ଅଚଳ ଖାତାକୁ କାର୍ଯ୍ୟକ୍ଷମ କରାଯାଉ: କଂଗ୍ରେସ

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ):  ଫନୀ ବାତ୍ୟାକୁ ଦେଢ଼ ବର୍ଷ ବିତି ଗଲାଣି। ମାତ୍ର ଏ ପର୍ଯ୍ୟନ୍ତ ପିପିଲି, ଡେଲାଙ୍ଗ ଅଞ୍ଚଳରେ କୌଣସି ବାସହରାଙ୍କୁ ଗୃହ ଯୋଗାଇ ଦିଆଯାଇ ନାହିଁ। ବିନା କାରଣରେ ହଜାର ହଜାର କ୍ଷତିଗ୍ରସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଦୀର୍ଘ ସମୟ ଧରି ଅଚଳ କରିଦିଆ ଯାଇଛି। ଏନେଇ କଂଗ୍ରେସ ମୁଖପାତ୍ର ନିଶିକାନ୍ତ ମିଶ୍ରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ରାଜୀବ ଭବନରେ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନାଙ୍କୁ ଭେଟି ଏ ବାବଦରେ ଜଣାଇଛନ୍ତି। ବ୍ୟାଙ୍କ ଖାତାକୁ ତୁରନ୍ତ କାର୍ଯ୍ୟକ୍ଷମ କରିବା ଏବଂ ହିତାଧିକାରୀ ତାଲିକାରେ ସ୍ଥାନ ପାଇ ନ ଥିବା କ୍ଷତିଗ୍ରସ୍ତଙ୍କୁ ସହାୟତା ଦେବା ଦାବିରେ ସ୍ମାରକପତ୍ର ପ୍ରଦାନ କରିଛନ୍ତି। କଂଗ୍ରେସ ପ୍ରତିନିଧି ଦଳ ପକ୍ଷରୁ ଅଭିଯୋଗ ହୋଇଛି ୨୦୧୯ ମେରେ ହୋଇଥିବା ବାତ୍ୟାରେ ବହୁ ପରିବାର ବାସହରା ହୋଇଥିଲେ। ଦେଢ଼ ବର୍ଷ ହେବ ପିପିଲି, ଡେଲାଙ୍ଗ ୨ ତହସିଲରେ ଘରଭଙ୍ଗା ସର୍ଭେ କାମ ଚାଲିଛି। ଯାହା ସୂଚନା ଅଧିକାରୀ ଆଇନ୍‌ ଦ୍ୱାରା ପ୍ରାପ୍ତ ତଥ୍ୟ ବୟାନ କରୁଛି। ପ୍ରାଥମିକ ତଦନ୍ତ ପରେ ଘର ଭାଙ୍ଗିଥିବା ଲୋକଙ୍କୁ ଯେଉଁ ସହାୟତା ରାଶି ସରକାର ଦେଇଥିଲେ, ଏବେ ସେଥିରୁ ବହୁ ହିତାଧିକାରୀଙ୍କ ଖାତାକୁ ଅଚଳ କରି ରଖାଯାଇଛି। ଦଳୀୟ ଭିତ୍ତିରେ ସେହି ବ୍ୟାଙ୍କ ଖାତାକୁ କାର୍ଯ୍ୟକ୍ଷମ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri