ଅରୁଆ ଚାଉଳରେ ରଥ ନିର୍ମାଣ

ପିପିଲି,୨୦ା୬(ପ୍ରଭାତ କୁମାର ମହାପାତ୍ର): ଭକ୍ତ ମହାପ୍ରଭୁଙ୍କ ପ୍ରତି ଭିନ୍ନ ପ୍ରକାରରେ ନିଜର ଭକ୍ତି ଦର୍ଶାଇଥାଏ। ଆଗକୁ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଶ୍ରୀକ୍ଷେତ୍ର ଧାମ ଚଳଚଞ୍ଚଳ ହୋଇଉଠିଛି। ଏହା ପୂର୍ବରୁ ପିପିଲି ବ୍ଲକ ଦର୍ଜିସାହି ଗ୍ରାମର ଯୁବ କାରିଗର ଅକ୍ଷୟ ମହାପାତ୍ର ଅରୁଆ ଚାଉଳରେ ରଥ ନିର୍ମାଣ କରି ମହାପ୍ରଭୁଙ୍କ ପ୍ରତି ଥିବା ତାଙ୍କ ଭକ୍ତିକୁ ଦର୍ଶାଇଛନ୍ତି।

ଏହି ବର୍ଷ ସେ ଅରୁଆ ଚାଉଳରେ ଅତି ନିଖୁଣ ଭାବେ ରଥର ଚକ, ଚାରମାଳ ବାଇଶି ପାହଚ, ପୋଟଳ, ପାରା ଭାଡ଼ି ସହ ରଥରେ ପ୍ରଭୁ ଶ୍ରୀ ଜଗନ୍ନାଥ, ଶ୍ରୀ ବଳଭଦ୍ର ଓ ମା’ ସୁଭଦ୍ରାଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରିଛନ୍ତି। ଏହି ୨ ଫୁଟର ରଥ ପାଇଁ ୧୨ଶହ ଗ୍ରାମ ଅରୁଆ ଚାଉଳ ଲାଗିଥିବା ବେଳେ ଅକ୍ଷୟଙ୍କୁ ୨ରୁ ଅଢ଼େଇ ମାସ ଅକ୍ଳାନ୍ତ ପରିଶ୍ରମ କରିବାକୁ ପଡ଼ିଥିଲା। ସେ ଏହି ରଥକୁ ଭକ୍ତଙ୍କ ଉଦ୍ଦେଶ୍ୟରେ କରିଥିବା କହିଛନ୍ତି।

ଏହି ରଥ ତିଆରିରେ ତାଙ୍କ ମା’ ସଞ୍ଜୁଲତା ସହଯୋଗ କରିଥିବାବେଳେ କାର୍ଯ୍ୟକୁ ନେଇ ପୂରା ପରିବାର ବେଶ୍‌ ଖୁସି ଅଛନ୍ତି। ଏହା ପୂର୍ବରୁ ସେ ଦିଆସିଲି କାଠି ଓ ସୋଲରେ ମହାପ୍ରଭୁଙ୍କ ରଥ ଓ ମୂର୍ତ୍ତି ନିର୍ମାଣ କରିଥିଲେ, ଯାହାକୁ ନେଇ ଅକ୍ଷୟଙ୍କୁ ଖୁବ୍‌ ପ୍ରଶଂସା କରାଯାଇଥିଲା। ସ୍ଥାନୀୟ ଦର୍ଜି ସାହି ବାସିନ୍ଦା ଓ ଅଞ୍ଚଳର ବୁଦ୍ଧିଜୀବୀ ତାଙ୍କର ଏଭଳି କାର୍ଯ୍ୟଦକ୍ଷତା ପାଇଁ ଉତ୍ସାହିତ କରିଛନ୍ତି। ଅକ୍ଷୟ ଜଣେ ଜଗନ୍ନାଥ ପ୍ରେମୀ ହୋଇଥିବାବେଳେ ପିପିଲିର ଶ୍ରୀପତିତପାବନ ମନ୍ଦିରରେ ତାଙ୍କ ପରିବାର ସେବା କାର୍ଯ୍ୟ କରିଥାନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୧ ଯାଏ ଝଡ଼ବର୍ଷା: ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୩(ବନ୍ଦନା ସେଠୀ):ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ। ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଓ…

ଚାଷୀ ସମସ୍ୟା ଅସମାହିତ: ଚାଷୀ ସଙ୍ଗଠନ ପକ୍ଷରୁ ସମାଧାନ ଦାବି

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ, ମାତ୍ର ଏହି ଜିଲାରେ ଚାଷ ଏବଂ ଚାଷୀ ସମସ୍ୟା ଅସମାହିତ ରହିଛି। ଏହି କ୍ରମରେ ମଙ୍ଗଳବାର ବରଗଡ଼ ଜିଲା…

ଅସୁରକ୍ଷିତ ଗାଡ଼ି ଚାଳକ: ସୁରକ୍ଷା ଦାବିରେ ଏସ୍‌ପିଙ୍କୁ ଫେରାଦ

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଦେଇ ଯାଇଥିବା ରାଜପଥ ସହିତ ବିଭିନ୍ନ ରାସ୍ତାଘାଟରେ ବିଭିନ୍ନ ସମୟରେ ଗାଡ଼ି ଚାଳକଙ୍କୁ ଅଟକାଇ ଆକ୍ରମଣ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଆକ୍ରମଣକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ ଅର୍ଗଳିରୁ ବାହାରିଆସିଲା ‘ନନ୍ଦାଦେବୀ’: ଚର୍ଚ୍ଚାରେ ଓଡ଼ିଆ ପୁଅ କ୍ୟାପ୍‌ଟେନ ଧୀରଜ ଅଗ୍ରୱାଲ

ବଲାଙ୍ଗୀର,୧୮ା୩(ବୀରେନ୍ଦ୍ର କୁମାର ଝାଙ୍କର):ମଧ୍ୟପ୍ରାଚ୍ୟରେ ଏବେ ଯୁଦ୍ଧର ଘନଘଟା। ଇରାନ୍‌-ଇସ୍ରାଏଲ-ଆମେରିକାର ଘମାଘୋଟ ଲଢ଼େଇ ା ଠିକ୍‌ ଏତିକିବେଳେ ଅତ୍ୟନ୍ତ ସମ୍ବେଦନଶୀଳ ମଧ୍ୟପ୍ରାଚ୍ୟର ହର୍ମୁଜ୍‌ ପ୍ରଣାଳୀ (ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌)ରେ…

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

ଗ୍ୟାସ ଓ ପେଟ୍ରୋଲ ପମ୍ପ ମାଲିକଙ୍କ ମନମାନୀ, ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର କରୁଥିବା ଅଭିଯୋଗ, ତୁରନ୍ତ…

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ବିଶ୍ୱ ଖାଉଟି ଦିବସ ଅବସରରେ ଭଞ୍ଜନଗରଠାରେ ଖାଉଟି ସୁରକ୍ଷା ଓ ଅଧିକାରକୁ ନେଇ ଗମ୍ଭୀର ପ୍ରଶ୍ନ ଉଠିଛି। ସୋମବାର କାରଗିଲ ଭବନଠାରେ ଉପଭୋକ୍ତା…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri