ଆକୃଷ୍ଟ କରୁଛି ଆକର୍ଷଣୀୟ ଅଫର

ଭୁବନେଶ୍ୱର,୮।୪ (ଅଭୟ ଦାଶ):ସନ୍ଧ୍ୟା ହେଲେ ସହରବାସୀ ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆଠାରେ ଆୟୋଜିତ ‘ହ୍ୟାଣ୍ଡଲୁମ୍‌ ଆଣ୍ଡ ହାଣ୍ଡିକ୍ରାଫ୍ଟ ପ୍ରଦର୍ଶନୀ’ରେ ଭିଡ଼ ଜମାଉଛନ୍ତି। କାରଣ ଗୋଟିଏ ପଟରେ ସାରା ଦେଶର ଭଳିକି ଭଳି ହ୍ୟାଣ୍ଡଲୁମ୍‌ ପୋଷାକ ସାଙ୍ଗକୁ ହାଣ୍ଡିକ୍ରାଫ୍ଟ ସାମଗ୍ରୀ ସୁଲଭ ମୂଲ୍ୟରେ ପାଉଥିତ୍ବାବେଳେ ଅପରପକ୍ଷରେ ଓଡ଼ିଶାର ବୟନିକା ଷ୍ଟଲ୍‌ ପକ୍ଷରୁ ଆକର୍ଷଣୀୟ ୧୦+୨୦%ର ସ୍ବତନ୍ତ୍ର ରିହାତି ଗ୍ରାହକମାନଙ୍କୁ ଯୋଗାଇ ଦିଆଯାଉଛି।ଏପରିକି ମେଳା (ପ୍ରଦର୍ଶନୀ) ବୁଲା ସାଙ୍ଗକୁ ମନଲାଖି ପୋଷାକ କିଣିବା ପାଇଁ ଉଭୟ ଆୟୋଜକ ଓ ଷ୍ଟଲ୍‌ଗୁଡିକ ପକ୍ଷରୁ ଆକର୍ଷଣୀୟ ଅଫର ମଧ୍ୟ ପ୍ରଦାନ କରାଯାଉଛି। ସେହିଭଳି ୨୦୨୪ ଫେବୃଆରୀ ୨୩ରୁ ଆରମ୍ଭ ହୋଇଥିବା ଏହି ପ୍ରଦର୍ଶନୀ ୪୫ ଦିନରେ ପାଦ ଥାପିଛି। ବିଶେଷ କରି ଗ୍ରାହକଙ୍କ ଚାହିଦା ଓ ବଜାର(ପ୍ରଦର୍ଶନୀ)ର ଆବଶ୍ୟକତାକୁ ଆଖି ଆଗରେ ରଖି ବ୍ୟବସାୟୀ ଓ ବୁଣାକାର ସମିତିଗୁଡ଼ିକ ପକ୍ଷରୁ ଭଳିକି ଭଳି ପୋଷାକ ଓ ବିଭିନ୍ନ ରାଜ୍ୟର ଲୋକପ୍ରିୟ ତଥା ପ୍ରସିଦ୍ଧ ବସ୍ତ୍ରଗୁଡ଼ିକର କାରବାର ବେଶ୍‌ ଉତ୍ସାହଜନକ ରହିଛି ବୋଲି ଆୟୋଜକ ଓ ବ୍ୟବସାୟୀମାନେ ମଧ୍ୟ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି।
ଅପରପକ୍ଷରେ ଭୁବନେଶ୍ୱରର ପାଣିପାଗ ଯୋଗୁ ସନ୍ଧ୍ୟା ସମୟରେ ପ୍ରଦର୍ଶନୀରେ ଭିଡ଼ ବଢୁଛି, ଫଳରେ କାରବାର ମଧ୍ୟ ଆଶାଠାରୁ ଅଧିକ ହେଉଥିବାରୁ ପ୍ରଦର୍ଶନୀର ଅବଧି ୨୦୨୪ ମେ ୨୦ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ବୋଲି ହ୍ୟାଣ୍ଡଲୁମ୍‌ ଆଣ୍ଡ ହାଣ୍ଡିକ୍ରାଫ୍ଟ ପ୍ରଦର୍ଶନୀର ଆୟୋଜକ କାମଧେନୁ ଖଦି ଉଲ୍‌ ପାନିପଥ ପକ୍ଷରୁ ସୂଚନା ଦିଆଯାଇଛି। ଏପରିକି ଭୁବନେଶ୍ୱରର ୟୁନିଟ-୩ ପ୍ରଦର୍ଶନୀ ପଡ଼ିଆଠାରେ ଜାରି ରହିଥିବା ହ୍ୟାଣ୍ଡଲୁମ ଆଣ୍ଡ ହାଣ୍ଡିକ୍ରାଫ୍ଟ ପ୍ରଦର୍ଶନୀ ପ୍ରତ୍ୟହ ଦିବା ୧୧ ଘଟିକାରୁ ରାତ୍ର ୯ଘଟିକା ପର୍ଯ୍ୟନ୍ତ ଜାରି ରହିଛି। ଉଲ୍ଲେଖଯୋଗ୍ୟ, ହରିୟାଣାର କାମଧେନୁ ଖଦି ଉଲ୍‌ ପାନିପଥ ପକ୍ଷରୁ ଆୟୋଜିତ ‘ହ୍ୟାଣ୍ଡଲୁମ ଆଣ୍ଡ ହାଣ୍ଡିକ୍ରାଫ୍ଟ ପ୍ରଦର୍ଶନୀ’ରେ ଓଡ଼ିଶାର ବୟନିକା ସମେତ ପଶ୍ଚିମବଙ୍ଗ, ତେଲଙ୍ଗାନା, ଆନ୍ଧ୍ରପ୍ରଦେଶ, ପଞ୍ଜାବ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ହରିୟାଣା, ବିହାର, ପୁଡୁଚେରୀ, ଆସାମ, କର୍ନାଟକ, ରାଜସ୍ଥାନ, ଉତ୍ତରାଖଣ୍ଡ, ଗୁଜରାଟ, ତାମିଲନାଡୁ ଏବଂ ଜମ୍ମୁ ଆଣ୍ଡ କଶ୍ମୀର ଭଳି ରାଜ୍ୟର ହ୍ୟାଣ୍ଡଲୁମ ଆଣ୍ଡ ହାଣ୍ଡିକ୍ରାଫ ବ୍ୟବସାୟୀମାନେ ମୋଟ ୭୫ଟି ଷ୍ଟଲ ଜରିଆରେ ସେମାନଙ୍କର ଉତ୍ପାଦ ପ୍ରଦର୍ଶନ ଓ ବିକ୍ରି କରୁଥିବା କାମଧେନୁ ଖଦି ଉଲ୍‌ ପାନିପଥର ସମ୍ପାଦକ ରାଜେନ୍ଦ୍ର ଚୌଧୁରୀ ବିସ୍ତୃତ ଭାବେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri