ପାନୀୟ ଜଳଯୋଗାଣ ନିଶ୍ଚିତ କର

ଢେଙ୍କାନାଳ ଅଫିସ, ୩।୪ ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଶନିବାର ଜିଲାସ୍ତରୀୟ ଜଳ ଓ ପରିମଳ କମିଟି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ପାନୀୟଜଳ ଯୋଗାଣକୁ ନିଶ୍ଚିତ କରିବା ପାଇଁ ଜିଲାପାଳ ସରୋଜ କୁମାର ସେଠୀ ନିର୍ଦ୍ଦେଶ ଦେଇଛନ୍ତି।
ଜିଲାର ବିଭିନ୍ନ ସ୍ଥାନରେ ପିଇବା ପାଣି ସମସ୍ୟା ନେଇ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେଉଛି। ଚଳିତବର୍ଷ ଯେପରି କୌଣସି ସ୍ଥାନରେ ଏଭଳି ସ୍ଥିତି ନ ଉପୁଜେ ସେଥିଲାଗି ପାଣି ଯୋଗାଣ ବ୍ୟବସ୍ଥା ତଦାରଖ କରିବାକୁ ଜିଲାପାଳ ବିଭାଗୀୟ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଅଙ୍ଗନଓ୍ବାଡି କେନ୍ଦ୍ର, ବିଦ୍ୟାଳୟକୁ ଜୁନ୍‌ ସୁଦ୍ଧା ଜଳଯୋଗାଣ କରିବା, ସମ୍ପୃକ୍ତ ସ୍ଥାନରେ ଶୌଚାଳୟ ବ୍ୟବସ୍ଥା, ନଳକୂଅ ଖନନକୁ ପ୍ରାଥମିକତା, ଅଚଳ ସୋଲାର ପାଣିପମ୍ପ ମରାମତି, ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରିବାକୁ ପରାମର୍ଶ ଦିଆଯାଇଛି। ଜଳସେଚନ ପାଇଁ ମେଗା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟରେ ଯେପରି କୌଣସି ସମସ୍ୟା ନ ଉପୁଜେ ସେଥିପ୍ରତି ଗୁରୁତ୍ୱ ଦେବାକୁ ଜିଲାପାଳ ତହସିଲଦାରମାନଙ୍କୁ କହିଛନ୍ତି।
୨୦୨୪ ସୁଦ୍ଧା ଜିଲାରେ ପ୍ରସ୍ତାବିତ ପାନୀୟ ଜଳଯୋଗାଣ ପ୍ରକଳ୍ପଗୁଡ଼ିକୁ ସମ୍ପୂର୍ଣ୍ଣ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଏହା ପୂର୍ବରୁ କାମ ଶେଷ କରି ଉଦାହରଣ ସୃଷ୍ଟି କରିବାକୁ ଜିଲାପାଳ ଆହ୍ବାନ ଦେଇଛନ୍ତି। ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ଅଧୀକ୍ଷଣଯନ୍ତ୍ରୀ ସୁରେନ୍ଦ୍ର କୁମାର ବେହେରା ଆଲୋଚନାରେ ଭାଗନେଇ କହିଲେ, ଜିଲାରେ ଅଦ୍ୟାବଧି ୬୨% ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି। ଜିଲାବାସୀଙ୍କୁ ପାନୀୟ ଜଳ ଯୋଗାଣ ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଉଥିବା ସେ ସୂଚନା ଦେଇଛନ୍ତି। ବୈଠକରେ ମେଗା ପାନୀୟଜଳ ପ୍ରକଳ୍ପର ମୁଖ୍ୟ, ତହସିଲଦାର, ବିଭିନ୍ନ ବ୍ଲକର କନିଷ୍ଠଯନ୍ତ୍ରୀ ଏବଂ ବିଭାଗୀୟ ଅଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?