ପୋଷଣ ଅଭିଯାନକୁ ଫଳପ୍ରଦ କର: ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର,୯ା୧୨(ବ୍ୟୁରୋ): ରାଜ୍ୟରେ ପୋଷଣ ଅଭିଯାନକୁ ପୂର୍ଣ୍ଣ ଫଳପ୍ରଦ କରିବା ପାଇଁ ପ୍ରଶାସନିକ ପ୍ରଚେଷ୍ଠା ଆରମ୍ଭ ହୋଇଛି। ଏଥିପାଇଁ ଲକ୍ଷ୍ୟଭେଦୀ ଏବଂ ସଂଯୋଜିତ କାର୍ଯ୍ୟକ୍ରମ ସ୍ଥିର କରିବାକୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ମହିଳା ଓ ଶିଶୁ ବିକାଶ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ପଞ୍ଚାୟତି ରାଜ ଓ ପାନୀୟ ଜଳ ଯୋଗାଣ ଏବଂ ଅନ୍ୟ ସମ୍ପୃକ୍ତ ବିଭାଗଗୁଡିକୁ ନିର୍ଦ୍ଦେଶ ଦେଇଛନ୍ତି। ଗୁରୁବାର ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିର୍ଦ୍ଦେଶ ଦିଆଯାଇଛି। ଶିଶୁ, ଗର୍ଭବତୀ ମହିଳା, ପ୍ରସୂତୀ ଏବଂ କିଶୋରୀମାନଙ୍କ ପୁଷ୍ଟି ସାଧନ ଓ ସ୍ବାସ୍ଥ୍ୟ ଯତ୍ନ ନିମନ୍ତେ ଏକ ବ୍ୟାପକ କାର୍ଯ୍ୟ- ଖସଡା ପ୍ରସ୍ତୁତ କରାଯିବ। ଶିଶୁ ଗେଡାପଣ, ପୁଷ୍ଟିହୀନତା ଓ ରକ୍ତହୀନତା ରୋକିବା ସହ ମାତୃ ସ୍ତନ୍ୟପାନ, ଶୁଦ୍ଧ ପାନୀୟ ଜଳ, ପରିମଳ, କୃମିନାଶ, ଟୀକାକରଣ, ଭିଟାମିନ୍‌ ବଟିକା ଗ୍ରହଣକୁ ପ୍ରୋତ୍ସାହିତ କଲାଭଳି ଲକ୍ଷ୍ୟଭେଦୀ କାର୍ଯ୍ୟାନୁଷ୍ଠାନ ଖସଡା ପ୍ରସ୍ତୁତ କରିବାକ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ପିଲାମାନଙ୍କ ମଧ୍ୟରେ ପୁଷ୍ଟିହୀନତା ଓ ଶିଶୁ ଗେଡାପଣ ବାର୍ଷିକ ଦୁଇ ପ୍ରତିଶତ ହ୍ରାସ ସହ ୫ ବର୍ଷ ବୟସରୁ କମ୍‌ ଶିଶୁ, କିଶୋରୀ, ଓ ମହିଳାମାନଙ୍କ ମଧ୍ୟରେ ରକ୍ତହୀନତା ବାର୍ଷିକ ୩ ପ୍ରତିଶତ ହ୍ରାସ ନିମନ୍ତେ ବଠକରେ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି। ପ୍ରତ୍ୟେକ ବିଦ୍ୟାଳୟ,ଘର ପଛପଟ ବଗିଚା, କମ୍ୟୁନିଟ୍‌ କେନ୍ଦ୍ର ପରିପାର୍ଶ୍ୱରେ ପନିପରିବା ଚାଷ ଏବଂ ନର୍ସରୀ ନିମନ୍ତେ ସଚେତନତା ସୃଷ୍ଟି କରିବା ପାଇଁ ବିଭାଗୀୟ ସଚିବମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

ସ୍ମାର୍ଟ ସିଟି ଲୋକର ବ୍ୟଥା

ପ୍ରବଳ ଶୀତରେ କିଛି ବେସାହାରା ଲୋକ ପୋଲ ତଳେ, ଦୋକାନ ପିଣ୍ଡାରେ, ପାର୍କ ବେଞ୍ଚ ଉପରେ କଟାଉଥିବା ଦେଖାଯାଏ। ସେମାନଙ୍କ ମଧ୍ୟରୁ କୌଣସି ବୃଦ୍ଧାବୃଦ୍ଧ ରୋଗୀଙ୍କ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ଗଣତନ୍ତ୍ର କ’ଣ ଦଳ-ମୁଖ୍ୟଙ୍କ ତନ୍ତ୍ର

ଯେଉଁ ଦଳର କେନ୍ଦ୍ର ସରକାର ସମ୍ବିଧାନ ଦିବସ (ନଭେମ୍ବର ୨୯) ପାଳନ କରି ସମ୍ବିଧାନର ଆଦର୍ଶକୁ ସର୍ବୋଚ୍ଚ ସ୍ଥାନ ଦେଉଛି ସେହି ଦଳର ରାଜ୍ୟ ସରକାର...

ପ୍ରେସିଡେଣ୍ଟ ହାଉସରେ ଆୟୋଜିତ ଡିନରରେ କାହିଁକି ରାହୁଲଙ୍କୁ ମିଳିଲା ନାହିଁ ନିମନ୍ତ୍ରଣ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ସମୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ କେରଳ କଂଗ୍ରେସର ଏକ ପୋଷ୍ଟ ରାଜନୈତିକ ଏବଂ...

ପରିଚିତଙ୍କ ହାତରେ ପଦବୀ

ଭବିଷ୍ୟତରେ କାର୍ଯ୍ୟକୁ ସୁଚାରୁରୂପେ ସଞ୍ଚାଳନକରିବା ପାଇଁ ସବୁଠାରୁ ନିରାପଦ ଉପାୟ ଉପରେ ଆନ୍ଧ୍ରପ୍ରଦେଶ ନିଷ୍ପତ୍ତି ନେଇଥିବା ଜଣାଯାଇଛି। ଏଥିରେ ଏହାର ଶ୍ରେଷ୍ଠ ବାବୁମାନଙ୍କ ପାଇଁ ରହୁଥିବା...

ଧାନ ବିକ୍ରି ସମସ୍ୟା, ତାତିଲା କଂଗ୍ରେସ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି।...

ପାକିସ୍ତାନ ସଂସଦରେ ପଶିଲା ଗଧ, ୟୁସୁଫ ରାଜା କହିଲେ, ‘ଜୀବଜନ୍ତୁମାନେ ମଧ୍ୟ ଆଇନ ଉପରେ ନିଜର ମତାମତ ଦେବାକୁ ଆସିଛନ୍ତି’

ଇସଲାମାବାଦ,୬।୧୨: ଡିସେମ୍ବର ୫ରେ, ପାକିସ୍ତାନର ସଂସଦରେ ଏକ ହାସ୍ୟରସପୂର୍ଣ୍ଣ କିନ୍ତୁ ପ୍ରକାଶ୍ୟ ସୁରକ୍ଷା ତ୍ରୁଟି ଦେଖାଦେଲା। ଉଚ୍ଚ ସଦନ ସିନେଟ ଅଧିବେଶନ ଚାଲୁଥିଲା ବେଳେ ହଠାତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri