ଭଲ ପାଠ ପଢ଼ି ମା’-ବାପାଙ୍କ ସ୍ବପ୍ନକୁ ସାକାର କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୧୨: ଭଲ ପାଠ ପଢ଼ି ମା’ବାପାଙ୍କ ସ୍ବପ୍ନକୁ ସାକାର କର। ତୁମ ପ୍ରତିଭାର ସୁରଭି ସମସ୍ତେ ଅନୁଭବ କରନ୍ତୁ। ଶନିବାର ଲୋକ ସେବା ଭବନ କନ୍‌ଭେନଶନ ହଲ୍‌ଠାରେ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଅଧୀନରେ ଥିବା ସ୍କୁଲର ପିଲାମାନଙ୍କ ପାଇଁ ଆୟୋଜିତ ସର୍ଗିଫୁଲ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି। ପିଲାମାନଙ୍କୁ ପ୍ରେରଣା ଦେଇ ସେ କହିଛନ୍ତ, ଜ୍ଞାନ ଓ ଅଭିଜ୍ଞତା ବୃଦ୍ଧି ସହ ପ୍ରତିଭାର ପ୍ରଦର୍ଶନ ପାଇଁ ସର୍ଗିଫୁଲ ଏକ ବହୁତ୍ତ ଭଲ କାର୍ଯ୍ୟକ୍ରମ । ପିଲାମାନେ ନିଜ ନିଜର ପ୍ରତିଭାକୁ ଜାଣି ଆଗକୁ ବଢ଼ିବା ପାଇଁ ଉଦ୍ୟମ କରିବା ଉଚିତ। ଏହା ହେଲେ ସେମାନେ ନିଶ୍ଚୟ ସଫଳ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପିଲାମାନଙ୍କୁ ଶୁଭେଚ୍ଛା ଜଣାଇ ସେ କହିଛନ୍ତି, ପିଲାମାନେ ସର୍ଗିଫୁଲ ପାଇଁ ଭୁବନେଶ୍ୱର ଆସିଛନ୍ତି । ଭୁବନେଶ୍ବରର ବିଭିନ୍ନ ଐତିହାସିକ ସ୍ଥାନ ଓ ଅନ୍ୟ ପର୍ଯ୍ୟଟନ ସ୍ଥଳ ମଧ୍ୟ ବୁଲି ଦେଖୁଛନ୍ତି। ଏହାଦ୍ବାରା ସେମାନଙ୍କ ଜ୍ଞାନ ଓ ଅଭିଜ୍ଞତା ବୃଦ୍ଧି ହେଉଛି। ପିଲାମାନଙ୍କ ଭବିଷ୍ୟତ ପାଇଁ ଏହା ଖୁବ୍‌ ଭଲ ଉଦ୍ୟମ। ଆଗକୁ ବଢ଼ିବାର ମୁଖ୍ୟ ରାସ୍ତା ହେଉଛି ଶିକ୍ଷା। ବିଜ୍ଞାନ, ସାହିତ୍ୟ ସହିତ ଆମେ ଆମର ରାଜ୍ୟ, ଆମ ଦେଶ, ଆମ ସଂସ୍କୃତି ସମ୍ପର୍କରେ ମଧ୍ୟ ଜାଣିବା ଦରକାର। ନିଜର ପ୍ରତିଭାକୁ ଚିହ୍ନି, ଆଗକୁ ବଢ଼ିବା ପାଇଁ କାମ କଲେ ଆମେ ନିଶ୍ଚୟ ସଫଳ ହେବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri