‘ବନାଗ୍ନି ହ୍ରାସ ପାଇଁ ଯୋଜନା ପ୍ରସ୍ତୁତ କର’

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ରାଜ୍ୟରେ ଜଙ୍ଗଲ ସମ୍ପଦ ବୃଦ୍ଧି ପାଇଛି। ତା’ ସହିତ ବନାଗ୍ନି ପ୍ରକୋପ ମଧ୍ୟ ବଢୁଛି। ହାତୀ-ମଣିଷ ଲଢ଼େଇ, ବନ୍ୟପ୍ରାଣୀ ଅଙ୍ଗ ଚୋରା ଚାଲାଣ ମୁଖ୍ୟ ସମସ୍ୟା ଭାବେ ଦେଖାଦେଇଛି। ଏହାକୁ ହ୍ରାସ କରିବା ପାଇଁ ଏକ ସମନ୍ବିତ ଯୋଜନା (ଇଣ୍ଟିଗ୍ରେଟେଡ ପ୍ଲାନ) ପ୍ରସ୍ତୁତ କରିବାକୁ ବନଖଣ୍ଡ ଅଧିକାରୀ (ଡିଏଫ୍‌ଓ)ମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଜଙ୍ଗଲ ବୃଦ୍ଧି ଏବଂ ଜଙ୍ଗଲ ତଳି ଅଞ୍ଚଳର ଗ୍ରାମବାସୀଙ୍କ ଜୀବନ ଧାରଣରେ ଉନ୍ନତି ଆଣିବା ପାଇଁ ସ୍ବତନ୍ତ୍ର ରୋଡ୍‌ମ୍ୟାପ ପ୍ରସ୍ତୁତ କରିବାକୁ ମଧ୍ୟ ସେ ପରାମର୍ଶ ଦେଇଛନ୍ତି।
ଲୋକସେବା ଭବନଠାରେ ଗୁରୁବାର ଆୟୋଜିତ ବନଖଣ୍ଡ ଅଧିକାରୀଙ୍କ ଦୁଇଦିନିଆ ରାଜ୍ୟସ୍ତରୀୟ ସମ୍ମିଳନୀକୁ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଲେ, କେନ୍ଦ୍ର ସରକାରଙ୍କ ଷ୍ଟେଟ୍‌ ଫରେଷ୍ଟ ରିପୋର୍ଟ-୨୦୨୧ ତଥ୍ୟ ଅନୁଯାୟୀ ଗତ ଦୁଇବର୍ଷରେ ରାଜ୍ୟରେ ଜଙ୍ଗଲ ସମ୍ପଦ ବୃଦ୍ଧି ପାଇଛି। ୨୦୧୯-୨୦୨୧ ମଧ୍ୟରେ ଓଡ଼ିଶା ଦେଶର ତୃତୀୟ ସର୍ବାଧିକ ହେନ୍ତାଳ ବନ ସୃଷ୍ଟି କରିପାରିଛି। ବନ ବିଭାଗ କର୍ମଚାରୀ, ବନ ସୁରକ୍ଷା ସମିତି ଏବଂ ଲୋକମାନଙ୍କ ସହଯୋଗ ଯୋଗୁ ଏହା ସମ୍ଭବ ହୋଇପାରିଛି। ବନୀକରଣ ଯୋଗୁ ସୃଷ୍ଟି ହେଉଥିବା ଜଙ୍ଗଲ ସ୍ଥାନୀୟ ଲୋକଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରିପାରିଛି। ରାଜ୍ୟ ସରକାରଙ୍କ ଯୁଗ୍ମ ଜଙ୍ଗଲ ପରିଚାଳନା ଏବଂ ଓଡ଼ିଶା ଜଙ୍ଗଲ କ୍ଷେତ୍ର ବିକାଶ ପ୍ରକଳ୍ପ ଯୋଜନା ଲୋକଙ୍କୁ ଜୀବିକା ଯୋଗାଇବା ସହ ସଶକ୍ତ କରିବାରେ ସହାୟତା କରିଛି। ବିବିଧ ଜଙ୍ଗଲ ଯୋଜନାରେ ୨୦ଲକ୍ଷରୁ ଅଧିକ ଲୋକ ଉପକୃତ ହୋଇଛନ୍ତି। ୫-ଟି କାର୍ଯ୍ୟକ୍ରମରେ ଚାରାରୋପଣକୁ ସାମିଲ କରିବା, ବନୀକରଣ କାର୍ଯ୍ୟରେ ଏସ୍‌ଏଚ୍‌ଜିକୁ ସାମିଲ କରିବା ଲାଗି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏହାଦ୍ୱାରା ଜଙ୍ଗଲ କାର୍ଯ୍ୟରେ ନିୟୋଜିତ ସଂସ୍ଥା, ବ୍ୟକ୍ତିବିଶେଷଙ୍କ ମଧ୍ୟରେ ସ୍ବଚ୍ଛତା, ସମୟାନୁବର୍ତ୍ତିତା ଓ ଟିମ୍‌ଓ୍ବାର୍କ ସୃଷ୍ଟି ହେବବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।
ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଲେ, ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟକୁ ପୂରଣ କରିବା ପାଇଁ ଜଙ୍ଗଲ ଓ ପରିବେଶ ବିଭାଗ ବହୁ ପଦକ୍ଷେପ ନେଇଛି। ପୂର୍ବବର୍ଷ ତୁଳନାରେ ଜଙ୍ଗଲ ନିଆଁ ହ୍ରାସ ପାଇଛି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଲେ, ଗତ ୨୦ରୁ ୨୫ ବର୍ଷ ମଧ୍ୟରେ ରାଜ୍ୟରେ ସବୁଜ ବଳୟ ବୃଦ୍ଧି ପାଇଛି। ଜଙ୍ଗଲ ସଂରକ୍ଷଣ, ବନ୍ୟପ୍ରାଣୀଙ୍କ ସୁରକ୍ଷା, ଜଙ୍ଗଲ ତଳି ଗ୍ରାମାଞ୍ଚଳରେ ରହୁଥିବା ଲୋକଙ୍କ ଜୀବନଜୀବିକାରେ ଉନ୍ନତି ଆଣିବା ଲାଗି ବିଭାଗ ଗୁରୁତ୍ୱ ଦେବା ଆବଶ୍ୟକ। ସମ୍ମିଳନୀରେ ବିଭାଗୀୟ ସଚିବ ମୋନା ଶର୍ମା ସ୍ବାଗତ ଭାଷଣ ଏବଂ ପିସିସିଏଫ୍‌ ଶିଶିର କୁମାର ରଥୋ ଧନ୍ୟବାଦ ଦେଇଥିଲେ। ଶେଷରେ ଜଙ୍ଗଲ ପରିଚାଳନା ନେଇ ଏକ କ୍ଷୁଦ୍ର ବୃତ୍ତଚିତ୍ର ପ୍ରଦର୍ଶନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା, ୧୫ରୁ ଊର୍ଦ୍ଧ୍ବ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

Video: ଅନ୍ଧାଧୁନ କରିଚାଲିଥିଲେ ଗୁଳିମାଡ଼, ମାଡି ବସିଲେ ସାହାସୀ ଯୁବକ

ସିଡନୀ,୧୪।୧୨: ଅଷ୍ଟ୍ରେଲିଆର ସିଡନୀସ୍ଥିତ ବଣ୍ଡି ବିଚ୍ ଅଞ୍ଚଳରେ ରବିବାର ସନ୍ଧ୍ୟାରେ ହୋଇଥିବା ଗୁଳିକାଣ୍ଡ ଯୋଗୁ ଆତଙ୍କ ଖେଳିଯାଇଛି। ଦୁଇଜଣ ବନ୍ଧୁକଧାରୀଙ୍କ ଅନ୍ଧାଧୁନ ଗୁଳିମାଡ଼ ଭିତରେ ଜଣେ...

ନୀତିନ ନବୀନଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୪।୧୨: ନୀତିନ ନବୀନ ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ନୀତିନ ନବୀନ ଜଣେ ଯୁବ ନେତା...

ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ

ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ...

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା...

‘ଛାତ୍ରୀଛାତ୍ର ଭଲ ମଣିଷ ହୋଇ ଦେଶର ନାଁ ରଖନ୍ତୁ’

ଭୁବନେଶ୍ୱର,୧୪ା୧୨: ଭୁବନେଶ୍ୱର ଉପକଣ୍ଠସ୍ଥ ଭରତପୁର ଥାନା ଅନ୍ତର୍ଗତ ଦୁର୍ଗାମାଧବ ନଗର (ଶ୍ୟାମପୁର ମୌଜା)ଭରତପୁରଠାରେ ଅବସ୍ଥିତ ବୀଣାଭାରତୀ ବିଦ୍ୟାମନ୍ଦିରର ୨୫ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ୩...

ଭାଜପାକୁ ମିଳିଲା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି, ନୀତିନ ନବୀନଙ୍କୁ ଦାୟିତ୍ବ

ନୂଆଦିଲ୍ଲୀ,୧୪।୧୨:  ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପା...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri