Posted inଜାତୀୟ

ପାଇଲଟଙ୍କୁ ମୁଖ୍ୟମନ୍ତ୍ରୀ କରିବା, ରାଜ୍ୟକୁ ଭାଜପାକୁ ହସ୍ତାନ୍ତର କରିବା ସହ ସମାନ: ଗେହଲଟ ଗୋଷ୍ଠୀ

ଜୟପୁର,୨୮।୯: ରାଜସ୍ଥାନରେ କଂଗ୍ରେସରେ ଏବେ ରାଜନୈତିକ ସଙ୍କଟ ଦେଖାଦେଇଛି। କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ନାମ ସାମ୍ନାକୁ ଆସିବା ପରେ ଦଳରେ କନ୍ଦଳ ସୃଷ୍ଟି ହୋଇଥିଲା। ଗେହଲଟଙ୍କ ସମର୍ଥକ ବିଧାୟକମାନେ ବିଦ୍ରୋହ କରିଥିବା ଦେଖିବାକୁ ମିଳିଛି। ଇତିମଧ୍ୟରେ ରାଜସ୍ଥାନ ମନ୍ତ୍ରୀ ତଥା ଅଶୋକ ଗେହଲଟଙ୍କ ବିଶ୍ୱସ୍ତ ପ୍ରତାପ ସିଂ ଖଚରାରିଓ୍ବାସଙ୍କ ଏକ ବଡ଼ ମନ୍ତବ୍ୟ ସାମ୍ନାକୁ ଆସିଛି। ସେ କହିଛନ୍ତି, ସଚିନ ପାଇଲଟଙ୍କୁ ରାଜସ୍ଥାନର ମୁଖ୍ୟମନ୍ତ୍ରୀ କରିବା ଅର୍ଥ ରାଜ୍ୟକୁ ଭାଜପାକୁ ହସ୍ତାନ୍ତର କରିବା। ଏନେଇ ପ୍ରତାପ ସିଂହ ଏକ ଖବରଦାତା ସମ୍ମିଳନୀରେ ପ୍ରତିକ୍ରିୟା ରଖିଛନ୍ତି। ଗେହଲଟ ଦିଲ୍ଲୀ ଯିବା ପରେ ସଚିନ ପାଇଲଟଙ୍କୁ ମୁଖ୍ୟମନ୍ତ୍ରୀ କରିବା ଅର୍ଥ ରାଜ୍ୟକୁ ଭାଜପାକୁ ହସ୍ତାନ୍ତର କରିବା ଭଳି ହେବ। କାରଣ ରାଜ୍ୟରେ ସିବିଆଇ, ଇଡି ଓ ଆୟକର ବିଭାଗର ଅଧିକାରୀମାନେ କୁଣ୍ଡଳୀ ମାରି ବସିଛନ୍ତି। ଅନ୍ୟପଟେ ଭାଜପା ରାଜସ୍ଥାନ ସରକାରଙ୍କୁ ହଟାଇବା ପାଇଁ ଷଡ଼ଯନ୍ତ୍ର କରୁଛି। ଏଭଳି ପରିସ୍ଥିତିରେ ପାଇଲଟଙ୍କୁ ମୁଖ୍ୟମନ୍ତ୍ରୀ କରିବା ବିପଦଜ୍ଜନକ ରହିବ ବୋଲି ସେ କହିଛନ୍ତି। ଅନ୍ୟପଟେ ଗାନ୍ଧୀ ପରିବାର ତାଙ୍କ ବିଶ୍ୱସ୍ତଙ୍କ ବିଦ୍ରୋହକୁ ନେଇ ଗେହଲଟଙ୍କ ଉପରେ କ୍ଷୋଭ ପ୍ରକାଶ କରିଛନ୍ତି। କଂଗ୍ରେସ ବିଧାୟକ ଦଳର ବୈଠକକୁ ବହିଷ୍କାର କରିବା ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ହାଇକମାଣ୍ଡ ଗେହଲଟ ଗୋଷ୍ଠୀର ୩ଜଣ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଲ୍‌କାତାରେ ହେବ ବାର୍ସେଲୋନା, ରିୟଲ ମାଡ୍ରିଡ୍‌ ଲିଜେଣ୍ଡ୍ସ ମ୍ୟାଚ୍‌

କୋଲ୍‌କାତା,୧୩ା୧୦: ବିଶ୍ୱ ଫୁଟ୍‌ବଲର ଅନ୍ୟତମ ସଫଳ କ୍ଲବ ବାର୍ସେଲୋନା ଓ ରିୟଲ ମାଡ୍ରିଡ୍‌ର ଲିଜେଣ୍ଡ୍ସ ଦଳ ଆସନ୍ତା ନଭେମ୍ବର ୨୫ରେ କୋଲ୍‌କାତାରେ ଏକ ପ୍ରଦର୍ଶନୀ ମ୍ୟାଚ୍‌ ଖେଳିବେ।…

ଗଞ୍ଜେଇ ସହ ବାଇକ ଜବତ: ଅଭିଯୁକ୍ତ ଗଲେ ଜେଲ             

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧୭ ନଂ.ରାଜ୍ୟ ରାଜପଥ କଡ଼ରେ ଥିବା ପଥପାର୍ଶ୍ଵ ସୁବିଧାକେନ୍ଦ୍ର ନିକଟରୁ ମଙ୍ଗଳବାର ପୂର୍ବାହ୍ନ ସାଢେ ୬…

ତେଜିଲା ଆନ୍ଦୋଳନ, ବିଦ୍ୟାଳୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ

ବୈଶିଙ୍ଗା,୧୩।୧୦(ରତନ ଦାଶ): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ତଥା ବୈଶିଙ୍ଗା ଥାନା ଅନ୍ତର୍ଗତ ବଣଦାମଦରପୁର ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀଙ୍କ ବଦଳି ନିର୍ଦ୍ଦେଶକୁ ଗ୍ରାମବାସୀ ବିରୋଧ କରିଛନ୍ତି।…

ଆସନ୍ତାକାଲି ଅସ୍ତ ହେବେ ଶୁକ୍ର! ୪ ରାଶିଙ୍କ ଉପରେ ଘୋର ଆର୍ଥିକ ସଙ୍କଟ! ଅଯଥାରେ ବଢିଯିବ ଖର୍ଚ୍ଚ…

ଧନ, ସମୃଦ୍ଧି ଏବଂ ଖୁସିର ଗ୍ରହ ଶୁକ୍ର ଆସନ୍ତା ୧୪ ଅକ୍ଟୋବରରେ ତୁଳା ରାଶିରେ ଅସ୍ତ ହେଉଛନ୍ତି । ନବରାତ୍ରିର ପବିତ୍ର ଦିନଗୁଡ଼ିକରେ ଶୁକ୍ରଙ୍କ ଅସ୍ତଗମନ କିଛି…

ମୋଦିଙ୍କ ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌, ଭବିଷ୍ୟତ ଯୋଜନା ସମ୍ପର୍କରେ ସୂଚନା ଦେଇ କହିଲେ….

ନୂଆଦିଲ୍ଲୀ,୧୩।୧୦: ଭାଜପାର ବରିଷ୍ଠ ନେତା ତଥା ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଏଲ୍‌. ମୁରୁଗନ୍‌ ମଙ୍ଗଳବାର ମୋଦି କ୍ୟାବିନେଟ୍‌ରୁ ଇସ୍ତଫା ଦେଇଛନ୍ତି। ଏପରିକି ଏଲ୍‌. ମୁରୁଗନ୍‌…

ନିର୍ବାଚନ ବାତିଲକୁ ନେଇ କେସିଙ୍ଗା କଲେଜରେ ରାଜନୈତିକ ଝଡ଼

କେସିଙ୍ଗା, ୧୩।୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବାକୁ ନେଇ ରାଜନୈତିକ ଉତ୍ତେଜନା ଦେଖାଦେଇଛି। ଏହାର ପ୍ରତିବାଦରେ ବିଜେଡି…

ହୃଦ୍‌ଘାତରେ ଚାଲିଗଲା ଡାକ୍ତରଙ୍କ ଜୀବନ

ଖଡିଆଳ,୧୩ା୧୦ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଚଲାନପଡ଼ା ଗ୍ରାମର ଆୟୁଷ ଡାକ୍ତର ଚିତ୍ତରଞ୍ଜନ ରାଉତ (୫୫)ଙ୍କ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ବୋଡ଼େନ ବ୍ଲକ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ମାଲାମାଲ ହେବେ ୩ ରାଶି: ମିଳିବ ଫଇଦା ହିଁ ଫାଇଦା, ଧନ ସହ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ସହ ମଙ୍ଗଳଙ୍କ ନକ୍ଷତ୍ର ଗୋଚର ମଧ୍ୟ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?