ୍ୟକ୍ରମରେ ସାମିଲ କରାଯିବ। ମାଣ୍ଡିଆକୁ ଶ୍ରେଷ୍ଠ ଆହାର ଭାବରେ ଲୋକପ୍ରିୟ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri