‘ବନାଗ୍ନି ହ୍ରାସ ପାଇଁ ଯୋଜନା ପ୍ରସ୍ତୁତ କର’

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ରାଜ୍ୟରେ ଜଙ୍ଗଲ ସମ୍ପଦ ବୃଦ୍ଧି ପାଇଛି। ତା’ ସହିତ ବନାଗ୍ନି ପ୍ରକୋପ ମଧ୍ୟ ବଢୁଛି। ହାତୀ-ମଣିଷ ଲଢ଼େଇ, ବନ୍ୟପ୍ରାଣୀ ଅଙ୍ଗ ଚୋରା ଚାଲାଣ ମୁଖ୍ୟ ସମସ୍ୟା ଭାବେ ଦେଖାଦେଇଛି। ଏହାକୁ ହ୍ରାସ କରିବା ପାଇଁ ଏକ ସମନ୍ବିତ ଯୋଜନା (ଇଣ୍ଟିଗ୍ରେଟେଡ ପ୍ଲାନ) ପ୍ରସ୍ତୁତ କରିବାକୁ ବନଖଣ୍ଡ ଅଧିକାରୀ (ଡିଏଫ୍‌ଓ)ମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଜଙ୍ଗଲ ବୃଦ୍ଧି ଏବଂ ଜଙ୍ଗଲ ତଳି ଅଞ୍ଚଳର ଗ୍ରାମବାସୀଙ୍କ ଜୀବନ ଧାରଣରେ ଉନ୍ନତି ଆଣିବା ପାଇଁ ସ୍ବତନ୍ତ୍ର ରୋଡ୍‌ମ୍ୟାପ ପ୍ରସ୍ତୁତ କରିବାକୁ ମଧ୍ୟ ସେ ପରାମର୍ଶ ଦେଇଛନ୍ତି।
ଲୋକସେବା ଭବନଠାରେ ଗୁରୁବାର ଆୟୋଜିତ ବନଖଣ୍ଡ ଅଧିକାରୀଙ୍କ ଦୁଇଦିନିଆ ରାଜ୍ୟସ୍ତରୀୟ ସମ୍ମିଳନୀକୁ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଲେ, କେନ୍ଦ୍ର ସରକାରଙ୍କ ଷ୍ଟେଟ୍‌ ଫରେଷ୍ଟ ରିପୋର୍ଟ-୨୦୨୧ ତଥ୍ୟ ଅନୁଯାୟୀ ଗତ ଦୁଇବର୍ଷରେ ରାଜ୍ୟରେ ଜଙ୍ଗଲ ସମ୍ପଦ ବୃଦ୍ଧି ପାଇଛି। ୨୦୧୯-୨୦୨୧ ମଧ୍ୟରେ ଓଡ଼ିଶା ଦେଶର ତୃତୀୟ ସର୍ବାଧିକ ହେନ୍ତାଳ ବନ ସୃଷ୍ଟି କରିପାରିଛି। ବନ ବିଭାଗ କର୍ମଚାରୀ, ବନ ସୁରକ୍ଷା ସମିତି ଏବଂ ଲୋକମାନଙ୍କ ସହଯୋଗ ଯୋଗୁ ଏହା ସମ୍ଭବ ହୋଇପାରିଛି। ବନୀକରଣ ଯୋଗୁ ସୃଷ୍ଟି ହେଉଥିବା ଜଙ୍ଗଲ ସ୍ଥାନୀୟ ଲୋକଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରିପାରିଛି। ରାଜ୍ୟ ସରକାରଙ୍କ ଯୁଗ୍ମ ଜଙ୍ଗଲ ପରିଚାଳନା ଏବଂ ଓଡ଼ିଶା ଜଙ୍ଗଲ କ୍ଷେତ୍ର ବିକାଶ ପ୍ରକଳ୍ପ ଯୋଜନା ଲୋକଙ୍କୁ ଜୀବିକା ଯୋଗାଇବା ସହ ସଶକ୍ତ କରିବାରେ ସହାୟତା କରିଛି। ବିବିଧ ଜଙ୍ଗଲ ଯୋଜନାରେ ୨୦ଲକ୍ଷରୁ ଅଧିକ ଲୋକ ଉପକୃତ ହୋଇଛନ୍ତି। ୫-ଟି କାର୍ଯ୍ୟକ୍ରମରେ ଚାରାରୋପଣକୁ ସାମିଲ କରିବା, ବନୀକରଣ କାର୍ଯ୍ୟରେ ଏସ୍‌ଏଚ୍‌ଜିକୁ ସାମିଲ କରିବା ଲାଗି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏହାଦ୍ୱାରା ଜଙ୍ଗଲ କାର୍ଯ୍ୟରେ ନିୟୋଜିତ ସଂସ୍ଥା, ବ୍ୟକ୍ତିବିଶେଷଙ୍କ ମଧ୍ୟରେ ସ୍ବଚ୍ଛତା, ସମୟାନୁବର୍ତ୍ତିତା ଓ ଟିମ୍‌ଓ୍ବାର୍କ ସୃଷ୍ଟି ହେବବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।
ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଲେ, ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟକୁ ପୂରଣ କରିବା ପାଇଁ ଜଙ୍ଗଲ ଓ ପରିବେଶ ବିଭାଗ ବହୁ ପଦକ୍ଷେପ ନେଇଛି। ପୂର୍ବବର୍ଷ ତୁଳନାରେ ଜଙ୍ଗଲ ନିଆଁ ହ୍ରାସ ପାଇଛି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଲେ, ଗତ ୨୦ରୁ ୨୫ ବର୍ଷ ମଧ୍ୟରେ ରାଜ୍ୟରେ ସବୁଜ ବଳୟ ବୃଦ୍ଧି ପାଇଛି। ଜଙ୍ଗଲ ସଂରକ୍ଷଣ, ବନ୍ୟପ୍ରାଣୀଙ୍କ ସୁରକ୍ଷା, ଜଙ୍ଗଲ ତଳି ଗ୍ରାମାଞ୍ଚଳରେ ରହୁଥିବା ଲୋକଙ୍କ ଜୀବନଜୀବିକାରେ ଉନ୍ନତି ଆଣିବା ଲାଗି ବିଭାଗ ଗୁରୁତ୍ୱ ଦେବା ଆବଶ୍ୟକ। ସମ୍ମିଳନୀରେ ବିଭାଗୀୟ ସଚିବ ମୋନା ଶର୍ମା ସ୍ବାଗତ ଭାଷଣ ଏବଂ ପିସିସିଏଫ୍‌ ଶିଶିର କୁମାର ରଥୋ ଧନ୍ୟବାଦ ଦେଇଥିଲେ। ଶେଷରେ ଜଙ୍ଗଲ ପରିଚାଳନା ନେଇ ଏକ କ୍ଷୁଦ୍ର ବୃତ୍ତଚିତ୍ର ପ୍ରଦର୍ଶନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?