Posted inଜାତୀୟ

ସଚିନଙ୍କୁ କର ମୁଖ୍ୟମନ୍ତ୍ରୀ: ରାହୁଲଙ୍କୁ ଗୁର୍ଜର ନେତାଙ୍କ ଚେତାବନୀ…

ଜୟପୁର,୨୩।୧୧ : ରାଜସ୍ଥାନ କଂଗ୍ରେସ ପାଇଁ ଏକ ସମସ୍ୟା ପାଲଟିଛି। ଜଣକୁ ବୁଝାଇବା ପରେ, ଅନ୍ୟ ଜଣେ ଆଖି ଦେଖାଇବା ଆରମ୍ଭ କରୁଛନ୍ତି। ମୁଖ୍ୟମନ୍ତ୍ରୀ ପଦ ପାଇଁ ଅଶୋକ ଗେହଲୋଟ ଏବଂ ସଚିନ ପାଇଲଟଙ୍କ ମଧ୍ୟରେ ଜାରି ରହିଥିବା ଲଢ଼େଇରେ କଂଗ୍ରେସ ସଙ୍କଟରେ ପଡ଼ିଛି। ବର୍ତ୍ତମାନ ଭାରତ ଯୋଡୋ ଯାତ୍ରା ରାଜସ୍ଥାନରେ ପହଞ୍ଚିବା ପୂର୍ବରୁ ରାହୁଲ ଗାନ୍ଧୀଙ୍କୁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଏବଂ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ସଚିନ ପାଇଲଟଙ୍କ ମଧ୍ୟରେ ଚାଲିଥିବା ଯୁଦ୍ଧ ବିଷୟରେ ମନେ ପକାଇ ନିଷ୍ପତ୍ତି ନେବାକୁ ଚାପ ପକାଯାଉଛି।

ସଚିନ ପାଇଲଟ ଖୋଲାଖୋଲି ଭାବରେ ସେପ୍ଟେମ୍ବରରେ ଦଳ ବିରୁଦ୍ଧରେ ବିଦ୍ରୋହ କରିଥିବା ତଥା ଅଶୋକ ଗେହଲୋଟଙ୍କୁ ସମର୍ଥନ କରୁଥିବା ବିଧାୟକଙ୍କ ବିରୋଧରେ କାର୍ଯ୍ୟ କରିବାକୁ କଂଗ୍ରେସକୁ ଖୋଲାଖୋଲି ଭାବେ କହିବା ପରେ ଗୁର୍ଜର ସମ୍ପ୍ରଦାୟର ଜଣେ ନେତା ଭାରତ ଯୋଡୋ ଯାତ୍ରାକୁ ନେଇ ଚେତାବନୀ ଦେଇଛନ୍ତି।

ଗୁର୍ଜର ନେତା ବିଜୟ ସିଂ ବୈଂସଲା କହିଛନ୍ତି, ବର୍ତ୍ତମାନର କଂଗ୍ରେସ ସରକାର ଚାରି ବର୍ଷ ପୂରଣ କରିଛନ୍ତି ଏବଂ ଗୋଟିଏ ବର୍ଷ ବାକି ଅଛି। ଏବେ ସଚିନ ପାଇଲଟଙ୍କୁ ମୁଖ୍ୟମନ୍ତ୍ରୀ କରାଯିବା ଉଚିତ। ଯଦି ଏହା ଘଟେ ତେବେ ରାହୁଲ ଗାନ୍ଧୀଙ୍କୁ ଆମେ ରାଜ୍ୟରେ ସ୍ବାଗତ କରିବୁ। ଅନ୍ୟଥା ଆମେ ରାହୁଲଙ୍କୁ ବିରୋଧ କରିବୁ। ବୈଂସଲା କହିଛନ୍ତି ଯେ ଆମର କୌଣସି ବିକଳ୍ପ ନାହିଁ। ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ୨୦୧୯ରେ ହୋଇଥିବା ଚୁକ୍ତିନାମାକୁ କାର୍ଯ୍ୟକାରୀ କରୁନାହାଁନ୍ତି। ଆମେ କାହାକୁ ଧମକ ଦେଉ ନାହୁଁ, କିନ୍ତୁ କେତେ ଦିନ ଆଉ ଅପେକ୍ଷା କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri